Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଉ ସମ୍ଭାଳି ହେଲା ନାହିଁ, କେନ୍ଦ୍ର ସରକାରଙ୍କ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଲା ବିଜେଡି
ବିଶେଷ ଖବର

ଆଉ ସମ୍ଭାଳି ହେଲା ନାହିଁ, କେନ୍ଦ୍ର ସରକାରଙ୍କ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଲା ବିଜେଡି

October 30, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଆଉ ସମ୍ଭାଳି ହେଲା ନାହିଁ, କେନ୍ଦ୍ର ସରକାରଙ୍କ ବିରୋଧରେ ଯୁଦ୍ଧଂ ଦେହି ଡାକରା ଦେଲା ବିଜେଡି

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ବିରୁଦ୍ଧରେ ବିଜୁ ଜନତା ଦଳ ଯୁଦ୍ଧଂ ଦେହି ଡାକରା ଦେଇଛି। ରାଜଧାନୀ ଠାରୁ ନିର୍ବାଚନ ମଣ୍ଡଳୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ ବୋଲି ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରତାପ ଦେବ, ଅତନୁ ସବ୍ୟସାଚୀ ନାୟକ ଓ ପ୍ରମିଳା ମଲ୍ଲିକ।

ସାମ୍ବାଦିକ ସମ୍ମିଳନୀରେ ବିଜେଡିର ତିନି ନେତା କହିଛନ୍ତି ଯେ ପେଟ୍ରୋଲ, ଡିଜେଲ ଓ ଏଲ୍‍ପିଜି ଦର ସମେତ ଆବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଯୋଗୁଁ ଓଡିଶା ତଥା ସମଗ୍ର ଦେଶର ସାଧାରଣ ଜନତା ଗୁରୁତର ଭାବେ ପ୍ରଭାବିତ ହୋଇଛନ୍ତି। କେନ୍ଦ୍ରରେ କ୍ଷମତାସୀନ ବିଜେପି ଏହି ଦର ଦାମ ନିୟନ୍ତ୍ରଣ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଯାହାକି ଓଡିଶା ଓ ଦେଶର ଲୋକଙ୍କ ପାଇଁ ଯନ୍ତ୍ରଣାଦାୟକ ହୋଇଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ଅକ୍ଷମଣୀୟ ।

ରାଜ୍ୟ ତମାମ ସବୁ ବର୍ଗର ପରିବାରକୁ ରନ୍ଧନଗ୍ୟାସର ଦରବୃଦ୍ଧି ପ୍ରଭାବିତ କରିଛି। ୧୫.୪ କିଲୋ ଓଜନର ରନ୍ଧନଗ୍ୟାସ ସିଲିଣ୍ଡର ଦର ରାଜ୍ୟରେ ଏବେ ୧୦୦୦ ଟଙ୍କା ଛୁଇଁଥିବା ବେଳେ ହାଣ୍ଡିଶାଳ ଉପରେ କରୋଡା ମାଡ ସଦୃଶ୍ୟ ହୋଇଛି। ଏଲ୍‍ପିଜି ଦର ଶେଷଥର ପାଇଁ ୨୦୨୧ ଅକ୍ଟୋବର ୬ତାରିଖରେ ୧୪.୨ କିଲୋ ସିଲିଣ୍ଡର ପିଛା ୧୫ ଟଙ୍କା ବୃଦ୍ଧି ପାଇଥିଲା। ଯାହାକି ୨୦୨୧ ଜୁଲାଇରୁ ସିଲିଣ୍ଡର ପିଛା ୯୦ ଟଙ୍କା ବୃଦ୍ଧି ପାଇଥିଲା। ଏଲ୍‍ପିଜି ରନ୍ଧନଗ୍ୟାସ ଦର ଆସନ୍ତା ସପ୍ତାହରେ ପୁଣି ବୃଦ୍ଧି ପାଇପାରେ। ଯାହାକି ଲୋକଙ୍କ ଯନ୍ତ୍ରଣାକୁ ଆହୁରି ବଢାଇ ଦେବ।

ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୯ ଟଙ୍କା ୭୧ ପଇସା, ଡିଜେଲ ୧୦୬ ଟଙ୍କା ୩୨ ପଇସା ଓ ୧୪.୨ କିଲୋ ଏଲ୍‍ପିଜି ସିଲିଣ୍ଡର ଦର ୯୨୬ ଟଙ୍କା ରହିଛି । ତେବେ ୨୦୧୯ରେ ବିଜେପି କେନ୍ଦ୍ରରେ ଦୁଇଥର କ୍ଷମତାକୁ ଆସିଥିବାବେଳେ ପେଟ୍ରୋଲ ଲିଟର ୭୧ ଟଙ୍କା ଓ ଡିଜେଲ ୬୫ ଟଙ୍କା ରହିଥିଲା। ଗତ ଦୁଇବର୍ଷ ମଧ୍ୟରେ ପେଟ୍ରୋଲ ଓ ଡିଜେଲ ଦର ଆକାଶଛୁଆଁ ଗତିରେ ୩୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି ଯାହାକି ନିକଟ ଅତୀତରେ ଇନ୍ଧନ ଦର ବୃଦ୍ଧିରେ ସର୍ବାଧିକ।

କେବଳ ଇନ୍ଧନ କିମ୍ବା ଏଲପିଜିର ଦର ନୁହେଁ, ଅତ୍ୟାବଶକୀୟ ସାମଗ୍ରୀର ଦର ବୃଦ୍ଧି ଯୋଗୁଁ ସାଧାରଣ ଲୋକର ହାଣ୍ଡିଶାଳରେ ଏହାର ପ୍ରଭାବ ଅନୁଭୂତ ହୋଇଛି। ଯାହାକି ରାଜ୍ୟର ମା’ ଓ ଭଉଣୀମାନଙ୍କୁ ଅଧିକ ବ୍ୟଥା ଓ ଯନ୍ତ୍ରଣା ଦେଇଛି। ତୈଳ ଓ ଇନ୍ଧନ ଦରବୃଦ୍ଧି ଯୋଗୁଁ ଅତ୍ୟାବଶ୍ୟକ ସାମଗ୍ରୀର ଆକାଶଛୁଆଁ ଦର ବୃଦ୍ଧି ହୋଇଛି। ବଜାର ବିଶେଷଜ୍ଞଙ୍କ ଅନୁସାରେ କ୍ରମାଗତ ଇନ୍ଧନ ଦର ବୃଦ୍ଧି ଯୋଗୁଁ ବିଗତ ବର୍ଷରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ୪୦% ରୁ ୧୦୦% ପର୍ଯ୍ୟନ୍ତ ବୃଦ୍ଧି ପାଇଛି।

ଏସବୁ ସ୍ଥିତିରେ ସୁଧାର ଆଣିବା ପାଇଁ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାର ବିଶେଷ କିଛି ପଦକ୍ଷେପ ନେଉନାହାନ୍ତି। ରନ୍ଧନଗ୍ୟାସ, ପରିବହନ ଓ ପ୍ରତ୍ୟେକ ଲୋକଙ୍କର ଦୈନନ୍ଦନି ମୌଳିକ ଆବଶ୍ୟକତା ସହ ଜଡିତ ସବୁକିଛି ମହଙ୍ଗା ହେବାରେ ଲାଗିଛି। ଆଉ ସବୁଠାରୁ ଉଦ୍‍ବେଗର କଥା ହେଲା ଯେ କେନ୍ଦ୍ର ସରକାରଙ୍କ ତ୍ରୁଟିପୂର୍ଣ୍ଣ ଆର୍ଥିକ ପରିଚାଳନା ଯୋଗୁଁ ଏସବୁ ସମସ୍ୟା ଅଧିକ ହେବାରେ ଲାଗିଛି।

କେନ୍ଦ୍ରରେ ବିଜେପି ସରକାରର ଏହି ବିଫଳତା ଯୋଗୁଁ ରାଜ୍ୟର କୋଟି କୋଟି ମା’ ଭଉଣୀଙ୍କ ସମେତ ଓଡିଶାର ଲକ୍ଷ ଲକ୍ଷ ପରିବାର ପ୍ରଭାବିତ ହେଉଛନ୍ତି। ବିଶେଷକରି ମା’ ଓ ଭଉଣୀଙ୍କ ହାଣ୍ଡିଶାଳ ଉପରେ ମହଙ୍ଗାମାଡ ଅନୁଭୂତ ହେଉଛି ଆସନ୍ତା ୩୧ ତାରିଖରେ ବିଜୁ ମହିଳା ଜନତା ଦଳ ପକ୍ଷରୁ ରାଜଭବନ ସମ୍ମୁଖରେ ଧାରଣା ପ୍ରଦର୍ଶନ କରାଯିବ। କେନ୍ଦ୍ରର ବିଜେପି ସରକାର ଦ୍ୱାରା, ପେଟ୍ରୋଲ, ଡିଜେଲ, ଏଲପିଜି, ଖାଇବାତେଲ, ଅତ୍ୟାବଶ୍ୟକ ସାମଗ୍ରୀର ଦରବୃଦ୍ଧିକୁ ହ୍ରାସ ଦାବିରେ ଏକ ସ୍ମାରକପତ୍ର ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ମାନ୍ୟବର ରାଜ୍ୟପାଳଙ୍କୁ ପ୍ରଦାନ କରାଯିବ।

ସେହିପରି ଆସନ୍ତା ନଭେମ୍ବର ୧ ତାରିଖରେ ପ୍ରତ୍ୟେକ ବିଧାନସଭା ନିର୍ବାଚନମଣ୍ଡଳୀ ସ୍ତରରେ ବିଜୁ ଜନତା ଦଳ ପକ୍ଷରୁ ପ୍ରତିବାଦ କରାଯିବା ସହିତ ଜିଲ୍ଲାପାଳ କିମ୍ବା ଉପଜିଲ୍ଲାପାଳ କିମ୍ବା ବିଡିଓ କିମ୍ବା ଅନ୍ୟ କ୍ଷମତାପ୍ରାପ୍ତ ଅଧିକାରୀଙ୍କ ମାଧ୍ୟମରେ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯିବ ବୋଲି ବିଜେଡି ପକ୍ଷରୁ ସୂଚନା ଦିଆଯାଇଛି।

ଅତନୁ ସବ୍ୟସାଚୀ ନାୟକ ଡିଜେଲ ପେଟ୍ରୋଲ ପ୍ରତାପ ଦେବ ପ୍ରମିଳା ମଲ୍ଲିକ ବିଜୁ ଜନତା ଦଳ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026
Latest News

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.