Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର ଜିଲ୍ଲା, ୭ ଲକ୍ଷ ଲୋକଙ୍କୁ ମିଳିବ ସୁବିଧା
ବିଶେଷ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର ଜିଲ୍ଲା, ୭ ଲକ୍ଷ ଲୋକଙ୍କୁ ମିଳିବ ସୁବିଧା

November 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସମ୍ବଲପୁର ଜିଲ୍ଲା, ୭ ଲକ୍ଷ ଲୋକଙ୍କୁ ମିଳିବ ସୁବିଧା

ସମ୍ବଲପୁର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୁଚିଣ୍ଡାରେ ସମ୍ବଲପୁର ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୭ ଲକ୍ଷ ୭୩ ହଜାର ଲୋକ ଏହି ସୁବିଧା ପାଇବେ। କୁଚିଣ୍ଡା ର ସରସ୍ବତୀ ଭୋଇ ଜିଲ୍ଲାର ପ୍ରଥମ ହିତାଧିକାରୀ ଭାବରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ କାର୍ଡ଼ ଗ୍ରହଣ କରିଥିଲେ । ସମ୍ବଲପୁର ସହିତ ରାଜ୍ୟର ୮ଟି ଜିଲ୍ଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସାମିଲ ହେଲା ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶରେ ସମ୍ବଲପୁରର ଅବଦାନ ବିଷୟରେ ଆଲୋକପାତ କରି କହିଥିଲେ ଯେ ରାଜ୍ୟର ସଂସ୍କୃତି, ରାଜନୀତି, ଶିକ୍ଷା, ଇତିହାସ, ଅର୍ଥନୀତି ସବୁକ୍ଷେତ୍ରରେ ସମ୍ବଲପୁରର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି। ସମ୍ବଲପୁରୀ ଶାଢୀ, ସମ୍ବଲପୁରୀ ଗୀତ ଓଡିଶାର ମହାନ ସଂସ୍କୃତିର ପରିଚୟ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ସମଲେଇଙ୍କ ଆଶୀର୍ବାଦ ପାଇଁ ଲକ୍ଷ ଲକ୍ଷ ଭକ୍ତ ମା’ଙ୍କ ପୀଠକୁ ଆସୁଛନ୍ତି। ତେଣୁ ଏ ପୀଠର ବିକାଶ ପାଇଁ ସରକାରଙ୍କ ଉଦ୍ୟମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ, ସରକାରୀ ଦଳର ଉପମୁଖ୍ୟ ସଚେତକ ଶ୍ରୀ ରୋହିତ ପୂଜାରୀ ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତାର ଉଚ୍ଚପ୍ରଶଂସା କରିଥିଲେ । BSKY Smart Card ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟ ଯୋଗାଇ ଦେବା ପାଇଁ ଏକ ଐତିହାସିକ ପଦକ୍ଷେପ ବୋଲି ସେମାନେ ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ସଂପନ୍ନ ନେତୃତ୍ବ ଯୋଗୁ ଓଡିଶାରେ ଆଜି ଗରିବ ଲୋକ ନିଜକୁ ସୁରକ୍ଷିତ ମନେ କରୁଛି। ଗରିବ ଲୋକଙ୍କୁ ବିଭିନ୍ନ ଯୋଜନାରେ ଦିଆଯାଉଥିବା ସାମାଜିକ ଓ ଅର୍ଥିକ ସୁରକ୍ଷା ସେମାନଙ୍କୁ ସଶକ୍ତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

କୁଚିଣ୍ଡା ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026
Latest News

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡ ଘଟଣା: ୮ଜଣ ଅଟକ

April 23, 2026

ଆଜି ହୋଇପାରେ ସ୍କୁଲ ଛୁଟି ଘୋଷଣା

April 23, 2026

ଆଉ ଦରମାରୁ କଟିବନି ପ୍ରଫେସନାଲ ଟିକସ

April 23, 2026

ମୁର୍ଶିଦାବାଦରେ ନିର୍ବାଚନୀ ହିଂସା

April 23, 2026

ଗୋପାଳପୁର ବ୍ୟବସାୟୀ ଅପହରଣ ଓ ହତ୍ୟାକାଣ୍ଡର ପର୍ଦ୍ଦାଫାସ

April 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.