Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସଡକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ
ବିଶେଷ ଖବର

ସଡକ ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ ଉଦ୍‌ଘାଟିତ

November 10, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନର କନ୍‌ଭେନ୍‌ସନ ସେଣ୍ଟର ଠାରେ ସଡକ ସୁରକ୍ଷା ପାଇଁ ଏକ ଅଭିନବ ତାଲିମ କାର୍ଯ୍ୟକ୍ରମ ‘ରକ୍ଷକ’ର ଶୁଭାରମ୍ଭ କରିଛନ୍ତି।

ରାଜ୍ୟ ପରିବହନ ବିଭାଗ ଦ୍ବାରା ଆୟୋଜିତ ଏହି ତାଲିମ କାର୍ଯ୍ୟକ୍ରମରେ ୩୦ ହଜାର ପ୍ରଥମ ଜୀବନ ରକ୍ଷାକାରୀ (First Responder) ତାଲିମ ପାଇବେ। ୩୦୦ ପ୍ରଶିକ୍ଷକ ରାଜ୍ୟର ୩୦ଟି ଜିଲ୍ଲାରେ ୩୦ ସପ୍ତାହ ପାଇଁ ତାଲିମ ପ୍ରଦାନ କରିବେ। ଏହାଦ୍ବାରା ସଡକ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି ମାନଙ୍କୁ ତୁରନ୍ତ ସହାୟତା ଓ ଚିକିତ୍ସା ମିଳିପାରିବ ଓ ଅନେକ ଜୀବନ ବଞ୍ଚାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଶାପ୍ରକାଶ କରିଛନ୍ତି।

କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣା କେବଳ ଜଣେ ବ୍ୟକ୍ତି ବା ଗୋଟିଏ ପରିବାରର କ୍ଷତି ନୁହେଁ। ଏହା ସମାଜର କ୍ଷତି। ଅର୍ଥନୀତିର ମଧ୍ୟ ବଡ କ୍ଷତି। ତେଣୁ ଏହାକୁ ରୋକିବା ପାଇଁ ଆମେ ସମସ୍ତେ ଏକାଠି ହୋଇ କାମ କରିବା ଦରକାର ବୋଲି ସେ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଏ କ୍ଷେତ୍ରରେ ଡ୍ରାଇଭର ମାନଙ୍କର ଯେତିକି ଦାୟିତ୍ବ, ସଡକ ବ୍ୟବହାର କରୁଥିବା ବ୍ୟକ୍ତିର ମଧ୍ୟ ସେତିକି ଦାୟିତ୍ବ। ତା ସହିତ ଦୁର୍ଘଟଣା ସ୍ଥଳରେ ଥିବା ଅନ୍ୟ ଲୋକମାନଙ୍କର ମଧ୍ୟ ବିଶେଷ ଦାୟିତ୍ବ ରହିଛି। ତେଣୁ ସେମାନେ ସାମାନ୍ୟ ସହଯୋଗ କଲେ, ଅନେକ ଜୀବନ ରକ୍ଷା ହୋଇପାରିବ ଓ ଅନେକ ପରିବାର ଦୁର୍ଦ୍ଦିନରୁ ରକ୍ଷା ପାଇପାରିବେ ବୋଲି ସେ କହିଥିଲେ।

ତାଲିମ ବ୍ୟବସ୍ଥା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଆପଣମାନେ ହେଉଛନ୍ତି ଜଣେ ଜଣେ ଉତ୍ତମ ନାଗରିକ (Good Samaritan)। ଦୁର୍ଘଟଣାର ପ୍ରଥମ ଏକ ଘଣ୍ଟା ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଏହି ସମୟରେ ଆମେ ଯଦି ତୁରନ୍ତ ଚିକିତ୍ସା କରିବା, ତେବେ ଆମେ ଅନେକ ଜୀବନ ରକ୍ଷା କରିପାରିବା ବୋଲି ସେ କହିଥିଲେ।

ବିପଦରେ ଥିବା ଲୋକର ଜୀବନ ବଞ୍ଚାଇବା ଠାରୁ ବଡ ପୁଣ୍ୟ କିଛି ନାହିଁ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସଡକ ଦୁର୍ଘଟଣାର ଶିକାର ହେଉଥିବା ଲୋକ ମାନଙ୍କୁ ସାହାଯ୍ୟ ପାଇଁ ଆଗେଇ ଆସୁଥିବା ଲୋକକୁ ୨୦୦୦ ଟଙ୍କା ସହାୟତା ଦେବାର ବ୍ୟବସ୍ଥା କରାଯାଇଛି। ଏହାସହିତ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ମାନଙ୍କର ଚିକିତ୍ସା ପାଇଁ ରାଜ୍ୟ ସରକାର ୧୪୭ କୋଟି ଟଙ୍କାର ଏକ ପାଣ୍ଠି ଗଠନ କରିଛନ୍ତି।

ସଡକ ଦୁର୍ଘଟଣା ରୋକିବା ପାଇଁ ସରକାରଙ୍କ ଏ ଉଦ୍ୟମରେ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ।

ବିଭିନ୍ନ ଅଣ-ସରକାରୀ ସଂଗଠନ (NGO) ମାନେ ସଡକ ଦୁର୍ଘଟଣା ସମୟରେ ତୁରନ୍ତ ସହାୟତା ଯୋଗାଇଦେବା ଓ ସଚେତନତା ସୃଷ୍ଟି କ୍ଷେତ୍ରରେ ଯେଉଁ ଉଦ୍ୟମ କରୁଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ ପ୍ରଶଂସା କରିଥିଲେ। ସେମାନଙ୍କର ଏହି ଉଦ୍ୟମ ସଫଳ ହେବ ଓ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ।

ଏହି ତାଲିମ କାର୍ଯ୍ୟକ୍ରମ ପାଇଁ ପରିବହନ ବିଭାଗକୁ ଧନ୍ୟବାଦ ଦେବା ସହିତ ରାଜ୍ୟସ୍ତରରେ ଏଭଳି କାର୍ଯ୍ୟକ୍ରମ ପ୍ରଥମ ବୋଲି କହିଥିଲେ। ତାଲିମ କାର୍ଯ୍ୟକ୍ରମ ଶେଷ ହେବା ପରେ ସଡକ ସୁରକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ଆସିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବିଭିନ୍ନ ସ୍ବେଚ୍ଛାସେବୀ, ରେଡକ୍ରସ ଓ ଅନ୍ୟାନ୍ୟ ସଂସ୍ଥା ମାନଙ୍କୁ ମୁଖ୍ୟମନ୍ତ୍ର ଧନ୍ୟବାଦ ଦେଇ ଜୀବନ ରକ୍ଷା କ୍ଷେତ୍ରରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ରକ୍ଷକ ତାଲିମ କାର୍ଯ୍ୟକ୍ରମର ଲୋଗୋ ଉନ୍ମୋଚନ କରିବା ସହିତ ଏହାର ୱେବସାଇଟ OPTICS ଉଦ୍‌ଘାଟନ କରିଥିଲେ। ତାଲିମରେ ଯୋଗ ଦେଇଥିବା first responder ମାନଙ୍କୁ କିଟ୍‌ ଓ ଟି-ସାର୍ଟ ବଣ୍ଟନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସଡକ ଦୁର୍ଘଟଣା ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ।

ବିଭାଗୀୟ ପ୍ରମୁଖ ସଚିବ ମଧୁସୂଦନ ପାଢୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ପରିବହନ କମିଶନର ଅରୁଣ ବୋଥ୍ରା ଧନ୍ୟବାଦ ଅର୍ପଣ କରିଥିଲେ।

ଉଦ୍‌ଘାଟିତ ତାଲିମ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ନବୀନ ରକ୍ଷକ ଲୋକସେବା ଭବନ ସଡକ ସୁରକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026
Latest News

ଆଜି ପ୍ରକାଶ ପାଇବ NEET PG 2026 ଆଡମିଟ୍ କାର୍ଡ!: ଜାଣନ୍ତୁ କିପରି କରିବେ ଡାଉନଲୋଡ୍?

August 24, 2026

ପୁଟିନଙ୍କ ସହ ଭାରତ ଗସ୍ତ କରିବେ କି ସି ଜିନପିଙ୍ଗ?: ଡୋଭାଲଙ୍କ ଚୀନଗସ୍ତରୁ ହେବ ସ୍ପଷ୍ଟ

August 24, 2026

ଚଣ୍ଡିଗଡ଼ରେ ଆତଙ୍କବାଦୀ ଯୋଜନା ପଣ୍ଡ: ୫ କିଗ୍ରା ଜିଲେଟିନ୍ ସହିତ ୩ ଗିରଫ

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.