Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି କଂଗ୍ରେସର ଓଡିଶା ବନ୍ଦ ଡାକରା, ଜାଣନ୍ତୁ କଣ କଣ ବନ୍ଦ ରହିବ ବୋଲି ଦଳ କରିଛି ଘୋଷଣା
ବିଶେଷ ଖବର

ଆଜି କଂଗ୍ରେସର ଓଡିଶା ବନ୍ଦ ଡାକରା, ଜାଣନ୍ତୁ କଣ କଣ ବନ୍ଦ ରହିବ ବୋଲି ଦଳ କରିଛି ଘୋଷଣା

November 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି କଂଗ୍ରେସର ଓଡିଶା ବନ୍ଦ ଡାକରା, ଜାଣନ୍ତୁ କଣ କଣ ବନ୍ଦ ରହିବ ବୋଲି ଦଳ କରିଛି ଘୋଷଣା

ଭୁବନେଶ୍ୱର : ଓଡ଼ିଶା ପ୍ରଦେଶ କଂଗ୍ରେସ ତରଫରୁ ଆଜି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏଥିରେ ରାଜ୍ୟବାସୀ ତଥା ସମଭାବାପନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନମାନେ ସମର୍ଥନ ଦେବାପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ନିବେଦନ କରାଯାଇଛି। ପ୍ରଦେଶ କଂଗ୍ରେସ କମିଟିର ଉପସଭାପତି ତଥା ମୁଖପାତ୍ର ଡଃ ଦେବାଶିଷ ପଟ୍ଟନାୟକ ଓ ପ୍ରଦେଶ କଂଗ୍ରେସ ସେବାଦଳ ଅଧ୍ୟକ୍ଷ ତଥା ମୁଖପାତ୍ର ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଏହି ନିବେଦନ କରିଛନ୍ତି ।

ମମିତା ମେହର ହତ୍ୟା ଘଟଣାରେ କଂଗ୍ରେସ ଦଳ ଏହି ବନ୍ଦ କରୁଛି। ଏହା ସକାଳ ୬ ଟା ଠାରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଚାଲିବ। ଏହାକୁ ରାଜ୍ୟବାସୀ ଏବଂ ସମଭାବାପନ୍ନ ରାଜନୈତିକ ଦଳ ଓ ସାମାଜିକ ସଂଗଠନ ସମର୍ଥନ ଦେବାପାଇଁ ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକ ନିବେଦନ କରିଛନ୍ତି । ସାଧାରଣ, ମଧ୍ୟବିତ୍ତ ପରିବାର ଓ ଛୋଟ ବ୍ୟବସାୟୀଙ୍କ ହିତ ଦୃଷ୍ଟିରୁ ଏହି ବନ୍ଦକୁ ୬ ଘଣ୍ଟାରେ ସୀମିତ ରଖାଯାଇଛି । ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ହେବ । ବନ୍ଦ ସମୟରେ ଜରୁରୀକାଳିନ ସେବାରେ ନିଯୁକ୍ତ ବ୍ୟକ୍ତିବିଶେଷ ଓ ମୋଟରଯାନକୁ ଯିବାପାଇଁ ସୁଯୋଗ ଦିଆଯିବ । ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ନିମନ୍ତେ ଯିବାପାଇଁ ସୁଯୋଗ ଦିଆଯିବ ବୋଲି କଂଗ୍ରେ ପକ୍ଷରୁ କୁହାଯାଇଛି ।

ତେବେ ଏହି ବନ୍ଦ ବେଳେ ଟ୍ରେନ୍ ଚଳାଚଳ ବନ୍ଦ ରହିବ ବୋଲି କଂଗ୍ରେସ କହିଛି। ସେହିପରି ବସ୍‌, ଟ୍ରକ୍ ମାଲିକ ସଂଘ ଓ ଅଟୋଚାଳକ ସଂଘ ଏବଂ ବ୍ୟବସାୟୀ ସଂଘଙ୍କୁ ଏହି ବନ୍ଦରେ ସାମିଲ ହେବାକୁ ଦଳ ତରଫରୁ ନିବେଦନ କରାଯାଇଛି । ସାମ୍ବାଦିକ ସମ୍ମିଳନୀରେ ପିସିସି ସାଧାରଣ ସମ୍ପାଦକ ଶ୍ରୀ ଚିନ୍ମୟ ସୁନ୍ଦର ଦାସ, ମୁଖପାତ୍ର ଶ୍ରୀ ମନୋରଞ୍ଜନ ଦାଶ ଓ ଗଣମାଧ୍ୟମ ସଂଯୋଜକ ଶ୍ରୀ ଦୀପକ କୁମାର ମହାପାତ୍ର ଉପସ୍ଥିତ ଥିଲେ ।

ଓଡିଶା ବନ୍ଦ ଓଡିଶା ବନ୍ଦ ଡାକରା କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026
Latest News

ଭାରତ- ଇସ୍ରାଏଲ ମିଳିତ ବିବୃତ୍ତି

February 27, 2026

ଆଜି ହେଉଛି ଫେବୃୟାରୀ ୨୭ ତାରିଖ ଶୁକ୍ରବାର: ଏହି ରାଶି ପ୍ରତି ମା’ ସନ୍ତୋଷୀଙ୍କ ରହିଛି ଆଶୀର୍ବାଦ

February 27, 2026

ଜିମ୍ବାୱେକୁ 72 ରନରେ ପରାସ୍ତ କରି ସେମିଫାଇନାଲର ରାସ୍ତା ସହଜ କଲା ଭାରତ

February 26, 2026

ଏଆଇ ମାଧ୍ୟମରେ ଭାରତୀୟ ସ୍ୱାସ୍ଥ୍ୟସେବାରେ ପରିବର୍ତ୍ତନ 

February 26, 2026

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.