Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 13, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୩.୬୪ ଲକ୍ଷ ଲୋକ ଏହି ସୁବିଧା ପାଇବେ । ବରଗଡ ସହିତ ରାଜ୍ୟର ୧୧ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବରଗଡ ହେଉଛି ମା ଲକ୍ଷ୍ମୀଙ୍କ ପବିତ୍ର ଭୂମି । ଓଡିଶାର ଭାତ ହାଣ୍ଡି । ବରଗଡର ବୁଣାକାର ମାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଶଂସା କରି କହିଲେ ଯେ ଚାଷୀଙ୍କ ପରି ବରଗଡର ବୁଣାକାର ମଧ୍ୟ ସାରା ବିଶ୍ବକୁ ସମ୍ବଲପୁରୀ ଶାଢୀ ଉପହାର ଦେଇଛନ୍ତି । ବରଗଡର ଚାଷୀ ଓ ବୁଣାକାରମାନଙ୍କ ଦକ୍ଷତାକୁ ମୋର ପ୍ରଣାମ ବୋଲି ସେ କହିଥିଲେ । ବରଗଡ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଜିଲ୍ଲାର ୩ ଲକ୍ଷ ୬୪ ହଜାର ଲୋକ ଉପକାର ପାଇବେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଏମ୍ ପି.ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକା
ଶ୍ରୀମତୀ ରୀତା ସାହୁ,ଶ୍ରୀମତ ସ୍ନେହାଙ୍ଗୀନୀ ଛୁରିଆ ପ୍ରମୁଖ ଉଦ୍ ବୋଧନ ଦେଇ ବିଭିନ୍ନ କ୍ଷେତ୍ରରେ ବିଜେପୁରର ବିକାଶ ଉପରେ ଆଲୋକପାତ କରିଥିଲେ। ଯେଉଁଭଳି ଦୂରଦର୍ଶିତାର ପରିଚୟ ଦେଇ ମୁଖ୍ୟମନ୍ତ୍ରୀ ଓଡିଶାରେ ଏହି ସ୍ମାର୍ଟ କାର୍ଡ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ସେଭଳି ବ୍ୟବସ୍ଥା ଭାରତବର୍ଷରେ ଆଉ କେଉଁ ଠାରେ ନାହିଁ ବୋଲି ସେମାନେ କହିଥିଲେ । ଏହି ଯୋଜନା ଗରିବ ଲୋକଙ୍କର, ବିଶେଷ କରି ମହିଳା ମାନଙ୍କର ଏକ ବଡ ଚିନ୍ତା ଦୂର କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ ସ୍ବାଗତ ଭାଷଣ ଦେଇଥିଲେ । ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ଧନ୍ୟବାଦ ଅର୍ପଣ କରିଥିଲେ।

BSKY ବରଗଡ ଜିଲ୍ଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026

ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

May 14, 2026
Latest News

ଆଜି ମଇ ୧୫ ତାରିଖ ଶୁକ୍ରବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 15, 2026

ଆପାର୍ଟମେଣ୍ଟ ପଞ୍ଜୀକରଣ ସଂଶୋଧନ ଅଧ୍ୟାଦେଶ

May 14, 2026

ମ୍ୟାନେଜମେଣ୍ଟ ଶିକ୍ଷା କ୍ଷେତ୍ରରେ ଆଇଆଇଏମ ବିଶ୍ୱ ପାଇଁ ମଡେଲ – ଧର୍ମେନ୍ଦ୍ର ପ୍ରଧାନ

May 14, 2026

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.