Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

କେନ୍ଦୁଝରର ୧୦୦ ସ୍କୁଲ ସହିତ ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

November 14, 2021No Comments4 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଚାଲିଛି ସ୍କୁଲ ରୂପାନ୍ତର ପର୍ବ। ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ ଚାଲିଛି। ସାତ ଦିନର ଏହି କାର୍ଯ୍ୟକ୍ରମରେ ଆଜି ଦ୍ବିତୀୟ ଦିନ ଶିଶୁ ଦିବସରେ ବୌଦ, ସୋନପୁର, ଭଦ୍ରକ ଓ କେନ୍ଦୁଝର ଆଦି ୪ଟି ଜିଲ୍ଲାର ୧୩୮ଟି ରୂପାନ୍ତର ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକାର୍ପିତ କରିଛନ୍ତି।

କେବଳ କେନ୍ଦୁଝର ରେ ଶହେ ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଛି । ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ ହୋଇଥିଲା। ଆଜି ସୁଦ୍ଧା ୩୩୦ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି। ଏଥିରେ ହିଞ୍ଜିଳି ଓ ଶେରଗଡର ୫୦ଟି ସ୍କୁଲ ମଧ୍ୟ ସାମିଲ।

ଆଜି ଲୋକାର୍ପିତ ହୋଇଥିବା ୧୩୮ଟି ସ୍କୁଲ ମଧ୍ୟରୁ ବୌଦର୧୦ଟି, ସୋନପୁର .୧୧ଟି, ଭଦ୍ରକର ୧୭ ଟି, ଓ କେନ୍ଦୁଝରର ୧୦୦ଟି ସ୍କୁଲ ରହିଛି।

ଏହି ଅବସରରେ ଶିଶୁ ଦିବସ ପାଇଁ ପିଲାମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ବିକାଶ କ୍ଷେତ୍ରରେ ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି। ଶିକ୍ଷା ହେଉଛି ରୂପାନ୍ତର ର ପ୍ରଥମ ପାହାଚ। ଶିକ୍ଷା। ଭିତ୍ତିଭୂମିର ରୂପାନ୍ତର ପିଲାମାନଙ୍କ ମନରେ ଅଶେଷ ପ୍ରେରଣା ଓ ଉତ୍ସାହ ଭରି ଦେଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରଥମ ପର୍ଯ୍ୟାୟରେ ୨୪ ନଭେମ୍ବର ସୁଦ୍ଧା ରାଜ୍ୟର ୧୦୭୫ଟି ସ୍କୁଲ ଲୋକାର୍ପଣ କାର୍ଯ୍ୟକ୍ରମ ଚାଲିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ (There is a saying that Children constitute one-third of our population, but all of our future.)। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ technology ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

୫-ଟି ନୀତି ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର 5-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ।. ନଭେମ୍ବର ୧୪ ସୁଦ୍ଧା ୧୦୭୨ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ଗାଁ ଓ ସହରର ସ୍କୁଲ ମଧ୍ୟରେ ଥିବା ପାର୍ଥକ୍ୟ ଦୂର ଉପରେ ମତଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୪ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା କହିଥିଲେ। ୟସ୍ମିନ ରଣା ,ତୁଳସୀ ସାହୁ ଉତ୍ପଳିକା ପଲାଇ ଓ ଲୋପାମୁଦ୍ରା ମହାନ୍ତ ପ୍ରମୁଖ ଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ଆଗ ଅପେକ୍ଷା ସ୍କୁଲ ବହୁତ ଭଲ ଲାଗୁଛି। ଆମ ସ୍କୁଲ ସବୁଠୁ ଭଲ ବୋଲି ସମସ୍ତେ ଉତ୍ସାହର ସହ କହିଥିଲେ ଏବଂ ସୋମାନଙ୍କ ଜୀବନର ଲକ୍ଷ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଙ୍କୁ କହିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ନିରଞନ ପୂଜାରୀ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ବିଧାୟକ ପ୍ରଦୀପ ଅମାତ୍ ଓ ବ୍ୟୋମକେଶ ରାୟ ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ। ଶିକ୍ଷା କ୍ଷେତ୍ରରେ ଏହା ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବ ବୋଲି ପ୍ରକାଶ କରି ସେମାନେ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶିତାର ପ୍ରଶଂସା କରିଥିଲେ।

କାର୍ଯ୍ୟକ୍ରମରେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସଂପର୍କରେ ଭିଡିଓ ଚଳଚ୍ଚିତ୍ର ପ୍ରଦର୍ଶନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପରିଚାଳନା କରିଥିଲେ।

ମୋ ସ୍କୁଲ କାର୍ଯ୍ୟକ୍ରମର ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।

ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.