Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍ମାର୍ଟ ହେଲ୍‌ଥ କାର୍ଡରେ ଝାରସୁଗୁଡା ଜିଲ୍ଲାର ୧ ଲକ୍ଷ ହିତାଧିକାରୀଙ୍କୁ ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ
ବିଶେଷ ଖବର

ସ୍ମାର୍ଟ ହେଲ୍‌ଥ କାର୍ଡରେ ଝାରସୁଗୁଡା ଜିଲ୍ଲାର ୧ ଲକ୍ଷ ହିତାଧିକାରୀଙ୍କୁ ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

November 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୧.୧୫ ଲକ୍ଷ ଲୋକ ଏହି ସୁବିଧା ପାଇବେ। ବର୍ତ୍ତମାନ ଝାରସୁଗୁଡା ସହିତ ରାଜ୍ୟର ୧୨ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୧୫ ହଜାର ଲୋକ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ମହାନ୍‌ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି କହିଥିଲେ ଯେ ତାଙ୍କର ଆଦର୍ଶ, ସଂଗ୍ରାମ ଓ ଦେଶପ୍ରେମ ଯୁଗ ଯୁଗ ଧରି ଆମକୁ ପ୍ରେରଣା ଦେଉଥିବ। ସ୍ବାଧୀନତା ସଂଗ୍ରାମୀ ବିହାରୀ ରାମ ତନ୍ତୀ, ଲକ୍ଷ୍ମୀ ନାରାୟଣ ମିଶ୍ର ଓ ଚିନ୍ତାମଣି ପୂଜାରୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂ, ବରଗଡ ସାଂସଦ ଶ୍ରୀ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ ଶ୍ରୀ କିଶୋର ମହାନ୍ତି ପ୍ରମୁଖ ଯୋଗ ଦେଇ ବିଭିନ୍ନ କ୍ଷେତ୍ରରେ ଝାରସୁଗୁଡା ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ। ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁ କ୍ଷେତ୍ରରେ ରାଜ୍ୟର ବିକାଶକୁ ଏକ ନୂଆ ସ୍ତରକୁ ଆଣିବା ସହିତ ଗରିବ ଲୋକଙ୍କ ସୁରକ୍ଷା ପାଇଁ ଯେଉଁ କାର୍ଯ୍ୟକ୍ରମ ଗ୍ରହଣ କରିଛନ୍ତି, ତାହା ସମଗ୍ର ଦେଶରେ ବିରଳ।

ଝାରସୁଗୁଡା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ
Share. Facebook Twitter LinkedIn Email WhatsApp Copy Link

Related Posts

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026
Latest News

ନିର୍ଦ୍ଧାରିତ ସମୟ ପୂର୍ବରୁ ୨୬୦ କୋଟି ସ୍କ୍ରାପ୍ ବିକ୍ରୟ ଲକ୍ଷ୍ୟ ହାସଲ କଲା ପୂର୍ବତଟ ରେଳପଥ

February 25, 2026

ଏଆଇ ଯୁଗରେ ଭାରତର ଯୁବଶକ୍ତି

February 25, 2026

ସଂସ୍କୃତି ଓ ଭାଷା ପାଇଁ କୃତ୍ରିମ ବୁଦ୍ଧିମତ୍ତା

February 25, 2026

ନିର୍ଭରଶୀଳତାରୁ ଆତ୍ମନିର୍ଭରତା: ଭାରତକୁ କୋଭିଡ୍ ମହାମାରୀ ଦେଇଛି ଦୃଢ଼ ଶିକ୍ଷା- ଆଇସିଏମଆର ଏଡିଜି

February 25, 2026

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.