Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

November 15, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରାଞ୍ଚି: ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା ଲାଗି ଭାରତ ସରକାର ଘୋଷଣା କରିଛନ୍ତି। ଏହି ଉପଲକ୍ଷେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟର ଉଦଘାଟନ କରିଛନ୍ତି। ରାଞ୍ଚି ଠାରେ ନିର୍ମାଣ କରାଯାଇଥିବା ଏହି ସଂଗ୍ରହାଳୟ ତଥା ଉଦ୍ୟାନକୁ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କରିଥିଲେ। ଝାଡ଼ଖଣ୍ଡ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସମେତ କେନ୍ଦ୍ର ମନ୍ତ୍ରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ।

ସମାରୋହରେ ଉଦବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ, ସ୍ୱାଧୀନତାର ଏହି ଅମୃତ କାଳରେ, ଭାରତର ଜନଜାତି ପରମ୍ପରା ଏବଂ ଏହାର ଗୌରବଶାଳୀ କାହାଣୀକୁ ଅଧିକ ଅର୍ଥପୂର୍ଣ୍ଣ ଏବଂ ବ୍ୟାପକ ପରିଚୟ ଦେବା ଲାଗି ଦେଶ ନିଷ୍ପତ୍ତି ନେଇସାରିଛି। ଏଥିପାଇଁ, ପ୍ରତି ବର୍ଷ ନଭେମ୍ବର ୧୫ ତାରିଖରେ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ସାରା ଦେଶରେ ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବା ଲାଗି ଐତିହାସିକ ନିଷ୍ପତ୍ତି ଆଜି ଠାରୁ ଗ୍ରହଣ କରାଯାଇଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଐତିହାସିକ ଅବସରରେ ସେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ପ୍ରଧାନମନ୍ତ୍ରୀ ମଧ୍ୟ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ, ଯାହାଙ୍କ ଦୃଢ଼ ଇଚ୍ଛାଶକ୍ତି କାରଣରୁ ଝାଡ଼ଖଣ୍ଡ ରାଜ୍ୟ ଗଠନ ସମ୍ଭବ ହୋଇପାରିଛି। ଶ୍ରୀ ମୋଦୀ କହିଥିଲେ ଯେ, ଅଟଳ ବିହାରୀ ବାଜପେୟୀ ହିଁ ପ୍ରଥମ ଥର ଲାଗି ଦେଶର ସରକାରରେ ଜନଜାତିଙ୍କ ପାଇଁ ଏକ ସ୍ୱତନ୍ତ୍ର ମନ୍ତ୍ରଣାଳୟ ଗଠନ କରିଥିଲେ ଏବଂ ଦେଶର ନୀତି ନିର୍ମାଣ ସହିତ ଜନଜାତିମାନଙ୍କ ସ୍ୱାର୍ଥକୁ ଯୋଡ଼ି ପାରିଥିଲେ।

ଭଗବାନ ବିର୍ସା ମୁଣ୍ଡା ସ୍ମୃତି ଉଦ୍ୟାନ ସହ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପାଇଁ ଦେଶର ଜନଜାତି ସମାଜ, ଭାରତର ପ୍ରତ୍ୟେକ ନାଗରିକଙ୍କୁ ପ୍ରଧାନମନ୍ତ୍ରୀ ଅଭିନନ୍ଦନ ଜଣାଇଥିଲେ। ସେ କହିଥିଲେ ଯେ, “ଏହି ସଂଗ୍ରହାଳୟ ବିବିଧତାରେ ପରିପୂର୍ଣ୍ଣ ଆମ ଜନଜାତି ସଂସ୍କୃତିର ଏକ ଜୀବନ୍ତ କେନ୍ଦ୍ରରେ ପରିଣତ ହେବ, ଏହା ସ୍ୱାଧୀନତା ସଂଗ୍ରାମରେ ଆମ ଜନଜାତି ନାୟକ ଓ ନାୟିକାମାନଙ୍କର ଯୋଗଦାନକୁ ପ୍ରଦର୍ଶିତ କରିବ।”

ଭଗବାନ ବିର୍ସା ମୁଣ୍ଡାଙ୍କ ଦୂରଦୃଷ୍ଟି ବିଷୟରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ଭଗବାନ ବିର୍ସା ମୁଣ୍ଡା ଜାଣିଥିଲେ ଯେ ଆଧୁନିକତାର ନାମରେ ବିବିଧତା, ପ୍ରାଚୀନ ପରିଚୟ ଏବଂ ପ୍ରକୃତିକୁ ନଷ୍ଟ କରିବା ଦ୍ୱାରା ସମାଜର କଲ୍ୟାଣ ହୋଇପାରିବ ନାହିଁ। ଏଥିସହିତ ସେ ଆଧୁନିକ ଶିକ୍ଷାର ଜଣେ ସମର୍ଥକ ଥିଲେ ଏବଂ ନିଜ ସମାଜରେ ରହିଥିବା କଳୁଷତା ଏବଂ କୁପ୍ରଥା ବିରୋଧରେ ମୁହଁ ଖୋଲିବା ଲାଗି ସେ ସାହସ କରିପାରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଭାରତକୁ କ୍ଷମତା ହସ୍ତାନ୍ତର କରିବା ଏବଂ ଭାରତୀୟମାନଙ୍କ ହାତରେ ଭାରତ ପାଇଁ ନିଷ୍ପତ୍ତି ନେବାର ଶକ୍ତି ଦେବା ସ୍ୱାଧୀନତା ସଂଗ୍ରାମର ଲକ୍ଷ୍ୟ ଥିଲା। କିନ୍ତୁ, ଏଥିସହିତ ‘ଧରତୀ ଆବା’ (ବିର୍ସା ମୁଣ୍ଡା)ଙ୍କ ପାଇଁ ସଂଘର୍ଷର ଲକ୍ଷ୍ୟ ଥିଲା ଭାରତୀୟ ଜନଜାତି ସମାଜର ପରିଚୟକୁ ନଷ୍ଟ କରିବା ଲାଗି ହେଉଥିବା ଉଦ୍ୟମ ବିରୋଧରେ ସ୍ୱର ଉତ୍ତୋଳନ କରିବା।

ପ୍ରଧାନମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଯେ, “ଭଗବାନ ବିର୍ସା ମୁଣ୍ଡା ସମାଜ ପାଇଁ ବଞ୍ଚିଥିଲେ, ନିଜର ସଂସ୍କୃତି ଓ ଦେଶ ପାଇଁ ନିଜ ଜୀବନକୁ ବଳୀଦାନ ଦେଇଥିଲେ। ତେଣୁ ସେ ଆଜି ମଧ୍ୟ ଆମ ବିଶ୍ୱାସରେ, ଆମ ଭାବନାରେ ଆମର ଭଗବାନ ଭାବେ ଜୀବିତ ଅଛନ୍ତି।” ପ୍ରଧାନମନ୍ତ୍ରୀ ପୁଣି କହିଥିଲେ ଯେ, ଧରତୀ ଆବା ଏ ଦୁନିଆରେ ବେଶୀଦିନ ପର୍ଯ୍ୟନ୍ତ ବଞ୍ଚିନଥିଲେ। କିନ୍ତୁ ସେ ସ୍ୱଳ୍ପ ସମୟର ଜୀବନକାଳ ମଧ୍ୟରେ ସେ ଦେଶ ପାଇଁ ଏକ ସମ୍ପୂର୍ଣ୍ଣ ଇତିହାସ ରଚନା କରିଯାଇଛନ୍ତି ଏବଂ ଭାରତର ଅନେକ ପିଢ଼ିକୁ ମାର୍ଗଦର୍ଶନ କରିଯାଇଛନ୍ତି।

ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଜନଜାତୀୟ ଗୌରବ ଦିବସ ବିର୍ସା ମୁଣ୍ଡା ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026
Latest News

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.