Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା, ୪ ଲକ୍ଷ ୨୦ ହଜାର ପରିବାର ହେବେ ଉପକୃତ
ବିଶେଷ ଖବର

ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା, ୪ ଲକ୍ଷ ୨୦ ହଜାର ପରିବାର ହେବେ ଉପକୃତ

November 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ କେନ୍ଦୁଝର ଜିଲ୍ଲା, ୪ ଲକ୍ଷ ୨୦ ହଜାର ପରିବାର ହେବେ ଉପକୃତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪.୨୦ ଲକ୍ଷ ପରିବାରଏହି ସୁବିଧା ପାଇବେ । କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା ।

ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ସାରା ଦେଶକୁ ବାଟ ଦେଖାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ।

ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଶିଶୁ ଦିବସ ଦିନ ୧୦୦ଟି ରୂପାନ୍ତରୀତ ସ୍କୁଲର ଲୋକାର୍ପଣ ପାଇଁ ଖୁସି ବ୍ୟକ୍ତ ପାଇଁ ଏଥିପାଇଁ କାମ କରିଥିବା ଲୋକ ମାନଙ୍କୁ ଧନ୍ୟବାଦ ଦେଇଥିଲେ। ଗୋଟିଏ ଦିନରେ ୧୦୦ଟି ସ୍କୁଲର ଲୋକାର୍ପଣ ସାରା ରାଜ୍ୟରେ ଏକ ରେକର୍ଡ ବୋଲି ସେ କହିଥିଲେ। ପୁଷ୍ଟି ନିରାପତ୍ତା କ୍ଷେତ୍ରରେ କେନ୍ଦୁଝର ଜିଲ୍ଲା ଭଲ ପ୍ରଦର୍ଶନ କରୁଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ, କେନ୍ଦୁଝର ସାଂସଦ ଶ୍ରୀମତୀ ଚନ୍ଦ୍ରାଣୀ ମୁର୍ମୁ, ଘଷିପୁରା ବିଧାୟକ ଶ୍ରୀ ବଦ୍ରୀ ନାରାୟଣ ପାତ୍ର ଓ କେନ୍ଦୁଝର ପାଟଣା ବିଧାୟକ ଶ୍ରୀ ଜଗନ୍ନାଥ ନାୟକ ଯୋଗ ଦେଇ ଓଡିଶାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସାରା ଦେଶରେ ଓଡିଶାର ମର୍ଯ୍ୟାଦା ବୃଦ୍ଧି କରିଛି ବୋଲି କହିଥିଲେ।

ବିଶେଷକରି, କୋଭିଡ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପ ସାରା ଦେଶରେ ଅନେକ ଜୀବନ ବଞ୍ଚାଇବାରେ ସଫଳ ହୋଇଥିଲା ବୋଲି ସେମାନେ କହିଥିଲେ । କେନ୍ଦୁଝରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଅନେକ ପଦକ୍ଷେପ ନେଇଛନ୍ତିଢ଼ ବୋଲି ପ୍ରକାଶ କରି ସେମାନେ ବିଭିନ୍ନ କ୍ଷେତ୍ରରେ କେନ୍ଦୁଝର ଜିଲ୍ଲାର ବିକାଶ ଉପରେ ଆଲୋକପାତ କରିଥିଲେ।

କେନ୍ଦୁଝର ଜିଲ୍ଲା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଦାମ ମାର୍ଣ୍ଡି ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.