Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ “ସୁସ୍ଥ ଓଡିଶା ସୁଖୀ ଓଡିଶା ଦିଗ”ରେ ଏକ ବଳିଷ୍ଠ ପଦକ୍ଷେପ: ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ “ସୁସ୍ଥ ଓଡିଶା ସୁଖୀ ଓଡିଶା ଦିଗ”ରେ ଏକ ବଳିଷ୍ଠ ପଦକ୍ଷେପ: ମୁଖ୍ୟମନ୍ତ୍ରୀ

November 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଉଭୟ ଜିଲ୍ଲାର ୧୦ ଲକ୍ଷ ଲେଖାଏ ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୫ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ସୁସ୍ଥ ଓଡିଶା ଓ ସୁଖୀ ଓଡିଶା ଦିଗରେ ଏକ ବଳିଷ୍ଠ ପଦକ୍ଷେପ। ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି ଏବଂ ଏହି ହେଲ୍‌ଥ କାର୍ଡ ଏହି ଅଧିକାରକୁ ସୁନିଶ୍ଚିତ କରିଛି।

ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଅନୁଗୁଳ ଜିଲ୍ଲା ଯାଇ ସେଠାରେ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ବରେଣ୍ୟ ସ୍ବାଧୀନା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଓ ମାଳତୀ ଚୌଧୁରୀଙ୍କ ସଂକଳ୍ପ ଓ ତ୍ୟାଗକୁ ସ୍ମରଣ କରିଥିଲେ। ସେମାନଙ୍କ ପ୍ରତିଷ୍ଠିତ ବାଜିରାଉତ ଛାତ୍ରାବାସ ପାଇଁ ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏହି ଅବସରରେ ତାଳଚେର ପ୍ରଜାମଣ୍ଡଳ ଆନ୍ଦୋଳନର ସଂଗ୍ରାମୀ ମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଢେଙ୍କାନାଳ ସାଂସଦ ମହେଶ ସାହୁ, ହିନ୍ଦୋଳ ବିଧାୟକ ସୀମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର ସାମଲ ପ୍ରମୁଖ ଯୋଗଦେଇଥିବା ବେଳେ, ଅନୁଗୁଳରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ସମେତ ଜିଲ୍ଲାର ବିଧାୟକଗଣ ଯୋଗ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣ କାର୍ଯ୍ୟକ୍ରମ ଓଡିଶାର ଗରିବ ଲୋକଙ୍କ ମନରେ ଭରସା ସୃଷ୍ଟି କରିଛି ବୋଲି ସେମାନେ ପ୍ରକାଶ କରିବା ସହିତ, ଏହା ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛି ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ବିକାଶର ନୂଆ ନୂଆ ପାହାଚ ଅତିକ୍ରମ କରିଚାଲିଛି ବୋଲି ସେମାନେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ କାର୍ଡ ବଣ୍ଟନ ସହ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ।

ଅନୁଗୁଳ ଢେଙ୍କାନାଳ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମୁଖ୍ୟମନ୍ତ୍ରୀ ନବୀନ ସୁସ୍ଥ ଓଡିଶା ସୁଖୀ ଓଡିଶା ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026
Latest News

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.