Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»“ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ” ଯୋଜନାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା
ବିଶେଷ ଖବର

“ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ” ଯୋଜନାରେ ସାମିଲ ହେଲା କନ୍ଧମାଳ ଜିଲ୍ଲା

November 22, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କନ୍ଧମାଳ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୬ ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇବେ। ଏହାସହିତ ରାଜ୍ୟର ୧୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ କନ୍ଧମାଳରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୬ ଲକ୍ଷ ୫୦ ହଜାରେ ଲୋକ ସ୍ମାର୍ଟ କାର୍ଡ ପାଇବେ ବୋଲି ପ୍ରକାଶ କରି ଏହାଦ୍ବାରା ସେମାନଙ୍କର ଏକ ବଡ ସମସ୍ୟା ଦୂର ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ। ଏହାଦ୍ବାରା ଆମର ଗରିବ ଲୋକମାନେ ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ। ଚିକିତ୍ସା ସୁବିଧା ଏବେ ସମସ୍ତଙ୍କ ହାତ ପାଆନ୍ତାରେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାକୁ ସ୍ମାର୍ଟ ହେଲ୍‌ଥ କାର୍ଡ ସମ୍ଭବ କରିପାରିଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ, ସାଂସଦ ଡ. ଅଚ୍ୟୁତାନନ୍ଦ ସାମନ୍ତ ଓ ବିଧାୟକ ଅଙ୍ଗଦ କହଁର ପ୍ରମୁଖ ଯୋଗଦେଇ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ରାଜ୍ୟବାସୀଙ୍କ ପାଇଁ ଆଶୀର୍ବାଦ ସାବ୍ୟସ୍ତ ହୋଇଛି ବୋଲି କହିଥିଲେ। ନମ୍ର ସ୍ବଭାବ ଓ ଦୂରଦୃଷ୍ଟି ଯୋଗୁଁ ମୁଖ୍ୟମନ୍ତ୍ରୀ ଆଜି ବିକାଶ ଇତିହାସରେ ଓଡିଶାକୁ ଏକ ନୂତନ ଶିଖରରେ ପହଞ୍ଚାଇପାରିଛନ୍ତି ବୋଲି ସେମାନେ କହିଥିଲେ।

ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କେତେକ ହିତାଧିକାରୀଙ୍କୁ BSKY ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

BSKY କନ୍ଧମାଳ ଜିଲ୍ଲା ନବୀନ ପଟ୍ଟନାୟକ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026

ଚାଲ ଗାଁକୁ ଫେରିଯିବା

June 24, 2026

ଓଡିଶାରେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱଲେ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

June 24, 2026
Latest News

ପାକିସ୍ତାନରେ ପ୍ରବେଶ କଲା ଦିଲ୍ଲୀରୁ ଅମୃତସର ଯାଉଥିବା ବିମାନ: ଇସଲାମାବାଦରେ ଆତଙ୍କ

June 24, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ: ବାତିଲ ହେଲା ଏହି ସବୁ ଟ୍ରେନ

June 24, 2026

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.