Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନଶୁଣାଣୀ ପୋର୍ଟାଲ ଏବଂ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଜନଶୁଣାଣୀ ପୋର୍ଟାଲ ଏବଂ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ

November 24, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ୱେବ୍‌ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ଗୋଟିଏ ହେଉଛି ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଜନଶୁଣାଣୀ ପୋର୍ଟାଲ ଏବଂ ଦ୍ବିତୀୟଟି ହେଉଛି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା ପ୍ରତିଷ୍ଠିତ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍‌ ପୋର୍ଟାଲ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଆମର ସମସ୍ତ କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ହେଉଛନ୍ତି ଜନସାଧାରଣ। ୫-ଟି କାର୍ଯ୍ୟକ୍ରମ ଜରିଆରେ ବୈଷୟିକ ଜ୍ଞାନର ସହାୟତାରେ ଲୋକଙ୍କୁ ଘର ପାଖରେ ସେବା ଯୋଗାଇ ଦେବାପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। କୌଣସି ସରକାରୀ କାର୍ଯ୍ୟାଳୟକୁ ନ ଯାଇ ସରକାରଙ୍କ ଠାରୁ ସେବା ପାଇବାର ସ୍ବାଧୀନତା ଲୋକଙ୍କୁ ଦିଆଯାଇପାରିଛି। ଏହି ନୂତନ ପୋର୍ଟାଲ ଦ୍ବାରା ଲୋକମାନେ ବିଭିନ୍ନ ଡିଜିଟାଲ ପ୍ଲାଟ୍‌ଫର୍ମରେ ଅଭିଯୋଗ ଦାଖଲ କରିପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟେକ୍‌ନୋଲୋଜି ହେଉଛି ଆମର ମୁଖ୍ୟ ଆଧାର। ସରକାରଙ୍କ ବିଭିନ୍ନ ବିଭାଗ ନୂଆ ବୈଷୟିକ ଜ୍ଞାନ ଓ ଡିଜିଟାଲ ସେବା ଦ୍ବାରା ଲୋକଙ୍କୁ ବିନା କୌଣସି ଅସୁବିଧାରେ ସେବା ଯୋଗାଇ ଦେବା ପାଇଁ କାମ କରୁଛନ୍ତି।

Artificial Intellegence ଓ Machine Learning ଆଦି ଅତ୍ୟାଧୁନିକ ବୈଷୟିକ ଜ୍ଞାନ ଏହି applicationରେ ଉପଯୋଗ କରିଥିବାରୁ ମୁଖ୍ୟମନ୍ତ୍ରୀ ଏଥିପାଇଁ ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗକୁ ପ୍ରଶଂସା କରିଥିଲେ। ଏହାଦ୍ବାରା ଜନସାଧାରଣ ସହଜରେ ଅଭିଯୋଗ ଦାଖଲ କରିବା ସହିତ ସରକାରଙ୍କ ବିଭାଗ ଗୁଡିକ ଅଭିଯୋଗର ତୁରନ୍ତ ପ୍ରତିକାର ପାଇଁ ପଦକ୍ଷେପ ନେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଏହି ନୂତନ ଜନଶୁଣାଣୀ ପୋର୍ଟାଲ ଜରିଆରେ ଜନସାଧାରଣ ଯେକୌଣସି ସମୟରେ ଯେକୌଣସି ସ୍ଥାନରୁ ଅନ୍‌ ଲାଇନ ଜରିଆରେ ଅଭିଯୋଗ ଦାଖଲ କରିପାରିବେ । ଏହା ଅଭିଯୋଗ ଶୁଣାଣି ପ୍ରକ୍ରିୟାକୁ ସହଜ, ସରଳ ଓ ସମୟୋପଯୋଗୀ କରିଛି। ଏଥିରେ ୱେବ୍‌ସାଇଟ୍‌, ମୋବାଇଲ ଆପ୍‌, ୱେବ ଚାଟବଟ (web chatbot), ହ୍ବାଟ୍‌ସଆପ, ଚିଠି ଏବଂ ଟୁଇଟର ଓ ଫେସ୍‌ବୁକ୍‌ ଆଦି ବିଭିନ୍ନ ସୋସିଆଲ ମେଡିଆ ହାଣ୍ଡଲ୍‌ ଜରିଆରେ ଅଭିଯୋଗ ଦାଖଲ ହୋଇପାରିବ। ଏହି ଏକୀକୃତ ପୋର୍ଟାଲରେ ଅଭିଯୋଗକାରୀ ତାଙ୍କ ଅଭିଯୋଗର ସ୍ଥିତି ବିଷୟରେ ମଧ୍ୟ ଜାଣିପାରିବେ । ଏହାବ୍ୟତୀତ ସେମାନଙ୍କୁ SMS ଓ whatsapp ଜରିଆରେ ମଧ୍ୟ ସେମାନଙ୍କୁ ଅଭିଯୋଗର ଅଗ୍ରଗତି ସଂପର୍କରେ ଜଣାଇ ଦିଆଯିବ।

ସେହିପରି ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍‌ ପୋର୍ଟାଲକୁ ଲୋକାର୍ପିତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ଅନେକ ବିରଳ ପୁସ୍ତକ, ପାଣ୍ଡୁଲିପି, ଗେଜେଟ୍‌, ଡିକ୍‌ସିନାରୀ ଓ ପିଲାଙ୍କ ପାଇଁ ଲାଙ୍ଗୁଏଜ୍ ପ୍ରାଇମର ଆଦି ଓଡିଆ ସାହିତ୍ୟକୁ ଆହୁରି ଲୋକପ୍ରିୟ କରିବା ସହିତ ଦେଶ ବିଦେଶରେ ରହୁଥିବା ଓଡିଆ ମାନଙ୍କୁ ଓଡିଶା ସହ ଯୋଡି ରଖିବାରେ ସଫଳ ହେବ।

ସୂଚନାଯୋଗ୍ୟ ଯେ ଏହି ଓଡିଆ ଭର୍ଚୁଆଲ ଏକାଡେମୀ ୨୦୧୮ ମସିହା ଅକ୍ଟୋବର ୨୬ ତାରିଖରେ କାର୍ଯ୍ୟ ଆରମ୍ଭ କରିଥିଲା। ଏହି ତିନି ବର୍ଷ ମଧ୍ୟରେ ଏହା ସଫଳତାର ସହ କାର୍ଯ୍ୟ କରିବା ସହିତ ଏହାକୁ ଆହୁରି ଦକ୍ଷ ଓ ଲୋକାଭିମୁଖୀ କରିବା ପାଇଁ ଏହି ଅତ୍ୟାଧୁନିକ ୱେବ୍‌ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୨୭୦୦ ବିରଳ ପୁସ୍ତକକୁ ୟୁନିକୋଡ ଫର୍‌ମାଟରେ ଡିଜିଟାଇଜ କରାଯାଇ ୱେବ୍‌ପୋର୍ଟାଲରେ ରଖାଯାଇଛି। ଏହାସହିତ ଦଶ ହଜାର ପୁସ୍ତକର ପିଡିଏଫ ପ୍ରତିଲିପିକୁ ସଂରକ୍ଷିତ କରିବାର ପ୍ରକ୍ରିୟା ଜାରି ରହିଛି।

ଏଥିରେ ପଞ୍ଚଦଶ ଶତାଦ୍ଦୀରୁ ଆରମ୍ଭ କରି ଏକବିଂଶ ଶତାଦ୍ଦୀ ପର୍ଯ୍ୟନ୍ତ ବିଶିଷ୍ଟ କବି, କଥାକାର, ଭାଷାବିତ୍‌ ଓ ଗବେଷକ ମାନଙ୍କର ସର୍ବଶ୍ରେଷ୍ଠ କୃତୀକୁ ସ୍ଥାନୀତ କରାଯାଇଛି। ଓଡିଶା ଜନଜାତି ଶଦ୍ଦକୋଷ ଓ ଭାଷା ଶିକ୍ଷା ମଧ୍ୟ ସ୍ଥାନିତ ହୋଇଛି। ଏହାସହିତ ପ୍ରଶାସନିକ ଶଦ୍ଦକୋଷ, ପିଲାଙ୍କ ଶିକ୍ଷା ପାଇଁ ଆନିମେସନ ପଦ୍ଧତିରେ ଅଭିନବ ବର୍ଣ୍ଣବୋଧ, ଅଭିଭକ୍ତ ୧୩ଟି ଜିଲ୍ଲାର ରାଜପତ୍ର ମଧ୍ୟ ସ୍ଥାନୀତ ହୋଇଛି। ଅପ୍ରକାଶିତ, ବିଲୁପ୍ତପ୍ରାୟ ଦୁର୍ଲଭ ପୁସ୍ତକ ଓ ପାଞ୍ଜିଗୁଡିକୁ ୱେବ୍‌ସାଇଟ୍‌ରେ ସ୍ଥାନିତ କରି ଏହି ପୋର୍ଟାଲକୁ ଆହୁରି ସମୃଦ୍ଧ କରିବାପାଇଁ ପ୍ରୟାସ ଜାରି ରହିଛି।

ଏହି ଅବସରରେ ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଲେ ଯେ ଜନଶୁଣାଣୀ ପୋର୍ଟାଲ ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମର ଏକ ପ୍ରମୁଖ ଉପଲବ୍‌ଧତା। ଏହା ଲୋକଙ୍କୁ ସୁବିଧାରେ ସେବା ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟକୁ ପୂରଣ କରିବ। ଭର୍ଚୁଆଲ ଏକାଡେମୀର ଏହି ନୂତନ ୱେବ୍‌ସାଇଟ ଓଡିଆ ଭାଷାକୁ ବିଶ୍ବର କୋଣ ଅନୁକୋଣରେ ପହଞ୍ଚାଇପାରିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ସଚିବ ମନୋଜ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ ଓ ବିଭାଗର ଯୁଗ୍ମ ସଚିବ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ସଚିବ ଓ ଜିଲ୍ଲାପାଳ ପ୍ରମୁଖ
ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ନବୀନ ଲୋକାର୍ପିତ
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026

ଏଲପିଜିରୁ ପିଏନଜିକୁ ସଂଯୋଗ ହସ୍ତାନ୍ତର କଲେ ୩୯,୦୦୦ରୁ ଅଧିକ ଗ୍ରାହକ

April 20, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.