Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରନ୍ଧନ ଗ୍ୟାସ୍ ଦର ହ୍ରାସ ନ କଲେ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବ ବିଜେଡିି
ବିଶେଷ ଖବର

ରନ୍ଧନ ଗ୍ୟାସ୍ ଦର ହ୍ରାସ ନ କଲେ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବ ବିଜେଡିି

November 25, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରନ୍ଧନ ଗ୍ୟାସ୍ ଦର ହ୍ରାସ ନ କଲେ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନ ଜୋରଦାର କରିବ ବିଜେଡିି

ଭୁବନେଶ୍ୱର : ଆସନ୍ତା ୩୦ ତାରିଖ ସୁଦ୍ଧା ଗ୍ୟାସ ଦର ନକମିଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ। ଆଜି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଦାବୀ କରିଛି ବିଜେଡି। ରନ୍ଧନ ଗ୍ୟାସର ଦରବୃଦ୍ଧିର ପ୍ରତିବାଦ କରି ବିଜୁ ଜନତା ଦଳ ପକ୍ଷରୁ ଗତ ୨୨. ୨୩ ଓ ୨୪ ତାରିଖରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦିଆଯାଇଥିଲା।  ତାହା ବେଶ୍ ସଫଳ ହୋଇଥିଲା ବୋଲି ବିଜେଡିର ତିନି ବିଧାୟକ ବ୍ୟୋମକେଶ ରାୟ, ପ୍ରଣବ ବଳବନ୍ତରାୟ ଓ ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ତିନି ବିଧାୟକ କହିଛନ୍ତି ଯେ ବିଶ୍ୱର କୌଣସି ଦେଶରେ କେବେବି ରନ୍ଧନ ଗ୍ୟାସ୍ ଦର ଏତେ ଦ୍ରୁତ ଗତିରେ ଏତେ ପରିମାଣରେ ବଢି ନାହିଁ । ୨୦୧୪ରେ ଯେତେବେଳେ ଏହି ବିଜେପି ସରକାର କେନ୍ଦ୍ରରେ କ୍ଷମତାକୁ ଆସିଲେ ସେତେବେଳେ ଗ୍ୟାସ ସିଲିଣ୍ଡରର ଦର ଥିଲା ୪୧୪ ଟଙ୍କା । ଗତ ୭ ବର୍ଷ ଭିତରେ ଦର ଦୁଇଗୁଣରୁ ଅଧିକ ବଢି ୯୩୦ ଟଙ୍କା ଛୁଇଁଲାଣି । କରୋନା ଭଳି ମହାମାରୀ ସଂକଟ ବେଳେ ପ୍ରତି ମାସରେ ୨୫, ୫୦, ୭୫ ଟଙ୍କା ପର୍ଯ୍ୟନ୍ତ ବଢାଯାଇ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ମାଡ଼ କରାଯାଉଛି ।

ରନ୍ଧନ ଗ୍ୟାସର ଏଭଳି ଅହେତୁକ ଦରବୃଦ୍ଧି କରି କେନ୍ଦ୍ର ସରକାର ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇ ସାରିଲେଣି । ଲୋକେ ତ୍ରାହି ତ୍ରାହି ଡାକିଲେଣି ଓ ଏହାର ପ୍ରତିବାଦରେ ବିଜୁ ଜନତା ଦଳର ଡାକରାରେ ରାସ୍ତାକୁ ଓହ୍ଲାଇଲେଣି । ମାତ୍ର କେନ୍ଦ୍ର ସରକାରଙ୍କ ନିଦ ଭାଙ୍ଗୁ ନାହିଁ  ବୋଲି ବିଜେଡି କହିଛି।

ଓଲଟା ବିଜେପିର ରାଜ୍ୟ ନେତୃବୃନ୍ଦ ସରକାରକୁ ବଞ୍ଚାଇବା ଲାଗି ମିଛର ସାହାରା ନେଉଛନ୍ତି ଏବଂ ଉଦ୍ଭଟ ଓ ହାସ୍ୟାସ୍ପଦ ଯୁକ୍ତି ବାଢୁଛନ୍ତି । ଲୋକଙ୍କୁ ଭୁଆଁ ବୁଲାଇବାକୁ ଯାଇ କହୁଛନ୍ତି, ଅନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ରନ୍ଧନ ଗ୍ୟାସ୍ ଦର ବଢୁଛି । ମାତ୍ର ବାସ୍ତବତା ହେଲା; ୨୦୧୪ରେ ଆନ୍ତର୍ଜାତୀୟ ବଜାରରେ ପ୍ରାକୃତିକ ଗ୍ୟାସର ଦର ୬ ଡଲାର/ ବିଟିୟୁ (ବ୍ରିଟିଶ୍ ଥର୍ମାଲ ୟୁନିଟ୍‌) ଥିଲାବେଳେ ଏବେ ତାହା ୫.୮ ଡଲାରକୁ କମିଯାଇଛି ।

ଠିକ୍ ସେମିତି ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ୍ ପିଛା ୮୬ ଡଲାର ଥିଲାବେଳେ ଏବେ ଏହା ୭୮ ଡଲାର ରହିଛି । ଉଭୟ ପ୍ରାକୃତିକ ଗ୍ୟାସ୍ ଓ ଅଶୋଧିତ ତୈଳର ଦର ଯଥାକ୍ରମେ ୧୫ ଓ ୧୦ ପ୍ରତିଶତ କମିଥିଲାବେଳେ ରନ୍ଧନ ଗ୍ୟାସ୍ ଦର ୧୨୩ % ବଢିବାର ଯଥାର୍ଥତା କେଉଁଠି ବୋଲି ବିଜେଡିର ତିନି ନେତା ପ୍ରଶ୍ନ କରିଛନ୍ତି ।

ଅନୁରୂପ ଭାବେ ଉଜ୍ଜ୍ୱଳା ଯୋଜନା ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଲୋକଙ୍କୁ ମିଛ ସଫଳତାର କାହାଣୀ ଶୁଣାଇ ଚାଲିଛନ୍ତି । ଏହି ଯୋଜନାକୁ ବହୁ ଆଡ଼ମ୍ବରରେ ଆରମ୍ଭ କଲାବେଳେ ସରକାର କେତେ ସ୍ୱପ୍ନ ଦେଖାଇଥିଲେ । ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲିମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କହିଥଲେ ।

ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଉଜ୍ଜ୍ୱଳା ଯୋଜନାର ଅଧିକାଂଶ ହିତାଧିକାରୀ ମହିଳା ସିଲିଣ୍ଡରରେ ଗ୍ୟାସ୍ ଭର୍ତ୍ତି କରି ନପାରି ପୁଣି ଚୁଲିମୁଣ୍ଡକୁ ଫେରି ଯାଇଛନ୍ତି । ଏ ସବୁ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ତାହା ସେମାନେ ବୁଝି ସାରିଲେଣି । ତେଣୁ ଦଳମତ ର୍ନିବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି । ଆଗାମୀ ଦିନରେ ମହିଳାମାନେ ଏହାର ଉଚିତ ଜବାବ ଦେବେ ବୋଲି ବିଜେଡି କହିଛି।

ଗ୍ୟାସ ଦର ପ୍ରଣବ ବଳବନ୍ତରାୟ ବ୍ୟୋମକେଶ ରାୟ ରନ୍ଧନ ଗ୍ୟାସ୍
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଲେସିଆ ଗସ୍ତ ଅବସରରେ ଭାରତ-ମାଲେସିଆ ମିଳିତ ବିବୃତ୍ତି

February 8, 2026

Dhauli Kalinga Festival: ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ

February 8, 2026

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

February 8, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଆସନ୍ତା ୨୦ ରେ ସାମୁହିକ ବିବାହ ଉତ୍ସବ

February 8, 2026
Latest News

ପ୍ରଧାନମନ୍ତ୍ରୀ ମୋଦିଙ୍କ ମାଲେସିଆ ଗସ୍ତ ଅବସରରେ ଭାରତ-ମାଲେସିଆ ମିଳିତ ବିବୃତ୍ତି

February 8, 2026

Dhauli Kalinga Festival: ଶେଷ ହେଲା ତିନିଦିନ ଧରି ଚାଲୁଥିବା ଧଉଳି କଳିଙ୍ଗ ନୃତ୍ୟ ଉତ୍ସବ

February 8, 2026

NEET UG 2026: ଆରମ୍ଭ ହେଲା ପଞ୍ଜୀକରଣ, ମେ ମାସରେ ପରୀକ୍ଷା

February 8, 2026

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

February 8, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ତରଫରୁ ଆସନ୍ତା ୨୦ ରେ ସାମୁହିକ ବିବାହ ଉତ୍ସବ

February 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.