Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବେଳେ ବିଜେପିର ଅଣ୍ଡାମାଡ ଘଟଣା, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବେଳେ ବିଜେପିର ଅଣ୍ଡାମାଡ ଘଟଣା, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ

November 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବେଳେ ବିଜେପିର ଅଣ୍ଡାମାଡ ଘଟଣା, ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ପ୍ରଣବ ଦାସ

ଭୁବନେଶ୍ବର: ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୁରୀ ଗସ୍ତ ବେଳେ ବିଜେପି କର୍ମିଙ୍କ ତରଫରୁ ଅଣ୍ଡାମାଡ କରାଯାଇଛି। ଯାହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି ହୋଇଛି। କାରଣ ପୁରୀ ପରି ଏକ ଧର୍ମିକ ସ୍ଥଳ ଏବଂ ଧାର୍ମିକ କାର୍ଯ୍ୟରେ ଅଣ୍ଡାମାଡ କରିବା ଠିକ ନୁହେଁ ବୋଲି କୁହାଯାଇଛି।

ତେବେ ଏହା ଉପରେ ତତକାଳ ବିଜେଡି ତରଫରୁ କୌଣସି ପ୍ରତିକ୍ରିୟା ପ୍ରକାଶ କରାଯାଇ ନ ଥିଲା। ଗୋଟିଏ ଦିନ ପରେ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଆଜି ପ୍ରତିକ୍ରିୟା ରଖିଛନ୍ତି। ତାଙ୍କ ଟୁଇଟରରେ ସିଧା ଧର୍ମେନ୍ଦ୍ର ପ୍ରଧାନଙ୍କୁ ସେ ଟାର୍ଗେଟ କରିଛନ୍ତି। ସେ ଧର୍ମେନ୍ଦ୍ରଙ୍କୁ ଭାଇ ସମ୍ବୋଧନ କରି ଲେଖିଛନ୍ତି ଯେ,

“ଭାଇ, ଆପଣ ଜାଣିଛନ୍ତି ଏବଂ ସାରା ଓଡିଶାବାସୀଙ୍କ ବିଶ୍ୱାସ ଯେ, ଯିଏ ଜଗନ୍ନାଥ ଦର୍ଶନ କରି ବଡ଼ଦାଣ୍ଡରୁ ଫେରିଛି ତାର ପାଦ ଧରି ନମସ୍କାର କରାଯାଏ। କାରଣ ଶରଧାବାଲିରେ ତା ପାଦରେ ଲାଗିଥାଏ। କିନ୍ତୁ ଲଜ୍ଜାର ବିଷୟ ଯେ ଆପଣଙ୍କ ଦଳର ଜଣେ ନେତା ଏହି ଘୃନ୍ୟ କାର୍ଯ୍ୟ ଆମିଷ ଅଣ୍ଡାମାଡ କରିଥିବାର ବାହାବା ନେଉଛନ୍ତି।”

“ଭାଇ, ଆପଣଙ୍କ ବିଜେପି ଦଳ ସବୁବେଳେ ହିନ୍ଦୁ ସଂସ୍କାର ଓ ସଂସ୍କୃତି ବିଷୟରେ ଗୁରୁତ୍ୱ ଦେଇ ଆସିଛି। ଜଗନ୍ନାଥ ସଂସ୍କୃତି ହେଉଛି ଓଡିଆ ଜାତିର ପରିଚୟ। ମହାପ୍ରଭୁଙ୍କ ସେବା କରି ଆସିଥିବା ଲୋକଙ୍କ ଉପରେ ଆମିଷ ଦ୍ରବ୍ୟ ନିକ୍ଷେପ କରିବା ଓଡ଼ିଆ ଜାତି ଏବଂ କୋଟି କୋଟି ଓଡ଼ିଆଙ୍କୁ ମର୍ମାହତ କରିଛି।”

“ଭାଇ, ଆପଣ ବିଜେପିର ଜଣେ ବରିଷ୍ଠ ନେତା। ମୋର ବିନମ୍ର ଅନୁରୋଧ ଏହା ଉପରେ ତୁରନ୍ତ ହସ୍ତକ୍ଷେପ କରି ଏହି ଘୃନ୍ୟ କାର୍ଯ୍ୟକୁ ନିନ୍ଦା କରିବା ସହ ସେହି ଭୂଲ କରିଥିବା ବିଜେପିର ଲୋକଙ୍କୁ ଓଡିଶାବାସୀଙ୍କ ପାଖରେ କ୍ଷମା ପାର୍ଥନା କରିବା ପାଇଁ ନିର୍ଦ୍ଦେଶ ଦିଅନ୍ତୁ।”

ତେବେ ଏହା ଉପରେ ବିଜେପି କିମ୍ବା ଧର୍ମେନ୍ଦ୍ରଙ୍କ ତରଫରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଅଣ୍ଡାମାଡ ପ୍ରଣବ ପ୍ରକାଶ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026
Latest News

ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ନ୍ୟୁଜିଲାଣ୍ଡ: ୩୩ ବଲ୍‌ରେ ଶତକ ହାସଲ କଲେ ଆଲେନ୍

March 4, 2026

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.