Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆସନ୍ତାକାଲି ହେଉଛି ପ୍ରଥମାଷ୍ଟମୀ, ଜାଣନ୍ତୁ ଘରର ପ୍ରଥମ ସନ୍ତାନଙ୍କୁ କେମିତି କରିବେ ପୂଜା
ଧର୍ମ

ଆସନ୍ତାକାଲି ହେଉଛି ପ୍ରଥମାଷ୍ଟମୀ, ଜାଣନ୍ତୁ ଘରର ପ୍ରଥମ ସନ୍ତାନଙ୍କୁ କେମିତି କରିବେ ପୂଜା

November 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜି ହେଉଛି ପ୍ରଥମାଷ୍ଟମୀ, ଜାଣନ୍ତୁ ଘରର ପ୍ରଥମ ସନ୍ତାନଙ୍କୁ କେମିତି କରିବେ ପୂଜା
ଆଜି ହେଉଛି ପ୍ରଥମାଷ୍ଟମୀ, ଜାଣନ୍ତୁ ଘରର ପ୍ରଥମ ସନ୍ତାନଙ୍କୁ କେମିତି କରିବେ ପୂଜା

ଭୁବନେଶ୍ବର: ପ୍ରଥମାଷ୍ଟମୀ ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀରେ ପାଳନ କରାଯାଏ। ଏହାକୁ ପଢୁଆଁ ଅଷ୍ଟମୀ ବୋଲି ମଧ୍ୟ କୁହାଯାଏ। ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟ ପରିଚିତ। ଏହି ପର୍ବ ଓଡିଶାର ଏକ ଲୋକପ୍ରିୟ ପର୍ବ ଭାବେ ପରିଚିତ।

ଏହାକୁ ପ୍ରଥମାଷ୍ଟମୀ ବୋଲି କାହିଁକି କୁହାଯାଏ

ପୂର୍ବେ ବୈଶାଖ ନୁହେଁ ମାର୍ଗଶିର ମାସକୁ ବର୍ଷର ପ୍ରଥମ ମାସ ବୋଲି ବିବେଚନା କରାଯାଉ ଥିଲା। ଏହି ମାସରୁ ବର୍ଷା ଆରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଛି । ହେଲେ ପରବର୍ତ୍ତି ସମୟରେ ଏହା ବର୍ଷର ପ୍ରଥମ ମାସ ହୋଇ ନ ଥିଲେ ମଧ୍ୟ ଏହାର ଅଷ୍ଟମୀଟି ପ୍ରଥମ ଅଷ୍ଟମୀ ଭାବେ ପରିଚିତ ହୋଇ ଆସୁଛି।

ଏହି ଦିନକୁ ଓଡିଆ ଘରେ ପୂଜାପର୍ବ କରାଯାଇଥାଏ। ମୁଖ୍ୟତଃ ଏହା ବର୍ଷର ପ୍ରଥମ ଅଷ୍ଟମୀ ହୋଇଥିବାରୁ ଘରର ପ୍ରଥମ ସନ୍ତାନକୁ ପୂଜା କରାଯିବାର ବିଧାନ ରହିଛି।  ପ୍ରଥମ ସନ୍ତାନଟି ପୁଅ ହେଉ କିମ୍ବା ଝିଅ, ତାଙ୍କୁ ବନ୍ଧାପନା କରାଯାଇ ପୂଜା କରାଯାଇଥାଏ।

ପ୍ରଥମାଷ୍ଟମୀରେ କେମିତି କରାଯାଏ ପୂଜା

ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାଆନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସ ପୂଜା ଓ ବରୁଣ ପୂଜା ହୋଇଥାଏ ।

ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର, ତାଙ୍କୁ ସ୍ନାନ କରାଯାଇ ନୂତନ ବସ୍ତ୍ର ପିନ୍ଧାଯାଇଥାଏ। ଏହାପରେ ଦିଅଁଙ୍କ ଆଗରେ ଏକ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ସନ୍ତାନର ମାଆ ବନ୍ଦାପନା କରିଥାନ୍ତି ।

ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି।

ପ୍ରଥମାଷ୍ଟମୀର ମୁଖ୍ୟ ଭୋଗ ହେଉଛି ହଳଦୀ ପତ୍ରର ଏଣ୍ଡୁରି ପିଠା

ପରମ୍ପରା ଅନୁଯାୟୀ ଏହି ଦିନ ଜ୍ୟେଷ୍ଠ ସନ୍ତାନ ପିନ୍ଧୁଥିବା ନୂତନ ବସ୍ତ୍ର ମାମୁ ଘରୁ ଆସିଥାଏ। ଏହିଦିନ ମାମୁଁମାନେ ନୂଆଲୁଗା, ମିଷ୍ଟାନ୍ନ ଓ ଅନ୍ୟାନ୍ୟ ସାମଗ୍ରୀ ସହ ଭଣଜା ଭାଣିଜୀ ଘରକୁ ଯାଇ ପଢୁଆଁ କରନ୍ତି । ସେଥିପାଇଁ ମାମୁଁଙ୍କୁ ଶ୍ରଦ୍ଧାରେ ଅଷ୍ଟମୀ ବନ୍ଧୁ ବୋଲି କୁହାଯାଏ। ଅବଶ୍ୟ ଜ୍ୟେଷ୍ଠ ପୂର୍ଣ୍ଣିମା ଦିନ ଘରର ଜ୍ୟେଷ୍ଠପୁତ୍ର ବା ଜ୍ୟେଷ୍ଠକନ୍ୟାକୁ ନୂଆ ଲୁଗାପଟା ବାପ ମାଆମାନେ ପିନ୍ଧେଇ ପୂଜା କରିବାର ପରଂପରା କେତେକ ଅଞ୍ଚଳରେ ରହିଛି।

ଏଣ୍ଡୁରି ପିଠା ପ୍ରଥମାଷ୍ଟମୀର ବିଶେଷତ୍ୱ । ଏହି ପିଠା ପାଇଁ ହଳଦୀପତ୍ର ବ୍ୟବହାର ମଧ୍ୟ ଅନ୍ୟ ଏକ ବିଶେଷତ୍ୱ । ଅନ୍ୟ କୌଣସି ପିଠାରେ ହଳଦୀ ପତ୍ର ବ୍ୟବହୃତ ହୁଏ ନାହିଁ। କେବଳ ପ୍ରଥମାଷ୍ଟମୀ ଉପଲକ୍ଷେ ଏଣ୍ଡୁରି ପିଠାରେ ହଳଦୀପତ୍ରର ବ୍ୟବହାର ରହିଛି।

ପାପ-ନାଶିନୀ ଅଷ୍ଟମୀ ପ୍ରଥମାଷ୍ଟମୀ ମାର୍ଗଶିର ମାସ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଆଜି ମାର୍ଚ୍ଚ ୧୧ ତାରିଖ ବୁଧବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026
Latest News

ଆମେରିକାର ତୈଳ ବିଶୋଧନାଗାରରେ ୨୫ ଲକ୍ଷ କୋଟି ନିବେଶ କରିବ ଭାରତ?: ଧନ୍ୟବାଦ ଦେଲେ ଟ୍ରମ୍ପ୍

March 11, 2026

ଫିନଟେକ୍ ପ୍ରକଳ୍ପକୁ ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ ରେ ପ୍ରଦର୍ଶିତ କଲେ ଓଡ଼ିଶାର ଛାତ୍ରଛାତ୍ରୀ

March 11, 2026

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.