Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଣିକି ବାଲେଶ୍ବର, ଭଦ୍ରକ ଜିଲ୍ଲାବାସୀ ମଧ୍ୟ ପାଇବେ ସ୍ମାର୍ଟ କାର୍ଡର ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ
ବିଶେଷ ଖବର

ଏଣିକି ବାଲେଶ୍ବର, ଭଦ୍ରକ ଜିଲ୍ଲାବାସୀ ମଧ୍ୟ ପାଇବେ ସ୍ମାର୍ଟ କାର୍ଡର ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

November 26, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଏଣିକି ବାଲେଶ୍ବର, ଭଦ୍ରକ ଜିଲ୍ଲାବାସୀ ମଧ୍ୟ ପାଇବେ ସ୍ମାର୍ଟ କାର୍ଡର ସୁବିଧା, ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ବର ଓ ଭର୍ଚୁଆଲ ମାଧ୍ୟମରେ ଭଦ୍ରକ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ବାଲେଶ୍ବରର ୨୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଭଦ୍ରକର ୧୧ ଲକ୍ଷରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୨୧ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ ।

ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ ।

ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭଦ୍ରକ ଜିଲ୍ଲା ପାଇଁ ଭର୍ଚୁଆଲ ମାଧ୍ୟମରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ କରି ପ୍ରଥମେ ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ସ୍ମରଣ କରିଥିଲେ ଏବଂ ଇରମ ମାଟିକୁ ପ୍ରଣାମ ଜଣାଇଥିଲେ ।

ଭଦ୍ରକରେ ମିଶନ ଶକ୍ତିର ମା ମାନେ ଭଲ କାମ କରୁଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ସହଭାଗୀ ହୋଇଛନ୍ତି। ଚଳିତ ବର୍ଷ ସେମାନେ ୨୪୫ କୋଟି ଟଙ୍କା ଋଣ ସୁବିଧା ପାଇପାରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମିଶନ ଶକ୍ତି କାର୍ଯ୍ୟକ୍ରମ କେବଳ ମା ମାନଙ୍କର ନୁହେଁ, ସାରା ସମାଜରେ ସାମାଜିକ ଓ ଅର୍ଥନୈତିକ ପରିବର୍ତ୍ତନ ଆଣିବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ଏବଂ ରାଜ୍ୟର ୭୭ ପ୍ରତିଶତ ଲୋକ ଚିକିତ୍ସାର ବୋଝରୁ ମୁକ୍ତି ପାଇବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ବାଲେଶ୍ବରରେ ରାଜସ୍ବ ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି, ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବାଲେଶ୍ବର ବିଧାୟକ ଶ୍ରୀ ସ୍ବରୂପ ଦାସ ପ୍ରମୁଖ ଯୋଗ ଦେଇଥିବା ବେଳେ ଭଦ୍ରକରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସାଂସଦ ଶ୍ରୀମତୀ ମଞ୍ଜୁଲତା ମଣ୍ଡଳ, ଚାନ୍ଦବାଲି ବିଧାୟକ ଶ୍ରୀ ବ୍ୟୋମକେଶ ରାୟ ଓ ଭଦ୍ରକ ବିଧାୟକ ଶ୍ରୀ ସଂଜୀବ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ, ଦୂରଦୃଷ୍ଟି ଓ ଗରିବ ଲୋକଙ୍କ ପାଇଁ ତାଙ୍କର ପ୍ରତିବଦ୍ଧତା ଓଡିଶାରେ ଗରିବ ଲୋକମାନଙ୍କୁ ସୁରକ୍ଷିତ କରିବା ସହିତ ସାରା ଦେଶର କଲ୍ୟାଣ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିପାରିଛି । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ ଯୋଜନା କେବଳ ଏକ କାର୍ଯ୍ୟକ୍ରମ ନୁହେଁ, ଏହା ଗରିବ ଲୋକଙ୍କ ଦୁଃଖ ଦୂର କରିବା କ୍ଷେତ୍ରରେ ଏକ ମୁଖ୍ୟ ସାହାରା ହେବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

ବାଲେଶ୍ବର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଭଦ୍ରକ ସ୍ମାର୍ଟ ହେଲ୍‌ଥ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.