Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

November 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାଲେଶ୍ବର ଜିଲ୍ଲା ପାଇଁ ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଜିଲ୍ଲାର ସ୍ମାର୍ଟ କାର୍ଡର ଶୁଭାରମ୍ଭ ଅବସରରେ  ୧୫୦୦ କୋଟି ଟଙ୍କାର ପ୍ରକଳ୍ପର ମଧ୍ୟ ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ପାଖରେ ଭଲ ପିଇବା ପାଣି ପହଞ୍ଚାଇବା ଆମର ଏକ ମୁଖ୍ୟ ଲକ୍ଷ୍ୟ । ବାଲେଶ୍ବରର ୬ଟି ବ୍ଲକ୍‌ରେ ୯୦୦ କୋଟିରୁ ଅଧିକ ଟଙ୍କାର ବିନିଯୋଗରେ ମେଗା ପାଇପ ପାଣି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି । ଏହାଦ୍ବାରା ୬୬୦ଟି ଗାଁର ୬.୫୦ ଲକ୍ଷ ଲୋକ ଭଲ ପିଇବା ପାଣି ପାଇପାରିବେ ।

ମାଛ ଉତ୍ପାଦନରେ ବାଲେଶ୍ବର ଏକ ଆଗୁଆ ଜିଲ୍ଲା ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜିଲ୍ଲାର ମତ୍ସ୍ୟଜୀବୀ ମାନଙ୍କ ସୁବିଧା ପାଇଁ ବସ୍ତା ଠାରେ ୨୦ ଏକର ଜମିରେ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଏକ ବଡ Whosesale Fish Market କରାଯିବ। ଏହାଦ୍ବାରା ବାଲେଶ୍ବର ସହିତ କେନ୍ଦ୍ରାପଡା ଓ ଜଗତସିଂହପୁରର ମତ୍ସ୍ୟଜୀବୀମାନେ ଉପକାର ପାଇବେ । ଏହାପରେ ମାଛ ବିକିବା ପାଇଁ ସ୍ଥାନୀୟ ମତ୍ସ୍ୟଜୀବୀ ମାନଙ୍କୁ ଆଉ ଦିଘା ମାଛ ମାର୍କେଟ ଉପରେ ନିର୍ଭର ହେବାକୁ ପଡିବ ନାହିଁ ।

ପ୍ରଥମେ ମୁଖ୍ୟମନ୍ତ୍ରୀ ବ୍ୟାସକବି ଫକୀରମୋହନ ଓ କବିବର ରାଧାନାଥ ରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇ ଓଡିଶାର ଭାଷା ଓ ସାହିତ୍ୟର ଗୌରବ ବୃଦ୍ଧି କ୍ଷେତ୍ରରେ ଏହି ଦୁଇ ମହାରଥୀଙ୍କ ଅବଦାନ ବିଷୟରେ ଆଲୋକପାତ କରିଥିଲେ । ସେହିପରି ସ୍ବାଧୀନତା ସଂଗ୍ରାମରେ ବାଲେଶ୍ବରର ସ୍ବତନ୍ତ୍ର ଅବଦାନ ବିଷୟରେ ସ୍ମରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାଲେଶ୍ବର ଜିଲ୍ଲା କୃଷି, ଶିଳ୍ପ, ପର୍ଯ୍ୟଟନ ସବୁ କ୍ଷେତ୍ରରେ ଆଗୁଆ ।

ଆମର ୮୦ କିଲୋମିଟର ବେଳାଭୂମି କେବଳ ବାଲେଶ୍ବରରେ ଅଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଧାନ, ପାନ, ମୀନ ପାଇଁ ବାଲେଶ୍ବର ଜଣାଶୁଣା। ବାଲେଶ୍ବରରେ ୬୦୦ ମିଶନ ଶକ୍ତିର ମା ମାନେ ମାଛ ଚାଷରେ ସାମିଲ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ଏହାସହିତ ବିଭିନ୍ନ ସରକାରୀ ଯୋଜନାରେ ମଧ୍ୟ ସେମାନେ ସହଭାଗୀ ହୋଇଛନ୍ତି ଏବଂ ସେମାନଙ୍କୁ ଅଧିକ କାମ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ବାଲେଶ୍ବର ଜିଲ୍ଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ମାର୍ଟ କାର୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Latest News

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.