Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ ମଧ୍ୟ ପଢୁଆଁ ହୁଅନ୍ତି
ଧର୍ମ

ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ ମଧ୍ୟ ପଢୁଆଁ ହୁଅନ୍ତି

November 26, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ ମଧ୍ୟ ପଢୁଆଁ ହୁଅନ୍ତି

ଭୁବନେଶ୍ବର: ପ୍ରଥମାଷ୍ଟମୀରେ ସାଧାରଣତଃ ଘରର ପ୍ରଥମ ସନ୍ତାନଙ୍କୁ ପୂଜା କରାଯାଇଥାଏ। ସେହିପରି ଭଗବାନ ହେଲେ ମଧ୍ୟ କଣ ହେଲା ପ୍ରଭୃ ଲିଙ୍ଗରାଜ ମଧ୍ୟ ଏହି ଦିନ ପଢୁଆଁ ହୋଇଥାନ୍ତି। ଲିଙ୍ଗରାଜଙ୍କ ରିତିନୀତିରେ ଏହି ପ୍ରଥମାଷ୍ଟମୀ ଏକ ମହତ ରଖେ। ସେଦିନ ଏକ ସ୍ବତନ୍ତ୍ର ପୂଜା କରାଯାଇଥାଏ।

ପ୍ରଥମାଷ୍ଟମୀ ଦିନ ଲିଙ୍ଗରାଜ ମହାପ୍ରଭୁଙ୍କର ମାମୁଁଘର ଯାତ୍ରା ହୋଇଥାଏ । ଲିଙ୍ଗରାଜ ମହାପ୍ରଭୁ ଏହିଦିନ ଲିଙ୍ଗରାଜ ମନ୍ଦିର ନିକଟରେ ଥିବା ତାଙ୍କ ମାମୁଁଘର ରୂପେ ପରିଚିତ କପାଳିମଠକୁ ପଢୁଆଁ ହେବା ପାଇଁ ଯାଆନ୍ତି। ଏହି ମଠର ଆରାଧ୍ୟ ଦେବତା ‘ବରୁଣେଶ୍ୱର’ ଓ ‘ବନଦେବ’ । ଏ ଦୁହେଁ ଲିଙ୍ଗରାଜଙ୍କର ମାମୁଁ- ମାଇଁ ରୂପେ ପ୍ରଖ୍ୟାତ । ଏହି ମଠ ହତାରେ ଗୋଟିଏ ପୁଷ୍କରିଣୀ ରହିଛି । ତାହା ପାପନାଶିନୀ ରୂପେ ପରିଚିତ । ପ୍ରଥମାଷ୍ଟମୀ ଦିନ ଏହି ପୁଷ୍କରିଣୀର ଜଳ ପାନକଲେ ପାପକ୍ଷୟ ହୁଏ ଓ ବନ୍ଧ୍ୟାନାରୀ ସନ୍ତାନବତୀ ହୁଅନ୍ତି ବୋଲି ପ୍ରବାଦ ଅଛି ।

ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା। କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି ।

ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ । ଏହିଦିନ କାଳ ଭୈରବଙ୍କର ବ୍ରତ ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।

ତନ୍ତ୍ରସାଧକମାନଙ୍କ ସାଧନା ସମୟରେ ଯେଉଁ ଉଲ୍ଲେଖ ତନ୍ତ୍ର ପରମ୍ପରାରେ ରହିଛି, ସେଥି ମଧ୍ୟରେ ଏହି ପ୍ରଥମାଷ୍ଟମୀର ରାତ୍ରି ବିଶେଷ ଉଲ୍ଲେଖନୀୟ । ତାନ୍ତ୍ରିକ ଭାଷାରେ ଏହାର ନାମ ‘ଘୋରରାତ୍ର’। ନବଦୁର୍ଗାଙ୍କ ମଧ୍ୟରୁ କାଳରାତ୍ରି ଅନ୍ୟତମା । ଆଦ୍ୟାଶକ୍ତି କାଳରାତ୍ରି ରୂପେ ଏହିଦିନ ଅବତୀର୍ଣ୍ଣା ହୋଇଥିଲେ । ତନ୍ତ୍ର ସମ୍ବନ୍ଧୀୟ ବିଭିନ୍ନ ଶାସ୍ତ୍ରରେ ଏହି ବିଷୟରେ ଉଲ୍ଲେଖ ଅଛି । ଅତୀତରେ ବହୁ ସ୍ଥାନରେ ଭୈରବ ଓ ଭୈରବୀଙ୍କୁ ପୂଜା କରାଯାଉଥିଲା ।

ପଢୁଆଁ ପ୍ରଥମାଷ୍ଟମୀ ପ୍ରଭୃ ଲିଙ୍ଗରାଜ ସୌଭାଗିନୀ ଅଷ୍ଟମୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ଆଜି ୧୯ ତାରିଖରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

February 19, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.