Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଡିସେମ୍ବର ୧ ତାରିଖରେ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଆନ୍ଦୋଳନ ପାଇଁ ପ୍ରସ୍ତୁତି
ବିଶେଷ ଖବର

ଡିସେମ୍ବର ୧ ତାରିଖରେ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଆନ୍ଦୋଳନ ପାଇଁ ପ୍ରସ୍ତୁତି

November 27, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଡିସେମ୍ବର ୧ ତାରିଖରେ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ, ଆନ୍ଦୋଳନ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧ ତାରିଖରେ ପ୍ରଦେଶ କିଷାନ କଂଗ୍ରେସ ରାଜ୍ୟ କାର୍ଯ୍ୟକାରିଣୀ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଯିବ ଏବଂ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚାଷୀମାନଙ୍କ ପ୍ରତି ଅଣଦେଖାକୁ ପ୍ରତିବାଦ କରାଯିବା ପାଇଁ ଏହି ବୈଠକରେ ଆନ୍ଦୋଳନର ରୂପରେଖ ଚୁଡ଼ାନ୍ତ ହେବ ବୋଲି ପ୍ରଦେଶ କିଷାନ କଂଗ୍ରେସର ଅଧ୍ୟକ୍ଷ ଅମୀୟ କୁମାର ପଟ୍ଟନାୟକ ଗଣ ମାଧ୍ୟମକୁ ସୂଚନା ଦେଇଛନ୍ତି।

ରାଜ୍ୟ ସରକାରଙ୍କ ଉଦାସୀନତା ଓ ଅପରିଣାମଦର୍ଶୀ କୃଷିନୀତି ଯୋଗୁଁ ଚାଷୀମାନେ ଆତ୍ମହତ୍ୟା କରି ଚାଲିଛନ୍ତି ଏବଂ ସେଥିପାଇଁ ରାଜ୍ୟର ନବୀନ ସରକାର ଚାଷୀ ହତ୍ୟାକାରୀ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଓଡ଼ିଶା ପ୍ରଦେଶ କଂଗ୍ରେସର ପ୍ରବକ୍ତା ଶ୍ରୀ ସୁଦର୍ଶନ ଦାସ କଡ଼ା ସମାଲୋଚନା କରିଛନ୍ତି । ଏହି ଆତ୍ମହତ୍ୟା କରିଥିବା ସମସ୍ତ ଚାଷୀ ପରିବାରକୁ ୨୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ସେ ଦାବୀ କରିଛନ୍ତି ।

ବିଧାନସଭାରେ ସର୍ବଦଳୀୟ ପ୍ରସ୍ତାବ ପାରିତ କରି ରାଜ୍ୟ ସରକାର ଧାନ କ୍ୱିଣ୍ଟାଲ ପ୍ରତି ସର୍ବନିମ୍ନ ମୂଲ୍ୟ ୨୯୩୦ ଟଙ୍କା ଧାର୍ଯ୍ୟ କରି କେନ୍ଦ୍ରକୁ ପତ୍ର ପଠାଇଥିଲେ । ରାଜ୍ୟ ସରକାର କେନ୍ଦ୍ରକୁ ଏହି ପତ୍ରଟି ପଠାଇ ଦେଇ ଚୁପ୍ ହୋଇ ବସିବା ଏକ ହାସ୍ୟାସ୍ପଦ । ଯଦି ଚାଷୀମାନଙ୍କ ପ୍ରତି ପ୍ରକୃତ ସମ୍ବେଦନଶୀଳତା ଥାଏ, ପଡ଼ୋଶୀ ଛତିଶଗଡ଼ ରାଜ୍ୟ ସରକାରଙ୍କ ଭଳି ଧାନ କିଣାରେ ପ୍ରତି କ୍ୱିଣ୍ଟାଲରେ ଅତିରିକ୍ତ ସହାୟତା ଦେଇ ଓଡ଼ିଶା ସରକାର ଚାଷୀମାନଙ୍କଠୁ ୨୯୩୦ ଟଙ୍କାରେ ନିଜେ ଧାନ କିଣି ଉଦାହରଣ ସୃଷ୍ଟି କରନ୍ତୁ ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କିଷାନ କଂଗ୍ରେସର ଅଧ୍ୟକ୍ଷ ଶ୍ରୀ ଅମିୟ କୁମାର ପଟ୍ଟନାୟକ ଦାବୀ କରିଛନ୍ତି ।

ଏହା ସହିତ ରାଜ୍ୟର ସମସ୍ତ ଚାଷୀଙ୍କଠାରୁ ସବୁ ଖରିଫ୍ ଧାନ କିଣିବା ପାଇଁ ନିର୍ଦ୍ଧାରିତ ସମୟରେ ବ୍ୟବସ୍ଥିତ ଢଙ୍ଗରେ ତୁରନ୍ତ ମଣ୍ଡି ଖୋଲିବା, ପୂର୍ବ ବର୍ଷ ଭଳି କୌଣସି ଏକ ଚାଷୀଙ୍କ ଟୋକନ ଲାପ୍ସ ନ କରିବା, କଟଣୀ ଛଟଣୀ ବନ୍ଦ କରିବା, ପରିବହନ ଖର୍ଚ୍ଚ ଓ ଅଖାର ଦାମ୍ ଚାଷୀଙ୍କୁ ଦେବା ପାଇଁ ସେ ଦାବୀ କରିଛନ୍ତି । ଆଜି ପର୍ଯ୍ୟନ୍ତ ରାଜ୍ୟର ଲକ୍ଷ ଲକ୍ଷ ଭାଗଚାଷୀମାନଙ୍କର ସୁରକ୍ଷା ପାଇଁ ଆଇନ ସରକାର ଆଣିଲେ ନାହିଁ । ବାରମ୍ବାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଏ ସଂକ୍ରାନ୍ତରେ ବିହିତ ପଦକ୍ଷେପ ନ ନେବା ଭାଗଚାଷୀମାନଙ୍କ ପ୍ରତି ପରିହାସ ।

ଚାଷୀମାନଙ୍କର ଉପରୋକ୍ତ ସମସ୍ୟାଗୁଡ଼ିକୁ ନେଇ ଆଗାମୀ ଦିନରେ ଶକ୍ତିଶାଳୀ ଚାଷୀ ଆନ୍ଦୋଳନ କଂଗ୍ରେସ ଆୟୋଜନ କରିବ ବୋଲି କଂଗ୍ରେସ ପ୍ରବକ୍ତା ଶ୍ରୀ ଦାସ କହିଛନ୍ତି।

ଚାଷୀ
Share. Facebook Twitter LinkedIn Email WhatsApp Copy Link

Related Posts

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026
Latest News

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ରାଜସ୍ୱ ସହାୟକ

August 28, 2026

ପୁରୀ, ବରା, ଆଳୁଚପରେ ଲାଗିପାରେ ରୋକ! କଲେଜ କ୍ୟାଣ୍ଟିନ୍‌କୁ ଚିଠି

August 28, 2026

ରାକ୍ଷୀ ପୂର୍ଣ୍ଣିମାରେ ଅଘଟଣ, ଭଉଣୀକୁ ଛାଡ଼ିବା ବେଳେ ଭାଇଙ୍କ ମୃତ୍ୟୁ

August 28, 2026

କ୍ରୀଡ଼ା ଜଗତର ହକି ତାରକା ମେଜର ଧ୍ୟାନଚାନ୍ଦଙ୍କୁ ପୁସ୍ପାର୍ଘ୍ୟ ଶ୍ରଦ୍ଧାଞ୍ଜଳି

August 28, 2026

ଖୋରଧା ବ୍ଲକ୍ ପରିସରରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.