Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଥମ ପର୍ଯ୍ୟାୟର ଶେଷ ଦିବସରେ ୨୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ପ୍ରଥମ ପର୍ଯ୍ୟାୟର ଶେଷ ଦିବସରେ ୨୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

November 29, 2021No Comments5 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ଆଜି ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି। ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ ମାର୍ଚ୍ଚ ସୁଦ୍ଧା ୩୩୦୦ ସ୍କୁଲର ରୂପାନ୍ତରଣ ଲକ୍ଷ୍ୟ ରଖାଯାଇଛି।

ଆଜି କୋରାପୁଟ, ଗଜପତି, ଢେଙ୍କାନାଳ, ଅନୁଗୁଳ ବରଗଡ ଓ ଯାଜପୁର ଜିଲ୍ଲାର ୨୪୦ଟି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପିଲାମାନେ ଦେଖିଥିବା ସ୍ବପ୍ନକୁ ସାକାର କରିବାରେ ସହଯୋଗ କରିବା ହେଉଛି ଆମ ସମସ୍ତଙ୍କର ମିଳିତ ଦାୟିତ୍ବ ଏବଂ ୫-ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ହେଉଛି ଏ ଦିଗରେ ସମସ୍ତଙ୍କର ମିଳିତ ସହଯୋଗର ସର୍ବଶ୍ରେଷ୍ଠ ପ୍ରଦର୍ଶନ।

ଏହି ଅବସରରେ ସମବେତ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଛାତ୍ର ଜୀବନରେ ସ୍ବପ୍ନ ହିଁ ଆଗକୁ ବାଟ ଦେଖାଇଥାଏ। ବଡ ବଡ ସ୍ବପ୍ନ ଦେଖିବା ସହିତ ତାକୁ ପୂରଣ କରିବା ପାଇଁ ଅହରହ ଚେଷ୍ଟା ଜାରି ରଖିବା ହେଉଛି ଜୀବନର ସାର୍ଥକତା। ଏହି ରୂପାନ୍ତର କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ଅଞ୍ଚଳର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ ତଥା ପିତାମାତା ଏବଂ ଅଭିଭାବକ ମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, “ମୁଁ ଚାହେଁ ମୋ ରାଜ୍ୟର ପିଲା ସବୁ କ୍ଷେତ୍ରରେ ଆଗୁଆ ହୁଅନ୍ତୁ। ପାଠ ସହ କ୍ରୀଡା, ସଂଗୀତ ସବୁ କ୍ଷେତ୍ରରେ ଓଡିଶାର ଗୌରବ ବଢାନ୍ତୁ। ନୂଆ ନୂଆ technology ବିଷୟରେ ଜାଣନ୍ତୁ। ବଡ ବଡ ସ୍ବପ୍ନ ଦେଖନ୍ତୁ ଓ ଜୀବନର ସବୁ challengeକୁ ସାମନା କରିବା ପାଇଁ ଆତ୍ମବିଶ୍ବାସର ସହ ଆଗକୁ ବଢନ୍ତୁ। ଏହା ହିଁ ହେଉଛି ସ୍କୁଲ ରୂପାନ୍ତରର ଲକ୍ଷ୍ୟ।”

ମୁଖ୍ୟମନ୍ତ୍ରୀ କହିଲେ, ଏ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁ ର ସ୍କୁଲମାନଙ୍କ ଭିତରେ ଥିବା ତଫାତକୁ ଦୂର କରିଛି। ଗାଁର ସ୍କୁଲରେ ଆଜି ସହରର ଭଲ ଭଲ ବେସରକାରୀ ସ୍କୁଲର ପରିବେଶ ସୃଷ୍ଟି ହୋଇଛି। ଆଉ ଗୋଟିଏ ଗୁରୁତ୍ବପୂର୍ଣ୍ଣ କଥା ହେଲା ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ଡାକ୍ତର, ଇଞ୍ଜିନିୟର ହେବାର ସ୍ବପ୍ନ ଯେପରି ସାକାର ହୋଇପାରିବ, ସେଥିପାଇଁ ରାଜ୍ୟ ସରକାର ତୁମ ମାନଙ୍କ ପାଇଁ ୧୫ ପ୍ରତିଶତ ଆସନ ସଂରକ୍ଷିତ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ସ୍କୁଲରେ ତିଆରି ହୁଏ ଦେଶର ଭବିଷ୍ୟତ। ଜାତିର ଭବିଷ୍ୟତ। କଥାରେ ଅଛି, ପିଲାମାନେ ଆମ ଜନସଂଖ୍ୟାରେ ଏକ ତୃତୀୟାଂଶ ହେଲେ ବି ସେମାନେ ଆମର ପୁରା ଭବିଷ୍ୟତ। ସ୍କୁଲ ସମୟ ପିଲାମାନଙ୍କ ଜୀବନର ସବୁଠାରୁ ଗୁରୁତ୍ବପୂର୍ଣ୍ଣ ସମୟ ବୋଲି ମତଦେଇ ସେ କହିଥିଲେ ଯେ ଏ ସମୟରେ ପିଲାମାନଙ୍କୁ ସେମାନଙ୍କର ପ୍ରତିଭାର ବିକାଶ ପାଇଁ ସୁଯୋଗ ସୃଷ୍ଟି କରିବା ଆମର ଦାୟିତ୍ବ।

ଓଡିଶାର ଶିକ୍ଷା ବିକାଶ କ୍ଷେତ୍ରରେ ଆଜି ଦିନଟି ସବୁବେଳେ ସ୍ବତନ୍ତ୍ର ହୋଇରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ୫-ଟି ନୀତି ଉପରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ, ସ୍କୁଲ ରୂପାନ୍ତର ହେଉଛି ଆମର ୫-ଟି କାର୍ଯ୍ୟକ୍ରମର ଶ୍ରେଷ୍ଠ ଉଦାହରଣ। ୫-ଟି ହେଉଛି– ଟେକ୍ନୋଲେଜି, ଟିମ୍ ୱାର୍କ, ଟାଇମ, ଟ୍ରାନ୍ସପାରେନ୍ସି ଓ ଟ୍ରାନ୍ସଫରମେସନ୍। ଏହା ହିଁ ରୂପାନ୍ତରକୁ ସମ୍ଭବ କରିପାରିଛି। ଟେକ୍ନୋଲେଜି ଆମକୁ ସ୍ମାର୍ଟ କ୍ଲାସ୍‌ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର ଓ ଆଧୁନିକ ଲାବୋରେଟୋରୀର ସୁବିଧା ଦେଇଛି। ସେହିପରି ଆମ ସମସ୍ତଙ୍କ ମିଳିତ ଉଦ୍ୟମ ହେଉଛି ଟିମ୍‌ ୱାର୍କ।

ତୃତୀୟ ନୀତି ହେଉଛି ଟାଇମ୍‌ ବା ସମୟ। ନଭେମ୍ବର ୧୪ ସୁଦ୍ଧା ୧୦୭୫ଟି ସ୍କୁଲର ରୂପାନ୍ତର କାମ ସାରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି। ଆପଣମାନଙ୍କ ସମସ୍ତଙ୍କ ନିଷ୍ଠା ଓ ପରିଶ୍ରମ ଦ୍ବାରା ଏହା ଆଜି ଠିକ୍‌ ସମୟରେ ଶେଷ ହୋଇପାରିଛି।

ଚତୁର୍ଥ ନୀତି ହେଉଛି ଟ୍ରାନ୍ସପାରେନ୍ସି ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହା କିଛି ପରିବର୍ତ୍ତନ ହୋଇଛି, ତାହା ଅଞ୍ଚଳର ଲୋକମାନଙ୍କ ସହିତ ଆଲୋଚନା କରି କରାଯାଇଛି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି। ଏସବୁ ଆଣିଛି ରୂପାନ୍ତର, ଯାହାକୁ ଆମେ ସମସ୍ତେ ଦେଖିପାରୁଛୁ ଓ ଅନୁଭବ ମଧ୍ୟ କରିପାରୁଛୁ।

ପିଲାମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ, ମାତୃଭୂମି ଓ ପରିବାର ପରେ ସ୍କୁଲ ହେଉଛି ଆମର ସବୁଠାରୁ ବଡ ପରିଚୟ। ମୋର ପୁରା ବିଶ୍ବାସ, ତୁମେ ମାନେ ଭଲ ପାଠ ପଢି ଭଲ କାମ କରି, ଏ ପରିଚୟକୁ ରାଜ୍ୟର ଗୌରବରେ ପରିଣତ କରିପାରିବ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ବିଦ୍ୟାଳୟ ରୂପାନ୍ତର ସଂପର୍କରେ ନିଜର ମନ କଥା ଓ ଭବିଷ୍ୟତର ଲକ୍ଷ୍ୟ ସଂପର୍କରେ କହିଥିଲେ। କୋରାପୁଟର ତପସ୍ବିନୀ ମହାପାତ୍ର, ଗଜପତିରି ମର୍ଣ୍ଣିକା ରାଇତା, ଢେଙ୍କାନାଳର ଶୁଭସ୍ମିତା ସାହୁ, ଅନୁଗୁଳର ଶ୍ରେୟାଂସା ପ୍ରଧାନ, ବରଗଡର ସ୍ମୃତିରେଖା ସାହୁ ଓ ଯାଜପୁରର ରଶ୍ମିରେଖା ମିଶ୍ର ପ୍ରମୁଖ ଛାତ୍ରଛାତ୍ରୀ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ସ୍କୁଲ ରୂପାନ୍ତରଣ ଆମ ସମସ୍ତଙ୍କ ପାଇଁ ଗର୍ବ ଆଣିଛି ଏବଂ ସରକାରୀ ସ୍କୁଲରେ ପାଠ ପଢିବାର ଗୌରବ ଆଜି ଆମେ ଅନୁଭବ କରୁଛୁ । ସରକାରୀ ସ୍କୁଲ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷାରେ ପନ୍ଦର ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଥିବାରୁ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମନ୍ତ୍ରୀ ସୁଶାନ୍ତ ସିଂହ, ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମନ୍ତ୍ରୀ ଜଗନ୍ନାଥ ସାରକା, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ସାଂସଦ ମହେଶ ସହୁ ପ୍ରମୁଖ ଉଦ୍‌ବୋଧନ ଦେଇ ବିଦ୍ୟାଳୟ ରୂପାନ୍ତର କାର୍ଯ୍ୟକ୍ରମର ଉଚ୍ଚପ୍ରଶଂସା କରିଥିଲେ ଏବଂ ଏହା ପିଲାମାନଙ୍କ ପାଇଁ ବିପୁଳ ସୁଯୋଗ ସୃଷ୍ଟି କରିଛି ବୋଲି ମତ ଦେଇଥିଲେ।

କାର୍ଯ୍ୟକ୍ରମ ସଂଞ୍ଚାଳନ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ ହୋଇଥିବାରୁ ଏଥିସହ ସଶ୍ଲିଷ୍ଟ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ୨୦୨୨ ମାର୍ଚ୍ଚ ସୁଦ୍ଧା ଦ୍ବିତୀୟ ପର୍ଯ୍ୟାୟରେ ୩୩୦୦ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପୂରଣ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ୫-ଟି ସଚିବ ଶ୍ରୀ ପାଣ୍ଡିଆନ ବିଭିନ୍ନ ସ୍କୁଲର ବିକାଶ ସହ ସଶ୍ଲିଷ୍ଟ ଥିବା ୯୦୦୦ ବ୍ୟକ୍ତି ବିଶେଷଙ୍କ ସହିତ ୭୦୦୦ ମିନିଟ ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଆଲୋଚନା କରି ଯୋଜନାକୁ ଚୂଡାନ୍ତ ରୂପ ଦେଇଥିଲେ।

ସ୍କୁଲର ପୁରାତନ ଛାତ୍ର ଭାବରେ ଯାଜପାରରେ ବିରଜା ହାଇସ୍କୁଲରେ ଉପସ୍ଥିତ ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ କୁମାର ଘଡାଇ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମକୁ ଏକ ଐତିହାସିକ ଉଦ୍ୟମ ଭାବରେ ବର୍ଣ୍ଣନା କରିଥିଲେ ଏବଂ ଏହାସ ସଫଳ କାର୍ଯ୍ୟକାରିତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଓ କାର୍ଯ୍ୟକୁ ସୁନ୍ଦର ଭାବରେ ଆଗେଇ ନେଇଥିବା ୫-ଟି ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ଏକ ସମୃଦ୍ଧ ଓଡିଶାର ସ୍ବପ୍ନକୁ ସାକାର କରିବ ବୋଲି ମତପୋଷଣ କରିଥିଲେ।

ସରକାରୀ ସ୍କୁଲରେ ପାଠ ପଢି ଆଇଏଏସ ଓ ଆଇପିଏସ୍‌ ହୋଇଥିବା ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରି ଧଳ ଏବଂ ଗୁଇନ୍ଦା ବିଭାଗର ଡିଆଇଜି ଅନୂପ ସାହୁ ସେମାନଙ୍କ ସ୍କୁଲ ଜୀବନର ଅନୁଭୂତି ବଖାଣିବା ସହିତ ଦୃଢ ସଂକଳ୍ପ, ଉଚ୍ଚାକାଂକ୍ଷା ଓ କଠିନ ପରିଶ୍ରମ ଦ୍ବାରା ହିଁ ଜୀବନରେ ସଫଳତା ହାସଲ କରାଯାଇପାରେ ବୋଲି ପିଲାମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫-ଟି ସ୍କୁଲ ରୂପାନ୍ତରଣ ଉପରେ Task Force Recommendlationର knowledge paper ଉନ୍ମୋଚନ କରିଥିଲେ। ଏଥିରେ ରୂପାନ୍ତରିତ ସ୍କୁଲ ମାନଙ୍କର ରକ୍ଷଣାବେକ୍ଷଣ ଓ ପରିଚାଳନା ସଂପର୍କରେ ବିଶେଷ ନିର୍ଦ୍ଦେଶାବଳୀ ସନ୍ନିବେଶିତ ହୋଇଛି।

ଏହି କାର୍ଯ୍ୟକ୍ରମରେ ଉପ ବାଚସ୍ପତିଙ୍କ ସମେତ ବିଭିନ୍ନ ଜିଲ୍ଲାର ବିଧାୟକଗଣ, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀଗଣ ଯୋଗ ଦେଇଥିଲେ। ଉନ୍ନୟନ କମିଶନର ପ୍ରଦୀପ ଜେନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ସତ୍ୟବ୍ରତ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ପ୍ରଥମ ପର୍ଯ୍ୟାୟ ବିରଜା ହାଇସ୍କୁଲ ରୂପାନ୍ତରିତ ସ୍କୁଲ ଲୋକାର୍ପଣ ପର୍ବ ଲୋକାର୍ପିତ କଲେ ହିଞ୍ଜିଳିକାଟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Latest News

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.