Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସମ୍ବାଦପତ୍ର ହକର୍‌ଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ସମ୍ବାଦପତ୍ର ହକର୍‌ଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

November 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସମ୍ବାଦପତ୍ର ହକର୍‌ଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ । ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।

ଏହି ଯୋଜନା ଅନୁଯାୟୀ ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍‌ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ। ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର୍‌ ମାନଙ୍କୁ ଦେଢ ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା (Loss of both limbs) ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା (Loss of one limb) ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

କୋଭିଡ ଯୋଗୁ ସେମାନେ ସମ୍ମୁଖୀନ ହୋଇଥିବା ଆର୍ଥିକ ଦୁଃସ୍ଥିତିକୁ ଦୃଷ୍ଟିରେ ରଖି ସବୁ ପଞ୍ଜୀକୃତ ଖବର କାଗଜ ହକର୍‌ ମାନଙ୍କୁ ଦୁଇଟି ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର ସହାୟତା ଦେବା ପାଇଁ ନିଷ୍ପତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ଯୋଗାଇ ଦିଆଯିବ।

କାମ କରିବା ପାଇଁ ବହୁତ ସମୟରେ ହକର୍‌ ମାନେ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ସମସ୍ୟାକୁ ଦୂର କରିବା ପାଇଁ ରାଜ୍ୟ ସରକାର ସେମାନଙ୍କ ପାଇଁ ଜିଲ୍ଲାସ୍ତରରେ ଉପଯୁକ୍ତ ୱାର୍କସେଡ୍‌ ନିର୍ମାଣ କରି ଯୋଗାଇଦେବାକୁ ନିଷ୍ପତ୍ତି କରାଯାଇଛି ।

ଏହାସହିତ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟ ଓ ଜିଲ୍ଲାସ୍ତରରେ ହକର୍‌ ମାନଙ୍କର ଏକ ଡିଜିଟାଲ ଡାଟା ବେସ୍‌ ପରିଚାଳନା କରାଯାଇ ସମସ୍ତ ହକର୍‌ ମାନଙ୍କୁ ଜିଲ୍ଲା ସ୍ତରରେ ଯାଂଚ କରାଯାଇ ପରିଚୟ ପତ୍ର ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସତର୍କତା ଏବଂ ନିରାପଦ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବା ପାଇଁ  ଛଅ ରେଳ କର୍ମଚାରୀ ସମ୍ବର୍ଦ୍ଧିତ 

May 25, 2026

ଓଇଆରସି ପଦବୀରୁ ଇସ୍ତଫା ଦେଲେ ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

May 25, 2026

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026
Latest News

LPG ଓ PNG ସେବା ଯୋଗାଣ ନିୟମକୁ କୋହଳ କଲେ କେନ୍ଦ୍ର ସରକାର

May 25, 2026

ପୁରୀରେ ହେବ BRICS ସମ୍ମିଳନୀ

May 25, 2026

ସତର୍କତା ଏବଂ ନିରାପଦ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବା ପାଇଁ  ଛଅ ରେଳ କର୍ମଚାରୀ ସମ୍ବର୍ଦ୍ଧିତ 

May 25, 2026

ପଲାନିସ୍ୱାମୀଙ୍କୁ ବଡ଼ ଝଟକା: ଇସ୍ତଫା ଦେଲେ ତିନି AIADMK ବିଧାୟକ, ବିଜୟଙ୍କୁ କଲେ ସମର୍ଥନ

May 25, 2026

ଓଇଆରସି ପଦବୀରୁ ଇସ୍ତଫା ଦେଲେ ଅବସରପ୍ରାପ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.