Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜିଠାରୁ ଶୀତ ଅଧିବେସନ, ଗାଡି ଚଳାଚଳରେ ହେଲା ପରିବର୍ତ୍ତନ, ମୁତୟନ ହେବେ ସାର୍ପ ସୁଟର
ବିଶେଷ ଖବର

ଆଜିଠାରୁ ଶୀତ ଅଧିବେସନ, ଗାଡି ଚଳାଚଳରେ ହେଲା ପରିବର୍ତ୍ତନ, ମୁତୟନ ହେବେ ସାର୍ପ ସୁଟର

December 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ଶୀତ ଅଧିବେସନ, ଗାଡି ଚଳାଚଳରେ ହେଲା ପରିବର୍ତ୍ତନ, ମୁତୟନ ହେବେ ସାର୍ପ ସୁଟର

ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ଶୀତକାଳିନ ଅଧିବେସନ। ଏହି ଅଧିବେସନର ଅବଧୀ ସ୍ବଳ୍ପ ହେଲେ ପ୍ରସଂଗ ରହିଛି ଅନେକ। ଏତେ ପ୍ରସଂଗକୁ ବିଧାନସଭାରେ ସମୟ ନାହିଁ। ମୁଖ୍ୟତଃ ଏଥର ମମିତା ମେହେର ହତ୍ୟାକାଣ୍ଡ ବିରୋଧୀଙ୍କ ମୁଖ୍ୟ ପ୍ରସଂଗ ହେବ। ଏ ନେଇ ଗୃହ ବେଶ ସରଗରମ ହେବ ବୋଲି ସ୍ପଷ୍ଟ ହୋଇଛି। ଏଥିସହିତ ମାହାଙ୍ଗା ଡବଲ ମର୍ଡର ଘଟଣା ମଧ୍ୟ ବିରୋଧୀ ପ୍ରସଂଗ କରିବେ।

ଏଥର ବିଧାନସଭା ପୂର୍ବରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଗୃହରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ନିବେଦନ କରିଛନ୍ତି। ଏଥିରେ ବାଚସ୍ପତି ବିଧାୟକମାନେ ଗୃହରେ ହୋହଲ୍ଲା କରିବାକୁ ବାରଣ କରିଛନ୍ତି। ତେବେ ଏହା କେତେଦୂର ପାଳନ ହେବ ତାହା ଜଣାପଡିବ।

ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥା

ଏଥର ବିଧାନସଭାର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । କାରଣ ଅଣ୍ଡା ଫିଙ୍ଗିବା, ବିଧାନସଭା ଆଗରେ ଆତ୍ମହୁତି ଦେବ, ଆନ୍ଦୋଳନ ଆଦି କାର୍ଯ୍ୟର ସମ୍ଭାବନା ଅଛି। ସେଥିପାଇଁ ସୁରକ୍ଷା ଦାୟିତ୍ବରେ ୨୬ ପ୍ଲାଟୁନ୍ ଫୋର୍ସ ମୁତୟନ ରହିବେ । ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସୁରକ୍ଷା ବ୍ୟବସ୍ଥା ପରିଚା​ଳିତ ହେବ। ୬ ଜଣ ଅତିରିକ୍ତ ଡିସିପି, ୧୧ଜଣ ଏସିପି, ୧୩ଇନ୍ସପେକ୍ଟର୍‌, ୬୨ଜଣ ଏସ୍ଆଇ ଓ ଏଏସ୍ଆଇ ନିୟୋଜିତ ରହିବେ। ଏସ୍ଓଜିର ଦୁଇ ୟୁନିଟ୍ ସ୍ବତନ୍ତ୍ର ତାଲିମପ୍ରାପ୍ତ ସ୍ପେଶାଲ ଟାକ୍ଟିକାଲ୍ ୟୁନିଟ୍ ମୁତୟନ ରହିବେ।

ସିସିଟିଭି କ୍ୟାମେରାରେ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବା ପାଇଁ ରବୀନ୍ଦ୍ର ମଣ୍ଡପ ଏବଂ ଗାନ୍ଧୀ ମାର୍ଗରେ ଦୁଇଟି କଣ୍ଟ୍ରୋଲ ରୁମ୍ ରହିବ । ଗାନ୍ଧୀମାର୍ଗରେ ଉଭୟ ଧାରଣାସ୍ଥଳ ଓ ବିଧାନସଭାର ଚାରିପାଖ ସିସିଟିଭି ଅନ୍ତର୍ଭୁକ୍ତ ରହିବ । ସେହିପରି ଟ୍ରାଫିକ୍‌ ପରିଚାଳନା ପାଇଁ ୧ ପ୍ଲାଟୁନ୍ ଫୋର୍ସ ନିୟୋଜିତ ରହିବେ। ଏହାବାଦ୍ ସନ୍ଧାନୀ କୁକୁର, ବୋମା ନିଷ୍କ୍ରିୟକାରୀ ଦଳ, ରୁଫ୍‌-ଟପ୍ ସିକ୍ୟୁରିଟି, ସାର୍ପ ସୁଟର୍‌ମାନଙ୍କ ମଧ୍ୟ ମୁତୟନ କରାଯିବ ।

ଭୁବନେଶ୍ବରର ଗାଡି ଚଳାଚଳରେ ହେବ ପରିବର୍ତ୍ତନ

ବିଧାନସଭା ଅଧିବେଶନ ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ଗାଡ଼ି ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ଆସନ୍ତା ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ବିଧାନସଭା ସଂଲଗ୍ନ ରାସ୍ତା ଗୁଡ଼ିକରେ ନିରାପତ୍ତାକୁ ଦୃଷ୍ଟିରେ ରଖି କାର୍ଯ୍ୟକ‌ାରୀ କରାଯିବ । ହାଉସିଂ ବୋର୍ଡ ଛକପଟୁ ଆସୁଥିବା ଗାଡ଼ିଗୁଡ଼ିକ କେଶରୀ ଟକିଜ୍‌ ଠାରୁ ଆଗକୁ ନଯାଇ ବାମପଟ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ।
ସେହିପରି ଏଜି ଛକପଟୁ ପିଏମ୍‌ଜି ଛକ ଆଡ଼କୁ ଆସୁଥିବା ଗାଡ଼ିଗୁଡ଼ିକ ଜୟଦେବ ଭବନ ପାଖରେ ଅଟକି ଡାହାଣ ପଟରେ ଥିବା ଇନ୍ଦିରା ଗାନ୍ଧି ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ମାଷ୍ଟରକ୍ୟାଣ୍ଟିନ ପଟୁ ପିଏମ୍‌ଜି ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ଲୋୟର ପିଏମଜି ଛକରୁ ବାମ କିମ୍ବା ଡାହାଣ ପାର୍ଶ୍ବ ରାସ୍ତା ଦେଇ ଯାଇପାରିବେ । କିନ୍ତୁ ସେମାନଙ୍କୁ ମହାତ୍ମାଗାନ୍ଧୀ ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ ।
୧୨୦ ବାଟାଲିୟନ ଛକ ପଟୁ ପିଏମଜି ଛକ ଆଡ଼କୁ ଆସୁଥୁବା ସମସ୍ତ ଗାଡ଼ି ପାୱାର ହାଉସ୍‌ ଛକ ଆଡ଼କୁ ଯିବେ । ରାଜଭବନ ଛକ ପଟୁ ଏମଏଲ୍‌ଏ କଲୋନି ଏବଂ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ସମସ୍ତ ଗାଡ଼ି ଶାସ୍ତ୍ରୀନଗର ଆଡ଼କୁ ଯିବେ । ଏହି କଟକଣା ବିଧାନସଭା, ଲୋକସେବା ଭବନ ଏବଂ ଅନ୍ୟାନ୍ୟ ସରକାରୀ କାର୍ଯ୍ୟଳୟକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ ।
ଏହି ଅଧିବେସନ ଡିସେମ୍ବର ୧ ତାରିଖରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ ୩୧ଟି ଦିବସ ଥିବାବେଳେ ମୋଟ ୨୬ଟି କାର୍ଯ୍ୟଦିବସ ରହିଛି । ସେଥି ମଧ୍ୟରୁ ୫ଟି ଛୁଟି ଦିବସ ରହିଛି । ଆଜି ରାଜ୍ୟର ଅତିରିକ୍ତ ବଜେଟ ଉପସ୍ଥାପନା କରାଯିବ। ସେହପରି ଦଶ ତାରିଖରେ ବ୍ୟୟମଂଜୁରୀ ବିଲ ପାଶ କରାଯିବ।
assembly ଓଡିଶା ବିଧାନସଭା ଶୀତ ଅଧିବେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.