Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କରୋନାର ନୂଆ ଭାରିଏଣ୍ଟକୁ ନେଇ ସମୀକ୍ଷା ବୈଠକ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ଏସବୁ ନିର୍ଦ୍ଦେଶ
ବିଶେଷ ଖବର

କରୋନାର ନୂଆ ଭାରିଏଣ୍ଟକୁ ନେଇ ସମୀକ୍ଷା ବୈଠକ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ଏସବୁ ନିର୍ଦ୍ଦେଶ

December 1, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
କରୋନାର ନୂଆ ଭାରିଏଣ୍ଟକୁ ନେଇ ସମୀକ୍ଷା, ପ୍ରଶାସନକୁ ଏସବୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡର ନୂଆ ଭାରିଏଣ୍ଟର ଭୟଭୟତା ସଂପର୍କରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ସବୁ ଦେଶକୁ ସତର୍କ କରାଇ ଦେଇଛନ୍ତି ଏବଂ ଏହା ଗୁରୁତର ପ୍ରଭାବ ପକାଇବାର ମଧ୍ୟ ଅଶଂକା ବ୍ୟକ୍ତ କରିଛନ୍ତି । ଗତ କିଛି ସପ୍ତାହ ହେଲା ଇରୋପରେ ସଂକ୍ରମଣ ବୃଦ୍ଧି ପାଇଛି । ଏହି ନୂଆ ଭାରିଏଣ୍ଟ ଅଧିକ ସଂକ୍ରମଣଶୀଳ ଥିବାରୁ ଜନସାଧାରଣ ଏହାକୁ ଗୁରୁତର ସହ ନେବା ପାଇଁ ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରଥମରୁ ହିଁ ଓଡିଶା ଏହି ମହାମୀରୀ ମୁକାବିଲା ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରିଆସିଛି । ଆହ୍ବାନମୂଳକ ପରିସ୍ଥିତି ସତ୍ତ୍ବେ ଜନସାଧାରଣଙ୍କ ସହଯୋଗରେ ଓଡିଶା ସଫଳତାର ସହିତ ପ୍ରଥମ ଓ ଦ୍ବିତୀୟ ଲହରୀର ମୁକାବିଲା କରିଥିଲା ଏବଂ ବର୍ତ୍ତମାନ ପରିସ୍ଥିତିର ଆମେ ମଧ୍ୟ ସଫଳ ମୁକାବିଲା କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ ।

ଏହି ପରିପ୍ରେକ୍ଷୀରେ ଆମର କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ବାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ ।

କୋଭିଡ ନିୟମର ଯେପରି କଡାକଡି ପାଳନ କରାଯିବ, ସେଥିପ୍ରତି ସତର୍କ ପଦକ୍ଷେପ ନେବାପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର କହିଲେ ଯେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ପୁରାପୁରି ସତର୍କ ଅଛନ୍ତି । କୋଭିଡ ଭିତ୍ତିଭୂମିକୁ ସୁଦୃଢ ରହିଛି ଏବଂ ତାକୁ ଆହୁରି ଅଧିକ ଜୋରଦାର କରିବା ପାଇଁ ପଦକ୍ଷେପ ନିଆଯାଉଛି ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା କୋଭିଡ ମୁକାବିଲା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ । ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଟେଷ୍ଟ ପଜିଟିଭ ହାର ମାତ୍ର ୦.୪୪ ପ୍ରତିଶତ ରହିଛି । ଚାରୋଟି ଜିଲ୍ଲା ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ସମ୍ବଲପୁରର କିଛି ଅଂଚଳରେ ଅପେକ୍ଷାକୃତ ଅଧିକ କେସ୍ ବାହାରିଥିଲେ ମଧ୍ୟ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ।

ନୂଆ ରୋଗୀ ମାନଙ୍କର Genome Sequencing ପାଇଁ ମଧ୍ୟ ନମୁନା ପଠାଯାଉଛି । ରାଜ୍ୟରେ ପ୍ରଥମ ଡୋଜ ଟୀକାକରଣ ୮୫.୬ ପ୍ରତିଶତ ଥିବାବେଳେ ଦ୍ବିତୀୟ ଡୋଜ ଟୀକାକରଣ ୪୮.୪ ପ୍ରତିଶତ ରହିଛି, ଯାହା କି ଜାତୀୟ ହାର ଠାରୁ ଉନ୍ନତ ରହିଛି । ଘରକୁ ଘର ବୁଲି ଟୀକାକରଣ କାର୍ଯ୍ୟକୁ ତ୍ବରାନ୍ବିତ କରାଯାଉଛି ।

ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କୋଭିଡରୁ ମୁକାବିଲା ପାଇଁ ପ୍ରସ୍ତୁତିକୁ ଆହୁରି ଉନ୍ନତ କରିବା, Oxygen Supply chainକୁ ଆହୁରି ମଜବୁତ କରିବା ଏବଂ ଘରୋଇ ହସ୍‌ପିଟଲଗୁଡିକୁ କୋଭିଡ ଚିକିତ୍ସା ପାଇଁ ପ୍ରସ୍ତୁତି ରଖିବା ଉପରେ ଗୁରୁତ୍ବ ଦେଇଥିଲେ ।

ବୈଠକରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ, ପୋଲିସ କମିଶନରଙ୍କ ସମେତ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ମହାନଗର ନିଗମ ଗୁଡିକର କମିଶନର ଏବଂ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

ନବୀନ ପଟ୍ଟନାୟକ ନୂଆ ଭାରିଏଣ୍ଟ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ଜେଡିୟୁ ଏବଂ ଚିରାଗ ପାସୱାନଙ୍କ ପରେ ଏବେ ୟୁସିସି ଉପରେ ପ୍ରତିକ୍ରିୟା ପ୍ରକାଶ କଲା ଟିଡିପି

September 15, 2026

“ଚୁପ୍ ଚାପ୍ ଶୁଳ୍କ ଲାଗୁ କରିବାର ପ୍ରସ୍ତୁତି…”: UPIକୁ ଟାର୍ଗେଟ କଲେ ରାହୁଲ ଗାନ୍ଧୀ 

September 15, 2026

“ଉମର ଖାଲିଦ ଜଣେ ରାଷ୍ଟ୍ରବାଦୀ”: ଡକ୍ୟୁମେଣ୍ଟାରୀର ବିରୋଧ ମଧ୍ୟରେ କଂଗ୍ରେସ ନେତାଙ୍କ ବିବୃତ୍ତି 

September 15, 2026
Latest News

ରାସନ କାର୍ଡଧାରୀମାନଙ୍କୁ ମାଗଣା ଏସି: କ’ଣ ନୂତନ ଯୋଜନା ଆଣିଲେ ମୋଦି ସରକାର?

September 15, 2026

ସଜନା ଶାଗ ତୋଳିବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଯୁବକ ମୃତ

September 15, 2026

ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 15, 2026

ଜେଡିୟୁ ଏବଂ ଚିରାଗ ପାସୱାନଙ୍କ ପରେ ଏବେ ୟୁସିସି ଉପରେ ପ୍ରତିକ୍ରିୟା ପ୍ରକାଶ କଲା ଟିଡିପି

September 15, 2026

ମହିଳା ବାଇକ ଚାଳକଙ୍କୁ ଗାଡ଼ି ଚଢ଼ାଇବା ମାମଲା: ରାଜସ୍ଥାନରୁ କାର୍ ଡ୍ରାଇଭର ଗିରଫ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.