Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ଜିଲ୍ଲାପାଳଙ୍କୁ ଦେଲେ ଏହି ନିର୍ଦ୍ଦେଶ
ବିଶେଷ ଖବର

ବାତ୍ୟା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ଜିଲ୍ଲାପାଳଙ୍କୁ ଦେଲେ ଏହି ନିର୍ଦ୍ଦେଶ

December 1, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବାତ୍ୟା ପ୍ରସ୍ତୁତି ନିମନ୍ତେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ଜିଲ୍ଲାପାଳଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭୁବନେଶ୍ବର: ଥାଇଲ୍ୟାଣ୍ଡ ନିକଟରେ ସଂଗଠିତ ହୋଇଥିବା ଲଘୁଚାପ ବଳୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟବର୍ତ୍ତୀ ହେବାର ସମ୍ଭାବନା ଥିବାରୁ ଯେ କୌଣସି ସ୍ଥିତିର ମୁକାବିଲା ନିମନ୍ତେ ପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଉପକୂଳବର୍ତ୍ତୀ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି ।

ଲୋକସେବା ଭବନରୁ ଅନୁଷ୍ଠିତ ଏହି ଭିଡିଓ କନ୍ଫେରେନ୍ସିଂ ରେ ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ୍ କମିଶନ୍ ଶ୍ରୀ ପ୍ରଦୀପ କୁମାର ଜେନା କହିଥିଲେ ଯେ ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଜୱାଦ୍ ଆସନ୍ତା ୪ ତାରିଖ ସୁଦ୍ଧା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ର ନିକଟବର୍ତ୍ତୀ ସମୁଦ୍ରରେ ପହଞ୍ଚିବ । ଫଳରେ ୩ ତାରିଖ ସକାଳୁ ଓଡ଼ିଶା ଉପକୂଳ ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ପ୍ରବଳରୁ ପ୍ରବଳତର ବର୍ଷା ଏବଂ ୭୦-୯୦ କି.ମି. ପବନ ବହିବାର ପୂର୍ବାନୁମାନ କରାଯାଇଛି । ତେବେ ଆସନ୍ତାକାଲି ଭାରତୀୟ ପାଣିପାଗ ବିଭାଗଙ୍କ ତରଫରୁ ବାତ୍ୟାର ଗତିପଥ ଓ ପବନର ଗତି ବିଷୟରେ ଅଧିକ ସୂଚନା ମିଳିବ ।

ଯାଜପୁର, ଢ଼େଙ୍କାନାଳ, ଗଜପତି, କଟକ, ଭଦ୍ରକ, ବାଲେଶ୍ୱର, ଗଞ୍ଜାମ୍, ନୟାଗଡ଼, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଜଗତସିଂପୁର, ମୟୁରଭଞ୍ଜ ଆଦି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ସେମାନଙ୍କ ପ୍ରସ୍ତୁତି ବିଷୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସିଧା ସଳଖ କଥା ହୋଇଥିଲେ ।

ତିନି ତାରିଖ ବେଳକୁ ବାତ୍ୟାର ଗତିପଥ ଜଣାପଡ଼ିବା ପରେ ତଳୁଆ ଏବଂ କଚ୍ଚାଘରେ ରହୁଥିବା ଲୋକମାନଙ୍କୁ ନିରାପଦ ସ୍ଥାନକୁ ଆଣିବା, ସମସ୍ତ ବହୁମୁଖ୍ୟ ବନ୍ୟା-ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକୁ ପୂର୍ଣ୍ଣ ପ୍ରସ୍ତୁତ କରିବା, ଆଶ୍ରୟସ୍ଥଳ ପରିଚାଳନା ଟିମ୍ଙ୍କୁ ପୂର୍ବରୁ କାର‌୍ୟ୍ୟରେ ନିୟୋଜିତ କରିବା, ଶୁଖିଲା ଖାଦ୍ୟ ଏବଂ ରିଲିଫ୍ ପଦାର୍ଥର ଉପଲବ୍ଧି ବିଷୟରେ ସଜାଗ ରହିବା, ମାଇକ୍ ପ୍ରଚାର ମାଧ୍ୟମରେ ଲୋକ ମାନଙ୍କୁ ଆଗୁଆ ସୂଚନାଦେବା, ଆସନ୍ନପ୍ରସବା ମହିଳା ଏବଂ ନିଃସହାୟ ବୃଦ୍ଧ ବ୍ୟକ୍ତିମାନଙ୍କୁ ଆଗୁଆ ନିରାପଦସ୍ଥାନକୁ ନେବା ଆଦି ନିମନ୍ତେ ସଠିକ୍ ବ୍ୟବସ୍ଥା ନିଶ୍ଚିତ କରାଇବା ପାଇଁ ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

‘ଜଓ୍ୱାଦ୍’’ ପ୍ରଭାବରେ ଭୀଷଣ ବର୍ଷାହେବାର ସମ୍ଭାବନା ଥିବାରୁ କଟକ, ଭୁବନେଶ୍ୱର, ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ସହରାଞ୍ଚଳରେ ବର୍ଷାଜଳ ନିଷ୍କାସନ ନାଳ ସବୁକୁ ସଫା କରିବାସହ ସମ୍ବେଦନଶୀଳ ଖାଲୁଆ ସ୍ଥାନମାନଙ୍କରେ ପାଣି ନିଷ୍କାସନ ପମ୍ପ୍ ପ୍ରସ୍ତୁତ ରଖିବା ପାଇଁ ମଧ୍ୟ ଶ୍ରୀ ମହାପାତ୍ର ନିର୍ଦ୍ଦେଶ ଦେଇଥିଲେ ।

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ତରଫରୁ ଦିଆଯାଇଥିବା ପରାମର୍ଶ ଗୁଡ଼ିକୁ କୃଷକମାନଙ୍କ ନିମନ୍ତେ ବ୍ୟପକଭାବେ ମାଇକ୍ରେ ପ୍ରଚାର କରିବା ପାଇଁ ଶ୍ରୀ ମହାପତ୍ର ନିର୍ଦ୍ଦେଶ ଦେଇଥିଲେ । ପାଚି ଯାଇଥିବା ଫସଲ ଏବଂ ପରିପକ୍ୱ ପନିପରିବା ଆଦିକୁ ଆଗୁଆ ଅମଳକରି ନିରାପଦ ସ୍ଥାନକୁ ଆଣିବା ପାଇଁ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ ।

ଉନ୍ନୟନ କମିଶନର ଶ୍ରୀ ଜେନା କହିଥିଲେ ଯେ ଇତି ମଧ୍ୟରେ ଓଡ୍ରାଫ୍, ଏନ୍.ଡି.ଆର୍.ଏଫ୍. ଏବଂ ଫାୟାର ସର୍ଭିସ୍ ଟିମ୍ମାନଙ୍କୁ ପ୍ରସ୍ତୁତ କରାଯାଇଛି । ପ୍ରାୟ ୧୦୮ ଓଡ୍ରାଫ୍ ଓ ଏନ୍.ଡି.ଆର.ଏଫ୍ ଟିମ୍ ଏବଂ ୨୦୦ ଫାୟାର ସର୍ଭିସ୍ ଟିମ୍ଙ୍କୁ ଆବଶ୍ୟକତା ଅନୁସାରେ ପୂର୍ବ ମୃତୟନ କରାଯିବ ।

cyclone ମୁଖ୍ୟ ଶାସନ ସଚିବ ଲଘୁଚାପ ବଳୟ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.