Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସାମ୍ଭବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ୮-ସୁତ୍ରୀ ଚେକ୍ ଲିଷ୍ଟ ପ୍ରଦାନ କଲେ ରାଜ୍ୟ ସରକାର
ବିଶେଷ ଖବର

ସାମ୍ଭବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ୮-ସୁତ୍ରୀ ଚେକ୍ ଲିଷ୍ଟ ପ୍ରଦାନ କଲେ ରାଜ୍ୟ ସରକାର

December 2, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାମ୍ଭବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାପାଳମାନଙ୍କୁ ୮-ସୁତ୍ରୀ ଚେକ୍ ଲିଷ୍ଟ ପ୍ରଦାନ କଲେ ରାଜ୍ୟ ସରକାର

ଭୁବନେଶ୍ବର: ସାମ୍ଭବ୍ୟ ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏ ନେଇ ମୁଖ୍ୟଶାସନ ସଚିବଙ୍ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ ଜେନା ଜିଲ୍ଲାପାଳଙ୍କୁ ୮-ସୁତ୍ରୀ ଚେକ୍ ଲିଷ୍ଟ ବିଷୟରେ ସୂଚନା ଦେଇଥିଲେ। ସେହି ଅନୁସାରେ ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେଗୁଡିକ ହେଲା

1-ଜିଲ୍ଲା, ବ୍ଲକ୍ ଏବଂ ପଂଚାୟତ ସ୍ତରରେ ସଂପୃକ୍ତ ବିଭାଗ ଏବଂ ଜନପ୍ରତିନିଧିଙ୍କୁ ସାମିଲ୍ କରି ତୁରନ୍ତ ସମନ୍ୱୟ ବୈଠକ କରିବା

2-ଆବଶ୍ୟକତା ଅନୁସାରେ ଲୋକଙ୍କ ସ୍ଥାନାନ୍ତର ପାଇଁ ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା। ସ୍ଥାନାନ୍ତର ହେଉଥିବା ଲୋକ, ଶିଶୁ ଓ ପିଲାମାନଙ୍କ ନିମନ୍ତେ ଖାଦ୍ୟ ପଦାର୍ଥ ଉପଲବ୍ଧ ନିଶ୍ଚିତ କରିବା

3-ଜଣେ ଅଭିଜ୍ଞ ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ କାର୍ଯ୍ୟକାରୀ କରିବା

4-ଆଶ୍ରୟସ୍ଥଳୀ ମାନଙ୍କରେ ପାଇଖାନା ଓ ଗାଧୁଆଘର ଆଦି ପରିସ୍କାର ପରିଚ୍ଛନ୍ନର ବ୍ୟବସ୍ଥା କରିବା

5-ଆଶ୍ରୟସ୍ଥଳୀଗୁଡିକରେ କୋଭିଡ୍ ନିୟମ ଅନୁପାଳନ ନିଶ୍ଚିତ କରାଇବା

6-ଆଶ୍ରୟ ସ୍ଥଳୀମାନଙ୍କରେ ପ୍ରାଥମିକ ଉପଚାର ବ୍ୟବସ୍ଥା ଏବଂ ତାହାର ସଠିକ୍ ବ୍ୟବହାର ନିମନ୍ତେ ଅଭିଜ୍ଞ ସ୍ୱେଚ୍ଛାସେବୀ ନିୟୋଜନ କରିବା

7-ପ୍ରତି ଆଶ୍ରୟସ୍ଥଳୀ ପାଇଁ ଜଣେ ଆଶାକର୍ମୀ, ଅଙ୍ଗନାବାଡ଼ି କର୍ମୀ, ଅଙ୍ଗନାବାଡ଼ି ସହାୟିକା, ମହିଳା ହୋମ୍ଗାର୍ଡଙ୍କୁ ପୂର୍ବ ମୁତୟନ କରିବା

8- ଆସନ୍ନ ପ୍ରସବ ମା’ମାନଙ୍କୁ ଆଗୁଆ ନିକଟବର୍ତ୍ତୀ ସ୍ୱାସ୍ଥ୍ୟକେନ୍ଦ୍ର ବା ଡାକ୍ତରଖାନାକୁ ସ୍ଥାନାନ୍ତରଣ କରିବା ଆଦି ବିଷୟରେ ଏହି ୮-ସୁତ୍ରୀ ଚେକ୍ ଲିଷ୍ଟରେ କୁହାଯାଇଛି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ରାଜ କୁମାର ଶର୍ମା, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡଃ ମୋନା ଶର୍ମା, ପଂଚାୟତିରାଜ ଓ ପାନୀୟଜଳ ଯୋଗାଣ ପ୍ରମୁଖ ଶାସନ ସଚିବ ଶ୍ରୀ ଅଶୋକ କୁମାର ମୀନା, ଗୃହ ଓ ନଗର ଉନ୍ନୟନ ପ୍ରମୁଖ ଶାସନ ସଚିବ ଶ୍ରୀ ଜି. ମାଥିଭାଥାନନ୍, ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜବିହାରୀ ଧଳଙ୍କ ସମେତ ସଂପୃକ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ଶାସନ ସଚିବମାନେ ବୈଠକର ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

ଜିଲ୍ଲାପାଳମାନେ ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ନିଜ ନିଜ ଜିଲ୍ଲାର ପ୍ରସ୍ତୁତି ବିଷୟରେ ସଦ୍ୟତମ ତଥ୍ୟ ଜଣାଇଥିଲେ।

ଜିଲ୍ଲାପାଳ ପ୍ରଦୀପ ଜେନା ସାମ୍ଭବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.