Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»CycloneAlret: ଗୋପାଳପୁରଠାରୁ ୫୩୦ କିମି, ପାରାଦୀପଠାରୁ ୬୫୦ କିମି ଦୂରରେ ସାମ୍ଭବ୍ୟ ବାତ୍ୟା
ଜାତୀୟ ଖବର

CycloneAlret: ଗୋପାଳପୁରଠାରୁ ୫୩୦ କିମି, ପାରାଦୀପଠାରୁ ୬୫୦ କିମି ଦୂରରେ ସାମ୍ଭବ୍ୟ ବାତ୍ୟା

December 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
CycloneAlret: ଗୋପାଳପୁରଠାରୁ ୫୩୦ କିମି, ପାରାଦୀପଠାରୁ ୬୫୦ କିମି ଦୂରରେ ସାମ୍ଭବ୍ୟ ବାତ୍ୟା

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସୂଚନା ଦେଇ ସ୍ୱତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଲେ ଯେ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗଭୀର ଅବପାତ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୫ କିମି ବେଗରେ ଗତି କରି ଗୋଟିଏ ସାମୁଦି୍ରକ ଝଡ଼ ବା ବାତ୍ୟା ‘ଜୱାଦ୍‌’ରେ ପରିଣତ ହୋଇଛି।

ଏହା ଆଜି ଡିସେମ୍ବର ୩ ତାରିଖ ୧୧.୩୦ ମିନିଟ୍‌ ସମୟରେ ଅକ୍ଷାଂଶ ୧୪.୫ ଡିଗ୍ରୀ ଉତ୍ତର ଏବଂ ଦ୍ରାଘିମା ୮୫.୫ ଡିଗ୍ରୀ ପୂର୍ବ, ଯାହା ପାଖାପାଖି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ କେନ୍ଦ୍ରୀଭୂତ ହୋଇଛି । ଏହା ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ବିଶାଖାପଟନମ୍‌ଠାରୁ ୪୨୦ କିମି ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୫୩୦ କିମି ଏବଂ ପାରାଦୀପଠାରୁ ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୬୫୦ କିମି ଦୂରରେ ରହିଛି ।

ଏହା ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହୋଇ ଡିସେମ୍ବର ୪ ତାରିଖ ସକାଳ ସମୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ-ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି ଏବଂ ପରବର୍ତ୍ତୀ ସମୟରେ ଏହା ଉତ୍ତର-ଉତତରପୂର୍ବ ଆଡ଼କୁ ଦିଗ ପରିବର୍ତ୍ତନ ସହ ଓଡ଼ିଶା ଉପକୂଳରେ ଗତିକରି ଡିସେମ୍ବର ୫ ତାରିଖ ମଧ୍ୟାହ୍ନ ସମୟରେ ପୁରୀ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରିବା ସହ ଓଡ଼ିଶା ଉପକୂଳ ଦେଇ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।

ବାତ୍ୟା ପ୍ରଭାବରେ ଆଜି ରାତିରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହେବ । ଗଞ୍ଜାମ, ଗଜପତି, ପୁରୀ ଏବଂ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଅନ୍ୟ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଡିସେମ୍ବର ୫ ତାରିଖ ରାତି ୧୧ଟାଠାରୁ ପବନର ବେଗ ଘଣ୍ଟା ପ୍ରତି ୬୦-୬୫ କିମି ରହିବ । ବାତ୍ୟା ପୂର୍ବରୁ ୨୨,୭୦ରୁ ଊଦ୍ଧ୍ୱର୍ ଡଙ୍ଗା ସମୁଦ୍ରରୁ ଫେରିଛନ୍ତି ।

ଡିସେମ୍ବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି । ସେହିପରି ଡିସେମ୍ବର ୪ ଓ ୫ ତାରିଖ ଦୁଇଦିନ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ନଦୀରେ ଡଙ୍ଗା ଚଳାଚଳ ବନ୍ଦ କରିବା ପାଇଁ ଆଦେଶନାମା ଜାରି କରାଯାଇଛି । ଆନ୍ଧ୍ରପ୍ରଦେଶ ଏବଂ ପଶ୍ଚିମବଙ୍ଗର ବୋଟଗୁଡ଼ିକୁ ଗୋପାଳପୁର ବନ୍ଦରରେ ଆଶ୍ରୟ ଦେବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଇଛି ।

(ଏଥିରେ ଥିବା ଫଟୋଟି ଆଜି ସାଟାଲାଇଟ ମାଧ୍ୟମରେ ଉତ୍ତୋଳିତ ହୋଇଥିବା ଫଟୋ)

CycloneAlret ଜୱାଦ ଜୱାଦ ବାତ୍ୟା ମୁକାବିଲା ସାମ୍ଭବ୍ୟ ବାତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ଗତ ପାଞ୍ଚ ବର୍ଷ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ ବିଦେଶ ଯାତ୍ରା ଖର୍ଚ୍ଚ କେତେ?: ସଂସଦକୁ ସୂଚନା ଦେଲେ ସରକାର

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026
Latest News

ଆଜି ଅଗଷ୍ଟ ୭ ତାରିଖ ଶୁକ୍ରବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

August 7, 2026

ପ୍ରଥମ ଶ୍ରେଣୀ ବହି ବିବାଦ: ତ୍ରୁଟି ଅଭିଯୋଗକୁ ଖଣ୍ଡନ କଲେ ଗଣଶିକ୍ଷା ମନ୍ତ୍ରୀ, ଖୁବଶୀଘ୍ର ମିଳିବ ସଂଶୋଧିତ ବହି

August 7, 2026

ବଡ଼ଭାଇଙ୍କୁ ହତ୍ୟା କଲା ସାନଭାଇ

August 7, 2026

ବରଗଡ଼ରେ ଓକିଲ ସଂଘ ସଭାପତିଙ୍କୁ ମଦ୍ୟପଙ୍କ ଆକ୍ରମଣ, ଗୁରୁତର ଆହତ; ୩ ଅଭିଯୁକ୍ତ ଗିରଫ

August 6, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.