Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣର ସମ୍ପ୍ରସାରଣକୁ କ୍ୟାବିନେଟର ଅନୁମୋଦନ
ଜାତୀୟ ଖବର

ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣର ସମ୍ପ୍ରସାରଣକୁ କ୍ୟାବିନେଟର ଅନୁମୋଦନ

December 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ୍‌ ଅନୁମୋଦନ
ଭାରତର ଜନଗଣନା 2027 ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମାର୍ଚ୍ଚ 2021 ଠାରୁ ମାର୍ଚ୍ଚ 2024 ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମଏୱାଇ-ଜି)ର ସମ୍ପ୍ରସାରଣ ଲାଗି ଗ୍ରାମୀଣ ବିକାଶ ବିଭାଗ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ 2.95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏଥିମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ପାଇଁ କେନ୍ଦ୍ର ସରକାର ଆର୍ଥିକ ଅନୁଦାନ ଯୋଗାଇ ଦେବେ।

କ୍ୟାବିନେଟ ବୈଠକରେ ନିମ୍ନ ପ୍ରସ୍ତାବଗୁଡ଼ିକୁ ଅନୁମୋଦନ କରାଯାଇଛି:

– ପ୍ରଚଳିତ ନିୟମ ଅନୁଯାୟୀ ମାର୍ଚ୍ଚ 2021 ଠାରୁ ମାର୍ଚ୍ଚ 2024 ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାକୁ ଜାରି ରଖାଯିବ। ଏହି ଯୋଜନାରେ95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ସେଥିମଧ୍ୟରୁ ଅବଶିଷ୍ଟ ଆବାସ ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

– ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ ଅଧୀନରେ ମୋଟ95 କୋଟି ଆବାସ ନିର୍ମାଣ ପାଇଁ ଲକ୍ଷ୍ୟ ରଖାଯାଇଥିଲା। ଏଥିମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ପାଇଁ ମୋଟ 2,17,257  କୋଟି ଟଙ୍କା ଖର୍ଚ୍ଚ କରାଯିବ। କେନ୍ଦ୍ର ସରକାର 1,25,106 କୋଟି ଏବଂ ରାଜ୍ୟ ସରକାର 73,475 କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାବ୍ୟତୀତ ନାବାର୍ଡକୁ ସୁଧ ପଇଠ କରିବା ଲାଗି ଅତିରିକ୍ତ 18,676 କୋଟି ଟଙ୍କାର ଆବଶ୍ୟକତା ପଡ଼ିବ।

– ଅର୍ଥ ମନ୍ତ୍ରଣାଳୟ ସହିତ ପରାମର୍ଶ କରି ମୋଟ ବଜେଟ ଆଧାରିତ ସହାୟତା (ଜିବିଏସ) ଜରିଆରେ ଇବିଆର ପର୍ଯ୍ୟାୟ ନିର୍ଦ୍ଧାରଣ ଏବଂ ସମ୍ପୂର୍ଣ୍ଣ ଯୋଜନା ପାଇଁ ପାଣ୍ଠି ଯୋଗାଣ ବ୍ୟବସ୍ଥା କରାଯିବ।

– ହିମାଚଳ ପ୍ରଦେଶ, ହରିୟାଣା, ଗୋଆ, ପଞ୍ଜାବ, ଉତ୍ତରାଖଣ୍ଡ ଭଳି ପ୍ରତ୍ୟେକ କ୍ଷୁଦ୍ର ରାଜ୍ୟ; ଆସାମ ଓ ତ୍ରିପୁରାକୁ ଛାଡ଼ି ସମସ୍ତ ଉତ୍ତର ପୂର୍ବାଞ୍ଚଳ ରାଜ୍ୟ ଏବଂ ଜମ୍ମୁ ଓ କଶ୍ମୀରକୁ ଛାଡ଼ି ଅନ୍ୟ ସମସ୍ତ କେନ୍ଦ୍ର ଶାସିତ ପ୍ରଦେଶକୁ ପ୍ରଶାସନିକ ପାଣ୍ଠିର କେନ୍ଦ୍ରୀୟ ଅଂଶଧନରୁ ବାର୍ଷିକ 45 ଲକ୍ଷ ଟଙ୍କାର ଅତିରିକ୍ତ ପ୍ରଶାସନିକ ପାଣ୍ଠି ଜାରି କରାଯିବ। ସମ୍ପୃକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶକୁ ଜାରି କରାଯାଉଥିବା70 ପ୍ରତିଶତ ପ୍ରଶାସନିକ ପାଣ୍ଠି ଠାରୁ ଅତିରିକ୍ତ ଏବଂ ଅଧିକ ଏହି ପାଣ୍ଠି ଯୋଗାଇ ଦିଆଯିବ।

– 2023-24 ଆର୍ଥିକ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ପରିଚାଳନା ୟୁନିଟ (ପିଏମୟୁ) ଏବଂ ଜାତୀୟ ବୈଷୟିକ ସହାୟତା ଏଜେନ୍ସି (ଏନଟିଏସଏ) ଜାରି ରହିବ।

ଲାଭ:

ମାର୍ଚ୍ଚ 2024 ପର୍ଯ୍ୟନ୍ତ ଏହି ଯୋଜନା ଜାରି ରହିବା ଫଳରେ ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନା ଅଧୀନରେ ଧାର୍ଯ୍ୟ କରାଯାଇଥିବା ସର୍ବମୋଟ 2.95 କୋଟି ଆବାସ ନିର୍ମାଣ ଲକ୍ଷ୍ୟ ମଧ୍ୟରୁ ଅବଶିଷ୍ଟ 155.75 ଲକ୍ଷ ଆବାସ ନିର୍ମାଣ ସୁନିଶ୍ଚିତ ହେବ। ସମ୍ପ୍ରସାରିତ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳରେ “ସମସ୍ତଙ୍କ ପାଇଁ ଆବାସ” ଲକ୍ଷ୍ୟ ହାସଲ କରିବା ଲାଗି ସମସ୍ତ ମୌଳିକ ସୁବିଧା ସୁଯୋଗ ଥିବା ପକ୍କା ଘର ନିର୍ମାଣ ପାଇଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

29 ନଭେମ୍ବର 2021 ସୁଦ୍ଧା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ମୋଟ 2.95 କୋଟି ଆବାସ ଲକ୍ଷ୍ୟ ମଧ୍ୟରୁ 1.65 କୋଟି ଆବାସ ନିର୍ମାଣ କରାଯାଇସାରିଛି। 2022 ଅଗଷ୍ଟ 15 ତାରିଖ ସୁଦ୍ଧା ଧାର୍ଯ୍ୟ ସମୟସୀମା ମଧ୍ୟରେ 2.02 କୋଟି ଆବାସ ନିର୍ମାଣ କରାଯାଇପାରିବ ବୋଲି ଆକଳନ କରାଯାଇଛି, ଏହା ଏସଇସିସି 2011 ଡାଟାବେସ ଉପରେ ଆଧାରିତ ସ୍ଥାୟୀ ପ୍ରତୀକ୍ଷା ସୂଚୀ ସହ ପ୍ରାୟତଃ ସମାନ। ତେଣୁ 2.95 କୋଟି ପକ୍କା ଆବାସ ଲକ୍ଷ୍ୟ ହାସଲ କରିବା ଲାଗି ଏହି ଯୋଜନା ମାର୍ଚ୍ଚ 2024 ପର୍ଯ୍ୟନ୍ତ ଜାରି ରହିବାର ଆବଶ୍ୟକତା ରହିଛି।

କ୍ୟାବିନେଟର ଅନୁମୋଦନ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.