Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ଆନ୍ଦୋଳନକୁ ନେଇ ବିଜେଡି ରଖିଲା ପ୍ରତିକ୍ରିୟା, କହିଲା ଏମିତି କଥା
ବିଶେଷ ଖବର

ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ଆନ୍ଦୋଳନକୁ ନେଇ ବିଜେଡି ରଖିଲା ପ୍ରତିକ୍ରିୟା, କହିଲା ଏମିତି କଥା

December 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ଆନ୍ଦୋଳନକୁ ନେଇ ବିଜେଡି ରଖିଲା ପ୍ରତିକ୍ରିୟା, କହିଲା ଏମିତି କଥା

ଭୁବନେଶ୍ୱର : ମମିତା ମେହେର ହତ୍ୟାକୁ ପ୍ରସଙ୍ଗ କରି ଆଜି ରାଜଧାନୀରେ ବିକ୍ଷୋଭ ପ୍ରଦର୍ଶନ ନାଁରେ ବିଜେପି ଯୁବମୋର୍ଚ୍ଚା ଗୁଣ୍ଡାଗର୍ଦ୍ଦି ଓ ବ୍ୟାପକ ହିଂସାକାଣ୍ଡ ଘଟାଇଛି । ଆଜିର ଘଟଣାରେ ଓଡିଶାବାସୀ ବିଜେପିର ଅସଲ ଚେହେରା ଦେଖିବାକୁ ପାଇଥିବା କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ ।

ସେ ଗଣମାଧ୍ୟମକୁ କହିଛନ୍ତି ଯେ ଯୁବମୋର୍ଚ୍ଚା କର୍ମୀଙ୍କ ମାଡ଼ରେ ଅନେକ ପୁଲିସ ଆହତ ହୋଇଥିବାବେଳେ ସାମ୍ବାଦିକ ମଧ୍ୟ ବାଦ୍ ପଡିନାହାନ୍ତି । କାହାର ମୁଣ୍ଡ ଫାଟିଯାଇଛି ତ ଆଉ କାହାର ହାତ ଭାଙ୍ଗିଛି । ରକ୍ତମୁଖା ହୋଇ ସେମାନେ ପୁଲିସ ଗାଡ଼ିକୁ ମଧ୍ୟ ବାଡେଇ ଭାଙ୍ଗି ଦେଇଛନ୍ତି । ମମିତାଙ୍କୁ ନ୍ୟାୟ ଦେବା ନାଁରେ ରାଜରାସ୍ତାରେ ହିଂସାକୁ ଆପଣାଇ ବିଜେପି କେମିତି ହୀନ ରାଜନୀତି କରୁଛି, ଆଜି ପୁଣି ତାହା ପଦାରେ ପଡିଯାଇଛି । କେବଳ ହିଂସାରେ ବିଶ୍ୱାସ କରୁଥିବା ବିଜେପି ଯୁବମୋର୍ଚ୍ଚାର ଅସଲ ଚରିତ୍ର ଓ ଚେହେରା ସାଢ଼େ ଚାରି କୋଟି ଓଡ଼ିଶାବାସୀ ଦେଖିବାକୁ ପାଇଛନ୍ତି ।

କେବଳ ସେତିକି ନୁହେଁ, ଶୋଭାଯାତ୍ରାରେ ଆଜି ବିଜେପି କର୍ମୀମାନେ ଧରିଥିବା ପ୍ଲାକାର୍ଡରେ ମୃତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ଯେଭଳି ଚିତ୍ରଣ କଲେ, ତାହା ଅତ୍ୟନ୍ତ ନିନ୍ଦନୀୟ । ମମିତାଙ୍କ ବାପା ମା’ ତାଙ୍କ ଝିଅର ଚରିତ୍ର ସଂହାର ନ କରିବାକୁ ସମସ୍ତଙ୍କୁ ହାତ ଯୋଡି ଅନୁରୋଧ କରିଥିଲେ । ମାତ୍ର ଏହାକୁ ବେଖାତିର କରି ବିଜେପି ନେତାମାନେ ତାଙ୍କର ଯେଉଁ ଫଟୋକୁ ଅତ୍ୟନ୍ତ ଅଶୋଭନୀୟ ଭାବେ ଚିତ୍ରଣ କଲେ, ତାହା ସେମାନଙ୍କ ସମ୍ବେଦନହୀନତା ଓ ହୀନ ରାଜନୈତିକ ମନୋଭାବକୁ ପଦାରେ ପକାଇଛି ।

ଆମେ ପୂର୍ବରୁ ବି କହିଥିଲୁ, ଆଜି ବିକ୍ଷୋଭର ନେତୃତ୍ୱ ନେଉଥିବା ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ଗୁଣ୍ଡା ପ୍ରକୃତିର ଏବଂ ଅପରାଧ ପ୍ରବଣ ବ୍ୟକ୍ତି । ତାଙ୍କ ନାମରେ ହତ୍ୟା ଓ ହତ୍ୟା ଉଦ୍ୟମ ଭଳି ସଂଗୀନ ମାମଲା ରହିଛି । ପୂର୍ବରୁ ବରଗଡ଼ବାସୀ ତାଙ୍କର ହିଂସାତ୍ମକ ଆଚରଣର ଝଲକ ଦେଖିଥିଲେ । ପୁରୀରେ ମଧ୍ୟ ଅନେକ ବାର ଗୁଣ୍ଡା ଗର୍ଦ୍ଦି କରିଥିବାରୁ ତାଙ୍କ ନାଁରେ ଅପରାଧିକ ମାମଲା ରହିଛି ।

ଆଜି ରାଜଧାନୀର ରାଜରାସ୍ତାରେ ପୂରା ଓଡ଼ିଶା ତାଙ୍କ ହିଂସାର ତାଣ୍ଡବ ଦେଖିଲା । ଶାନ୍ତିପ୍ରିୟ ଓଡ଼ିଶାବାସୀ କେବେ ବି ଏଭଳି ହିଂସାକୁ ପସନ୍ଦ କରନ୍ତି ନାହିଁ । ତେଣୁ ଆଗାମୀ ଦିନରେ ଓଡ଼ିଶାର ଜନସାଧାରଣ ଏହାର ଉଚିତ ଜବାବ ଦେବେ । ବିଜେପି ଶୀର୍ଷ ନେତାମାନେ ମଧ୍ୟ ଏଭଳି ଚରିତ୍ରର ବ୍ୟକ୍ତିକୁ ଦଳରେ ପ୍ରଶ୍ରୟ ଦିଅନ୍ତୁ ନାହିଁ । ନ ହେଲେ ଓଡ଼ିଶାବାସୀ ସେମାନଙ୍କୁ ମଧ୍ୟ କ୍ଷମା ଦେବେ ନାହିଁ ବୋଲି ଶ୍ରୀ ଦେବ କହିଛନ୍ତି ।

ପ୍ରତାପ ଦେବ ବିଜେଡି ବିଜେଡ଼ି ବିଧାୟକ ବିଜେପି ଯୁବମୋର୍ଚ୍ଚା ମମିତା ମେହେର
Share. Facebook Twitter LinkedIn Email WhatsApp Copy Link

Related Posts

ଦୁର୍ଘଟଣା ଘଟାଇ ଦୁଇ ଯୁବକଙ୍କୁ ହାଣିଲେ

September 28, 2026

ଆସନ୍ତା ୩ ଯାଏଁ ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

September 28, 2026

‘ସାହିତ୍ୟ ସଂସ୍କୃତି ସମାରୋହ’ ଅନୁଷ୍ଠାନର ଷଷ୍ଠ ବାର୍ଷିକୋତ୍ସବ

September 28, 2026

ଏକ ହଜାର କୋଟିର ନିବେଶ ପାଇଁ ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ

September 28, 2026
Latest News

ଷ୍ଟକ୍ ବଜାରରେ ହାହାକାର: ସେନସେକ୍ସ ୭୦୦ ପଏଣ୍ଟ ଖସିଲା, କିଛି ମିନିଟ୍‌ରେ ନିବେଶକଙ୍କ ୪.୩ ଲକ୍ଷ କୋଟି ଟଙ୍କା ସ୍ୱାହା

September 28, 2026

ହରିୟାଣାରେ ତିନି ମହଲା ନିର୍ମାଣାଧୀନ କୋଠା ଭୁଶୁଡ଼ି ୪ ଶ୍ରମିକ ମୃତ, ୧୦ରୁ ଅଧିକ ଆହତ

September 28, 2026

ଏସୀୟ କ୍ରୀଡ଼ା: କ୍ରିକେଟରେ ଗୋଟିଏ ବଲ ନଖେଳି ସେମିଫାଇନାଲରେ ପ୍ରବେଶ କଲା ଭାରତ

September 28, 2026

ସୋଲୋ ଟ୍ରାଭେଲ୍ ପୂର୍ବରୁ ଜାଣିରଖନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କଥା

September 28, 2026

ବ୍ୟାଙ୍କ ଗ୍ରାହକଙ୍କ ପାଇଁ ଖୁସି ଖବର: ସ୍ଥଗିତ ରହିଲା ୩ ଦିନିଆ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ

September 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.