Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକର ୧୮ ଲକ୍ଷ, ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ସୁବିଧା, ନବୀନ କଲେ ଶୁଭାରମ୍ଭ
ବିଶେଷ ଖବର

କଟକର ୧୮ ଲକ୍ଷ, ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ସୁବିଧା, ନବୀନ କଲେ ଶୁଭାରମ୍ଭ

December 13, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link
କଟକର ୧୮ ଲକ୍ଷ, ଖୋର୍ଦ୍ଧାର ୧୪ ଲକ୍ଷ ଲୋକ ପାଇବେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡର ସୁବିଧା, ନବୀନ କଲେ ଶୁଭାରମ୍ଭ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। କଟକର ୧୮ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଖୋର୍ଦ୍ଧାର ପ୍ରାୟ ୧୪ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୬ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ବେଗୁନିଆଠାରେ ଖୋର୍ଦ୍ଧା ଜିଲ୍ଲା ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ ସେଠାରେ ଏକ ହଜାର କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧା ମାଟି ହେଉଛି ପ୍ରଥମ ସ୍ୱାଧୀନତା ସଂଗ୍ରାମର ଭୂମି। ଓଡିଆ ସ୍ୱାଭିମାନ ପାଇଁ ଲଢେଇ କରିଥିବା ବୀର ପାଇକମାନଙ୍କୁ ପ୍ରଣାମ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଆ ଜାତିକୁ ତାର ହକ୍‌ ଦେବା ପାଇଁ ଆମର ଲଢେଇ ଜାରି ରହିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମିଶନ ଶକ୍ତିର ମାଆମାନେ ହେଉଛନ୍ତି ନୂଆ ଯୁଗର ସାରଥୀ। ଖୋର୍ଦ୍ଧାର ମିଶନ ଶକ୍ତିର ମାଆମାନେ ଭଲ କାମ କରୁଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଖୋର୍ଦ୍ଧାରେ ୨୬ ହଜାରରୁ ଅଧିକ ମିଶନ ଶକ୍ତିର ମାଆମାନେ ୩୨ କୋଟିରୁ ଅଧିକ ଟଙ୍କା ଋଣ ନେଇ ସାରା ରାଜ୍ୟରେ ରେକର୍ଡ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଉଭୟ ଜିଲ୍ଲାରେ ହିତାଧିକାରୀମାନଙ୍କୁ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କ ଚିକିତ୍ସା ଚିନ୍ତା ଦୂର କରିବା ସହିତ ବିକାଶ କ୍ଷେତ୍ରରେ ସମସ୍ତଙ୍କର ଯୋଗଦାନ ବୃଦ୍ଧି ପାଇବ। ଏହାଦ୍ୱାରା ରାଜ୍ୟ ବିକାଶର ଶିଖର ଛୁଇଁବ ବୋଲି ସେ ଆଶା ଓ ବିଶ୍ୱାସ ପ୍ରକଟ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ କଟକରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରତାପ ଜେନା, ବଡମ୍ବା ବିଧାୟକ ଶ୍ରୀ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଯୋଗ ଦେଇଥିବା ବେଳେ ଖୋର୍ଦ୍ଧାରେ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା, ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ। ସେମାନେ ବିଭିନ୍ନ କ୍ଷେତ୍ରରେ ରାଜ୍ୟର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ।

କଟକ ଖୋର୍ଦ୍ଧା ଜିଲ୍ଲା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026

ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇଁ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଏଆଇ କର୍ମଶାଳା

March 25, 2026
Latest News

ଚଣ୍ଡିଖୋଲ ଠାରେ ‘ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ’ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ତ୍ୱରାନ୍ୱିତ କରିବା ପାଇଁ ଚିଠି

March 26, 2026

ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.