Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ନୟାଗଡ ଓ ଜଗତସିଂହପୁର ଜିଲ୍ଲା
ବିଶେଷ ଖବର

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍‌ଥ କାର୍ଡ ଯୋଜନାରେ ସାମିଲ ହେଲା ନୟାଗଡ ଓ ଜଗତସିଂହପୁର ଜିଲ୍ଲା

December 14, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ନୟାଗଡ ଓ ଜଗତସିଂହପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ନୟାଗଡର ୭.୭୦ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଜଗତସିଂହପୁରର ପ୍ରାୟ ୯ ଲକ୍ଷ ଲୋକ ସ୍ମାର୍ଟ କାର୍ଡ ପାଇବେ। ଏହାସହିତ ରାଜ୍ୟର ୨୮ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ରୂପାନ୍ତର ଆଣିପାରିବ। ଏହାଦ୍ବାରା ଗରିବ ଲୋକମାନେ ପ୍ରକୃତରେ ସଶକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ BSKY Smart Health Card ରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ। ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି କାର୍ଯ୍ୟକ୍ରମରେ ନୟାଗଡରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ପଦ୍ମନାଭ ବେହେରା, କୃଷି ମନ୍ତ୍ରୀ ଡଃ ଅରୁଣ ସାହୁ ପ୍ରମୁଖ ଯୋଗ ଦେଇଥିବା ବେଳେ ଜଗତସିଂହପୁରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ, ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ଓ ଦୂରଦର୍ଶୀ କାର୍ଯ୍ୟକ୍ରମ ଯୋଗୁ ଓଡିଶା ଆଜି ବିଭିନ୍ନ କ୍ଷେତ୍ରରେ ଅନ୍ୟ ରାଜ୍ୟ ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ। ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଜଗତସିଂହପୁର ନବୀନ ପଟ୍ଟନାୟକ ନୟାଗଡ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.