Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ; ମୁଖ୍ୟମନ୍ତ୍ରୀ
ବିଶେଷ ଖବର

ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ; ମୁଖ୍ୟମନ୍ତ୍ରୀ

December 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ପାଇଁ ସ୍ବତନ୍ତ୍ର ଅପରାଧ ନିୟନ୍ତ୍ରଣ ଶାଖା ଖୋଲାଯିବ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ । ଏଥିରେ ଜଣେ ଅତିରିକ୍ତ ଡିସିପି, ୩ ଜଣ ଏସିପି, ୯ଜଣ ଇନ୍‌ସପେକ୍ଟର, ୧୨ଜଣ ସବ୍‌ଇନିସ୍‌ପେକ୍ଟର, ୩ ଜଣ ଏଏସ୍‌ଆଇ (ଯୋଗାଯୋଗ), ୩ ଜଣ କନେଷ୍ଟବଳ (ଯୋଗାଯୋଗ) ଓ ୨୭ ଜଣ କନେଷ୍ଟବଳ, ଏହିପରି ୫୯ ଜଣ କର୍ମଚାରୀଙ୍କୁ ନେଇ ଏହି ଶାଖା କାର୍ଯ୍ୟ କରିବ।

ସେହିପରି କମିଶନରେଟ୍‌ ପୋଲିସ ଅଞ୍ଚଳରେ ବର୍ଦ୍ଧିତ ଜନସଂଖ୍ୟା ଦୃଷ୍ଟିରୁ ଲୋକଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ପାଇଁ ଏହି ଅଞ୍ଚଳରେ ୩ ଗୋଟି ନୂତନ ଥାନାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ସେହି ନୂଆ ଥାନା ଗୁଡିକ ହେଲା – ପାହାଳ, ଇନ୍‌ଫୋଭାଲି ଓ ବୟାଳିଶମୌଜା/ବେଣ୍ଟକାର । ବାଲିଅନ୍ତା ଥାନା ଅଧୀନରେ କାମ କରୁଥିବା ପାହାଳ ଫାଣ୍ଡି, ଜଟଣୀ ଥାନା ଅଧୀନରେ କାମ କରୁଥିବା ଇନ୍‌ଫୋଭାଲି ଫାଣ୍ଡି ଓ କଟକ ସଦର ଥାନା ଅଧୀନରେ କାମ କରୁଥିବା ବେଣ୍ଟକାର ଫାଣ୍ଡିକୁ ଉନ୍ନୀତ କରାଯାଇ ଏହି ୩ଟି ନୂତନ ଥାନା ସୃଷ୍ଟି କରାଯାଇଛି ।

ଭୁବନେଶ୍ବର-କଟକ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୧୧୦୦ ପଦବୀ ପାଇଁ ନିଯୁକ୍ତି: ବିନା ପରୀକ୍ଷାର ହେବ ଚୟନ

July 27, 2026

ଚିଲିକାରେ ଭାଙ୍ଗୁଛି ବିଜେଡି ଗଡ, ବିଜେପିରେ ସାମିଲ ହେଲେ ବହୁ ବିଜେଡି ନେତା

July 27, 2026

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026
Latest News

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୧୧୦୦ ପଦବୀ ପାଇଁ ନିଯୁକ୍ତି: ବିନା ପରୀକ୍ଷାର ହେବ ଚୟନ

July 27, 2026

ଚିଲିକାରେ ଭାଙ୍ଗୁଛି ବିଜେଡି ଗଡ, ବିଜେପିରେ ସାମିଲ ହେଲେ ବହୁ ବିଜେଡି ନେତା

July 27, 2026

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026

ସିଜେପି ପରେ ଆରଏଚଏ ଏବଂ ଇ-୨୦: ଦ୍ରୁତ ଗତିରେ ବଢୁଛି ଫଲୋଅର୍ସଙ୍କ ସଂଖ୍ୟା

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.