Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କେନ୍ଦ୍ରାପଡା ଓ ଯାଜପୁରରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଯୋଜନାରେ ସାମିଲ ହେଲା ସାରା ଓଡିଶା
ବିଶେଷ ଖବର

କେନ୍ଦ୍ରାପଡା ଓ ଯାଜପୁରରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ଯୋଜନାରେ ସାମିଲ ହେଲା ସାରା ଓଡିଶା

December 15, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁର ରେ ଉଦ୍ ଯାପିତ ହୋଇଛି। ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ କାର୍ଯ୍ୟକ୍ରମରେ। ରାଜ୍ୟର ଗରିବ ଲୋକଙ୍କ ପାଇଁ ସବୁଦିନ ପାଇଁ ଆଣିଛି ଚିକିତ୍ସା ଖର୍ଚ୍ଚରୁ ମୁକ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କେନ୍ଦ୍ରାପଡା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି। କେନ୍ଦ୍ରାପଡାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ।

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତାରୁ ଦୂର କରିବ। ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍‌ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା। ଏହାଦ୍ବାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ, ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି। ସେହି ଦିନ ଠାରୁ ଓଡିଶାର ସ୍ବାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି ବୋଲି ସେ କହିଥିଲେ । ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ସେ କହିଥିଲେ। ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ। ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ। ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି ସ୍ମାର୍ଟ କାର୍ଡ ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣା ଇଥିଲେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡାରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ବାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ବ ଯୋଗୁ ଓଡିଶା ଆଜି ସ୍ବାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଡି କରିପାରିଛି ବୋଲି ସେମାନେ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଓଡିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁର ର ସମସ୍ତ ବିଧାୟକ ଓ ସାସଦ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ତିରିଶ ଜିଲ୍ଲା ର କଳାକାର ମାନେ ଯୋଗ ଦେଇଥିଲେ ।ଶେଷରେ ଆକର୍ଷଣୀୟ ଆତସବାଜି ପ୍ରଦର୍ଶନ କରାଯାଇଥିଲା।

ଓଡିଶା କେନ୍ଦ୍ରାପଡା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲଥ କାର୍ଡ ଯାଜପୁର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.