Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ: ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ
ବିଶେଷ ଖବର

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ସ୍ମରଣୀୟ ମୁହୂର୍ତ୍ତ: ଏକଥରକରେ ନିଯୁକ୍ତି ପାଇଲେ ୬୨୩୧ ଜଣ ଶିକ୍ଷକ

December 16, 2021No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟର ଶିକ୍ଷା ଇତିହାସରେ ଆଜି ଦିନଟି ସବୁବେଳେ ସ୍ମରଣୀୟ ହୋଇରହିବ। ନବୀନ ଓଡିଶା ଗଠନ ଦିଗରେ ଏକ ଯୁଗାନ୍ତକାରୀ ପଦକ୍ଷେପ ସ୍ବରୂପ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟ– ଏହି ଦୁଇଟିଯାକ କ୍ଷେତ୍ରର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଇଆସିଛନ୍ତି। ସାରା ରାଜ୍ୟର ସବୁ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ ତଥା ପ୍ରଥମ ପର୍ଯ୍ୟାୟର ୫-ଟି ହାଇସ୍କୁଲ ଟ୍ରାନ୍‌ସଫରମେସନ କାର୍ଯ୍ୟକ୍ରମରେ ୧୦୭୫ଟି ସ୍କୁଲର ରୂପାନ୍ତର ପରେ ପରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପରେ ରାଜ୍ୟ ସରକାର ଆଜି ଏକାଥରକେ ୬୨୩୧ ଜଣ ଶିକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ରାଜ୍ୟ ନିଯୁକ୍ତି ଇତିହାସରେ ଏହା ଏକ ସର୍ବକାଳୀନ ରେକର୍ଡ।

କଳିଙ୍ଗ ଷ୍ଟାଡିଅମରେ ଆୟୋଜିତ ନବ ନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କ orientation କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଶିକ୍ଷା ହେଉଛି ସମାଜର ସାମୁହିକ ଆଶା ଓ ଆକାଂକ୍ଷାର ପ୍ରତିଫଳନ। ଶିକ୍ଷା ବ୍ୟବସ୍ଥାର ଆତ୍ମା ଭାବରେ ଶିକ୍ଷକ ମାନଙ୍କୁ ଅଭିହିତ କରି ଆମର ଭବିଷ୍ୟତ ପୀଢି ତଥା ନୂଆ ଓଡିଶା ଗଠନ ପାଇଁ ଆରମ୍ଭ ହୋଇଥିବା ଏହି ରୂପାନ୍ତରରେ ଶିକ୍ଷକ ମାନେ ସଫଳ ସହଯୋଗୀ ଭାବରେ ତାଙ୍କର ଦାୟିତ୍ବ ତୁଲାଇବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପିଲାମାନେ ହେଉଛନ୍ତି ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କର କଳ୍ପନାକୁ ଶକ୍ତି ଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ହିଁ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ତଥା ଆତ୍ମବିଶ୍ବାସ ବୃଦ୍ଧି ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଶିକ୍ଷକ ମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ଡଃ ଏ.ପି.ଜେ ଅବଦୁଲ କାଲାମଙ୍କ ବକ୍ତବ୍ୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମାଜରେ ଶିକ୍ଷକ ମାନଙ୍କର ଭୂମିକା ଯେପରି ଗୁରୁତ୍ବପୂର୍ଣ୍ଣ, ପୃଥିବୀରେ ଅନ୍ୟ କୌଣସି ବୃତ୍ତି ସେଭଳି ଗୁରୁତ୍ବ ବହନ କରେ ନାହିଁ। ତେଣୁ ଶିକ୍ଷକତା ପରି ଏକ ମହାନ ବୃତ୍ତିକୁ ଆପଣେଇ ଥିବାରୁ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକ-ଶିକ୍ଷୟତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ।

ରାଜ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ରୂପାନ୍ତର ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହାଇସ୍କୁଲ ଟ୍ରାନ୍‌ସଫରେମେସନ କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍କୁଲର ଭିତ୍ତିଭୂମିର ରୂପାନ୍ତର କରାଯାଇ ସ୍ମାର୍ଟ କ୍ଲାସ ରୁମ୍‌, ଇ-ଲାଇବ୍ରେରୀ, ଆଧୁନିକ ପରୀକ୍ଷାଗାର, ଉନ୍ନତ ପରିମଳ ବ୍ୟବସ୍ଥା, ଖେଳପଡିଆ ତଥା ସ୍କୁଲର ପରିବେଶକୁ ଶିକ୍ଷା ଅନୁକୂଳ କରିବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯାଇଛି। ଏପର୍ଯ୍ୟନ୍ତ ୧୦୭୫ଟି ସ୍କୁଲର ରୂପାନ୍ତରଣ ପ୍ରଥମ ପର୍ଯ୍ୟାୟରେ ଶେଷ ହୋଇଥିବା ବେଳେ, ପର୍ଯ୍ୟାୟକ୍ରମେ ରାଜ୍ୟର ସମସ୍ତ ସରକାରୀ ଓ ଅନୁଦାନପ୍ରାପ୍ତ ହାଇସ୍କୁଲର ରୂପାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ। ଶିକ୍ଷା ବ୍ୟବସ୍ଥାରେ ଡିଜିଟାଲ ଜ୍ଞାନକୌଶଳର ପ୍ରୟୋଗକୁ ବର୍ତ୍ତମାନ ପରିସ୍ଥିତିରେ ଜରୁରୀ ଆବଶ୍ୟକତା ଭାବେ ବର୍ଣ୍ଣନା କରି ଏଥିପାଇଁ ଶିକ୍ଷକମାନଙ୍କୁ ସ୍ବତନ୍ତ୍ର ତାଲିମ ଦିଆଯିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ନୂତନ ଶିକ୍ଷା ପରିବେଶରେ ପିଲାମାନଙ୍କୁ ସେମାନଙ୍କ ସ୍ବପ୍ନକୁ ସାକାର ରୂପ ଦେବାପାଇଁ ସବୁପ୍ରକାର ସୁଯୋଗ ଦିଆଯାଇଛି ବୋଲି ମତଦେଇ ଶିକ୍ଷାଦାନ ପ୍ରତି ଶିକ୍ଷକ ମାନଙ୍କର ପ୍ରତିବଦ୍ଧତା, ପିଲାମାନଙ୍କୁ ପ୍ରେରଣା ହିଁ ସେମାନଙ୍କୁ ସଫଳତାର ଶିଡି ଚଢିବାରେ ସକ୍ଷମ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ମନ୍ତ୍ରୀ ଟୁକୁନି ସାହୁ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇ ଶିକ୍ଷା ବ୍ୟବସ୍ଥାରେ ରୂପାନ୍ତର ହି ନୂଆ ଓଡ଼ିଶାର ସ୍ବପ୍ନ ସାକାର କରିବ ଵୋଲି ମତ ଦେଇ ଥିଲେ।

ସୂଚନାଯୋଗ୍ୟ ଯେ ମାତ୍ର ୪୭ ଦିନ ମଧ୍ୟ ରେ ୬୧୩୧ ଶିକ୍ଷକ ନିଯୁକ୍ତି ଦିଆଯାଇଛି।
ସେମାନଙ୍କ ମଧ୍ୟରେ ୨୨୩୬ ଜଣ ଆର୍ଟ୍ସ ଶିକ୍ଷକ, ୧୭୭୯ ଜଣ ବିଜ୍ଞାନ ଶିକ୍ଷକ, ୮୨୯ ଜଣ ହିନ୍ଦୀ,  ୭୯୬ ଜଣ ସଂସ୍କୃତ, ପିଇଟି ଓ ୩ ଜଣ ତେଲୁଗୁ ଶିକ୍ଷକ ନିଯୁକ୍ତି ପାଇଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ମହାପ୍ରଭୁଙ୍କ ଦର୍ଶନ କରିବେ ୧ ଲକ୍ଷରୁ ଉର୍ଦ୍ଧ୍ୱ ଭକ୍ତ

February 13, 2026

ଟି-୨୦ ବିଶ୍ଵକପର ବଡ ବିପର୍ଯ୍ୟୟ: ଜିମ୍ବାୱେ ଠାରୁ ଅଷ୍ଟ୍ରେଲିଆ ପରାସ୍ତ

February 13, 2026

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁଚରଣ ଲେଙ୍କାଙ୍କ ପରଲୋକ

February 13, 2026
Latest News

୨୦୨୫ରେ ଓଡ଼ିଶାରେ ଦୁଇ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଛି ଜିଓ ଏୟାରଫାଇବର: ଟ୍ରାଇ ତଥ୍ୟ

February 13, 2026

‘ସେବା ତୀର୍ଥ’କୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

February 13, 2026

ନିର୍ବାଚନ କମିଶନଙ୍କ କଠୋର ଆଭିମୁଖ୍ୟ: ବଙ୍ଗଳାରେ ଭୋଟର ତାଲିକାର ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିର୍ଦ୍ଦେଶ

February 13, 2026

ରାଷ୍ଟ୍ରୀୟ ବାଲ୍ୟ ବିବାହ ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ସଚେତନତା କର୍ମଶାଳା

February 13, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.