Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ବର ବସ୍ତିବାସିନ୍ଦାଙ୍କ ଆନ୍ଦୋଳନକୁ ସମର୍ଥନ କଲା କଂଗ୍ରେସ, ଯୋଗଦେଲେ ଚେଲା କୁମାର
ବିଶେଷ ଖବର

ଭୁବନେଶ୍ବର ବସ୍ତିବାସିନ୍ଦାଙ୍କ ଆନ୍ଦୋଳନକୁ ସମର୍ଥନ କଲା କଂଗ୍ରେସ, ଯୋଗଦେଲେ ଚେଲା କୁମାର

December 18, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜିକୁ ୧୧ ଦିନ ହେବ ଏକାମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୱାଡ ନଂ- ୬୫ ଡୁମୁଡୁମା ହାଉସିଂବୋର୍ଡ ଫେଜ-୧, ସୁବାଷବୋଷ ନଗର ବସ୍ତି ବାସିନ୍ଦାମାନେ ରାଜ୍ୟ ସରକାର ଦ୍ୱାରା ବେଆଇନ ବସ୍ତି ଉଚ୍ଛେଦକୁ ବିରୋଧ କରି ଦିବାରାତ୍ର ଧାରଣାରେ ବସିଛନ୍ତି। ଏହାକୁ ସମର୍ଥନ କରି ଆଜି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ବିଶ୍ୱଜିତ ଦାଶଙ୍କ ଅନୁରୋଧ କ୍ରମେ କଂଗ୍ରେସ ନେତୃବୃନ୍ଦ ଉକ୍ତ ଧାରଣାରେ ସାମିଲ ହୋଇଥିଲେ।

ଧାରଣାରେ ଯୋଗଦେଇ ଏଆଇସିସି ସାଧାରଣ ସଂପାଦକ ତଥା ଓଡ଼ିଶା ପ୍ରଭାରୀ ଡ. ଏ ଚେଲା କୁମାର ବସ୍ତିବାସିନ୍ଦାଙ୍କୁ ସମ୍ବୋଧିତ କରି କହିଥିଲେ ଗରିବ ଶ୍ରେଣୀୟ ଲୋକଙ୍କୁ କଂଗ୍ରେସ ଦଳ ସଦାସର୍ବଦା ସୁରକ୍ଷା ଦେଇ ଆସୁଛି। ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଠୁ ଆରମ୍ଭ କରି ରାଜୀବ ଗାନ୍ଧୀ, ଶ୍ ସିଂ ଙ୍କ ପର୍ଯ୍ୟନ୍ତ ଭୂମିହୀନଙ୍କୁ ଗୃହ ନିର୍ମାଣ ପାଇଁ ମାଗଣାରେ ଜମି ଏବଂ ପରବର୍ତି ସମୟରେ ଗୃହ ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ପ୍ରଦାନ ଯୋଜନା କଂଗ୍ରେସ ଦ୍ୱାରା ଆରମ୍ଭ ହୋଇଥିଲା। ଏହି ଯୋଜନା ଗୁଡ଼ିକୁ ପରବର୍ତ୍ତୀ ସମୟରେ କେନ୍ଦ୍ର ଓ ରାଜ୍ୟ ସରକାର ନାମ ପରିବର୍ତ୍ତନ କରି ନିଜସ୍ୱ ଯୋଜନା ହିସାବରେ ଲୋକଙ୍କ ଆଖିରେ ଧୂଳି ଦେଇଛନ୍ତି।

ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ଅନୁରୂପ ଭାବେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅପାରଗତାକୁ ଦର୍ଶାଇ କହିଥିଲେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗରିବ ବିରୋଧି ସରକାର। ଦରଦାମ ଠାରୁ ଆରମ୍ଭ କରି ସ୍ଥାୟୀତ୍ୱ ପର୍ଯ୍ୟନ୍ତ ସବୁଥିରେ ବିଫଳ। କଂଗ୍ରେସ କାଲି ମଧ୍ୟ ଗରିବ, ଦଳିତ ଓ ଅସହାୟଙ୍କ ସହ ଥିଲା ଆଗକୁ ମଧ୍ୟ ଅନ୍ୟାୟ ବିରୋଧରେ ପ୍ରଭାବିତଙ୍କ ସାଙ୍ଗରେ ଠିଆ ହେବ। ସେହିପରି ବିଧାୟକ ସୁରେଶ କୁମାର ରାଉତରାୟ ଏବଂ ଉପସଭାପତି ଶିବାନନ୍ଦ ରାୟ ବସ୍ତିବାସିନ୍ଦାଙ୍କୁ ଆସ୍ୱସନା ଦେଇ କହିଥିଲେ ପୋଲିସ, ପ୍ରଶାସନ କିମ୍ବା ସରକାର ବେଆଇନ ଭାବେ ବସ୍ତି ଉଚ୍ଛେଦ କରିପାରିବେ ନାହିଁ। ଯଦି ସେପରି କିଛି ପରିସ୍ଥିତି ଉପୁଜେ ତେବେ କଂଗ୍ରେସ ଦଳ ଆଗରେ ଠିଆହେବ।

ଜିଲ୍ଲା ସଭାପତି ବିଶ୍ୱଜିତ ଦାଶ ପରିଶେଷରେ କହିଥିଲେ ଯଦି ବସ୍ତିବାସିନ୍ଦାଙ୍କୁ ନ୍ୟାୟ ନମିଳେ ତେବେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ କୋର୍ଟର ଆଶ୍ରୟ ନେବା ସହ ଆନ୍ଦୋଳନକୁ ଓହ୍ଲାଇବ। ଏହି ଧାରଣା ସଭାକୁ ବସ୍ତି ସଭାପତି ପୁଷ୍କର ସୁବୁଦ୍ଧି ପରିଚାଳନା କରିଥିଲେ।

ଆଜିର ଏହି ଧାରଣା କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଏଆଇସିସି ସଂପାଦକ ଜି. ରୁଦ୍ର ରାଜୁ, ପିସିସି ସଂପାଦକ ସୁବ୍ରତ ମହାପାତ୍ର, ଜ୍ଞାନଦେବ ବେଉରା, ରଶ୍ମି ମହାପାତ୍ର, ସେକ ତାକୱିମ, ଆଶିଷ ମଲ୍ଲିକ, ବ୍ଲକ ସଭାପତି ସେକ ଆପତାବ ଅଲ୍ଲି, ଅଶୋକ ଦାସ, ଶ୍ରୀଧର ବଳିଆର ସିଂ, ପ୍ରଦୀପ ମହାପାତ୍ର, ଦୀପକ ମହାପାତ୍ର, ଇନ୍ଦ୍ରଜିତ ରାଉତ, ଗୋବିନ୍ଦ ସାହୁ, କୁସୁମ ପ୍ରଧାନ, ରୀନା ସାହୁ, ରବିନ୍ଦ୍ର ନାୟକ, ବିଚିତ୍ର ପାତ୍ର, ବିକ୍ରମ ସୁନ୍ଦରରାୟ, ନିଆଜୁଲ ଇସ୍‌ଲାମ, ଦେବାଶିଷ ଦାସ, ଶିବନ ମୁସରଫ, ସାଗର ପରିଡ଼ା ପ୍ରମୁଖ ସାମିଲ ହୋଇଥିଲେ।

କଂଗ୍ରେସ ଆନ୍ଦୋଳନ ଡ. ଏ ଚେଲା କୁମାର ଡୁମୁଡୁମା ନିରଞ୍ଜନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026
Latest News

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026

ପେଟ୍ରୋଲ ଓ ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ୍ ଟ୍ୟାକ୍ସ, ଘରୋଇ ଦର ଅପରିବର୍ତ୍ତିତ

August 3, 2026

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.