Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ: ଜାଣନ୍ତୁ ଏହାର ବୈଶିଷ୍ଟ୍ୟ

December 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷର ସଦୃଶ। ଏହା ରାଜ୍ୟର ପ୍ରଥମ T ସେତୁ। ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି।

ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ। ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ।

ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।

ଏହି କାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

May 24, 2026

ଆସନ୍ତାକାଲି ଓଡ଼ିଶାରୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହେବେ ଡକ୍ଟର ମହେନ୍ଦ୍ର ମିଶ୍ର

May 24, 2026

ପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ପ୍ରାଣହାନୀ

May 24, 2026

ଅବୈଧ ବାଂଲାଦେଶୀମାନଙ୍କର ବଢିଲା ସମସ୍ୟା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ନେଲେ ବଡ଼ ନିଷ୍ପତ୍ତି

May 24, 2026
Latest News

ଇବୋଲା ପ୍ରକୋପକୁ ଅନ୍ତର୍ଜାତୀୟ ସାର୍ବଜନୀନ ସ୍ୱାସ୍ଥ୍ୟ ଜରୁରୀକାଳୀନ ଘୋଷଣା କଲା ଡବ୍ଲ୍ୟୁଏଚଓ

May 24, 2026

ପ୍ଲେଅଫରେ ପହଞ୍ଚିଲା ରାଜସ୍ଥାନ: ଆଇପିଏଲରୁ ବାଦ୍ ପଡ଼ିଲେ ପଞ୍ଜାବ ଏବଂ କୋଲକାତା

May 24, 2026

ଆସନ୍ତାକାଲି ଓଡ଼ିଶାରୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ହେବେ ଡକ୍ଟର ମହେନ୍ଦ୍ର ମିଶ୍ର

May 24, 2026

ରାଜଧାନୀ ଦିଲ୍ଲୀରେ ପ୍ରଥମ ହାଇଡ୍ରୋଜେନ୍ ବସ୍ ସେବା ଆରମ୍ଭ: ଜାଣନ୍ତୁ ଏହାର ଉପକାରିତା

May 24, 2026

ଚାରିଧାମ ଯାତ୍ରାର ରେକର୍ଡ: ୩୫ ଦିନରେ ବାବା କେଦାରଙ୍କ ଦର୍ଶନ କଲେ ୮ ଲକ୍ଷରୁ ଉର୍ଦ୍ଧ୍ଵ ଶ୍ରଦ୍ଧାଳୁ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.