Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡିର ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମିମାନଙ୍କୁ ଚିଠି ଲେଖିଲେ ନବୀନ, 26 ତାରିଖରେ ଦେବେ ଗୁରୁମନ୍ତ୍ର
ବିଶେଷ ଖବର

ବିଜେଡିର ପ୍ରତିଷ୍ଠା ଦିବସ ପୂର୍ବରୁ କର୍ମିମାନଙ୍କୁ ଚିଠି ଲେଖିଲେ ନବୀନ, 26 ତାରିଖରେ ଦେବେ ଗୁରୁମନ୍ତ୍ର

December 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ପ୍ରତିଷ୍ଠା ଦିବସ ପାଇଁ କର୍ମିମାନଙ୍କୁ ଚିଠି ଲେଖିଲେ ନବୀନ, 26 ତାରିଖରେ ଦେବେ ଗୁରୁମନ୍ତ୍ର

ଭୁବନେଶ୍ବର: ଆସନ୍ତା ଡିସେମ୍ବର ୨୬ରେ ବିଜେଡି ତାହାର ୨୫ତମ ପ୍ରତିଷ୍ଠା ଦିବସ ପାଳନ କରିବ । ଏହା ପୂର୍ବରୁ ଦଳୀୟ କର୍ମୀ, ନେତା ଓ ଜନସାଧାରଣ ଉଦ୍ଦେଶ୍ୟରେ ପତ୍ର ଲେଖିଛନ୍ତି ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଗତ ୨୪ ବର୍ଷ ଧରି ଉତ୍ସର୍ଗୀକୃତ ସେବା ମନୋଭାବ ନେଇ କାମ କରି ଆସୁଥିବା ଏକ ଆଞ୍ଚଳିକ ରାଜନୈତିକ ଦଳ ପାଇଁ ଏହା ଗୁରୁତ୍ଵପୂର୍ଣ୍ଣ । ଏଥିପାଇଁ ଦଳୀୟ ସଦସ୍ୟମାନଙ୍କୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।

ଏହି ପରିପ୍ରେକ୍ଷୀରେ ନବୀନ କହିଛନ୍ତି ଯେ, ଏହି ପ୍ରତିଷ୍ଠା ଦିବସ ବ୍ଲକ ସ୍ତରରେ ପାଳନ କରିବା ପାଇଁ ପରାମର୍ଶ ଦେଇଛନ୍ତି।  ଏଥିସହିତ ବିଭିନ୍ନ ସମାଜ କଲ୍ୟାଣ କାର୍ଯ୍ୟକ୍ରମ ଓ ଲୋକସେବା ମାଧ୍ୟମରେ ରାଜ୍ୟବାସୀଙ୍କ ପାଖକୁ ଯିବା ପାଇଁ ନବୀନ କହିଛନ୍ତି। ଲୋକଙ୍କ ଅଧିକ ନିକଟତର ହେବା, ଦଳୀୟ ଏକତା ଓ ଶୃଙ୍ଖଳା ବଜାୟ ରଖି ତ୍ୟାଗ ଏବଂ ନିଷ୍ଠାର ସହ ଜନସେବାରେ ପୂର୍ଣ୍ଣପ୍ରାଣରେ ସମର୍ପିତ ହେବା ଦରକାର ବୋଲି ନବୀନ ଉଲ୍ଲେଖ କରିଛନ୍ତି।

ଡିସେମ୍ବର 26 ତାରିଖରେ ନବୀନ ସବୁ କର୍ମିମାନଙ୍କୁ ଗୁରୁମନ୍ତ୍ର ଦେବେ। ସେଥିପାଇଁ ଦଳ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସେଦିନ ନବୀନ ଭୁବନେଶ୍ବରରୁ ଅପରାହ୍ନ 4ଟ 30 ମିନଟରେ ତାଙ୍କର ଅଭିଭାଷଣ ରଖିବେ। ତାହାକୁ ସବୁ ନିର୍ବାଚନ ମଣ୍ଡଳୀର କର୍ମିମାନେ ଶୁଣିବା ପାଇଁ ଏଲଇଡି ଭ୍ୟାନର ବନ୍ଦୋବସ୍ତ କରାଯାଇଛି। ସେଥିରେ ନବୀନଙ୍କ ଭାଷଣର ସିଧା ପ୍ରସାରଣ କରାଯିବ।

ସେହିପରି କର୍ମିମାନେ ଅନ୍ତତଃ 25 ଜଣ ନୂଆ ସଭ୍ୟ ସଂଗ୍ରହ କରିବା ପାଇଁ ନବୀନ ପରାମର୍ଶ ଦେଇଛନ୍ତି। ଏହି ସଭ୍ୟ ସଂଗ୍ରହ ବ୍ଲକ, ପଞ୍ଚାୟତ, ପୌରା ଅଞ୍ଚଳରୁ କରାଯାଉ ବୋଲି ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ସଭ୍ୟମାନଙ୍କୁ ନେଇ ଦଳ ଆଗାମୀଦିନରେ ବେଶ୍ ସଶକ୍ତ ହେବ ବୋଲି ସେ କହିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆ ବର୍ଷ ଆଗୁଆ ଅଭିନନ୍ଦନ ଦେବା ସହିତ କରୋନା କଟକଣା ମାନି ଚଳିବା ପାଇଁ ଉପଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ ବିଜେଡ଼ି ପ୍ରତିଷ୍ଠା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026

ଓୟୁଏସ୍‌ଏସ୍‌ଏସ୍‌ସି ପାଇଁ ୭୨ଟି ନୂତନ ପଦବୀ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.