Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚାଷୀଙ୍କ ପାଇଁ ଅଧିକ ସଂସ୍ଥା ମାଧ୍ୟମରେ ଧାନ କିଣିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ବିଶେଷ ଖବର

ଚାଷୀଙ୍କ ପାଇଁ ଅଧିକ ସଂସ୍ଥା ମାଧ୍ୟମରେ ଧାନ କିଣିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

December 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚାଷୀଙ୍କ ପାଇଁ ଅଧିକ ସଂସ୍ଥା ମାଧ୍ୟମରେ ଧାନ କିଣିବାକୁ ପରାମର୍ଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍.ଏମ୍.ସି. ଏବଂ କୃଷିବିପଣୀ ସଂସ୍ଥାମାନଙ୍କୁ ନିୟୋଜିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲ୍ଲାପାଳ, ଜିଲ୍ଲାଯୋଗାଣ ଅଧିକାରୀ, ଏବଂ ସମବାୟ ବିଭାଗ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଭିଡ଼ିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାମାନଙ୍କରେ ଧାନକିଣା ସ୍ଥିତି ସମୀକ୍ଷା କରି ମୁଖ୍ୟ ସଚିବ ଏହି ନିର୍ଦ୍ଦେଶ ଦେଇଛନ୍ତି । ଧାନବିକ୍ରୀ କରିବା ପାଇଁ ଚାଷୀ ଯେମିତି ଅସୁବିଧାର ସମ୍ମୁଖୀନ ନହୁଏ ତା’ଉପରେ ଦୃଷ୍ଟି ରଖିବା ପାଇଁ ମଧ୍ୟ ମହାପାତ୍ର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ରାଜ୍ୟ ଲୋକସେବା ଭବନରୁ ଓସ୍ୱାନ ପ୍ଲାଟଫର୍ମ ମାଧ୍ୟମରେ ଅନୁଷ୍ଠିତ ଏହି ଭିଡିଓ କନ୍-ଫେରେନ୍ସିଂରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବୀର ବିକ୍ରମ ଯାଦବ ବିଭିନ୍ନ ଜିଲ୍ଲାରେ ଧାନସଂଗ୍ରହ ସମ୍ବନ୍ଧିତ ବୈଷୟିକ ଏବଂ ପ୍ରଶାସନିକ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।

ସମୀକ୍ଷାରୁ ଜଣାପଡ଼ିଥିଲା ଯେ ସାଧାରଣତଃ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ଜିଲ୍ଲାମାନଙ୍କରେ ନଭେମ୍ବର-ଡିସେମ୍ବର ରୁ ଜାନୁଆରୀ-ଫେବୃଆରୀ ପର୍ଯ୍ୟନ୍ତ, ଏବଂ ଉପକୂଳ ଜିଲ୍ଲାମାନଙ୍କରେ ଡିସେମ୍ବର-ଜାନୁଆରୀ ରୁ ମାର୍ଚ୍ଚ-ଏପ୍ରିଲ୍ ପର୍ଯ୍ୟନ୍ତ ଧାନକିଣା ହୋଇଥାଏ । ସେହି ଅନୁସାରେ ବର୍ତ୍ତମାନ ବରଗଡ଼, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ରାୟଗଡ଼ା ଆଦି ଜିଲ୍ଲାରେ ଧାନକିଣା ଅବ୍ୟାହତ ରହିଛି । ଅନ୍ୟାନ୍ୟ ଜିଲ୍ଲାରେ ଧାନକିଣା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କୋରାପୁଟ, ମାଲକାନାଗିରି, ବାଲେଶ୍ୱର, ବୌଦ୍ଧ ଆଦି ଜିଲ୍ଲାରେ ମଧ୍ୟ ବିଭିନ୍ନ ମଣ୍ଡିରେ ଧାନକିଣା ଚାଲିଛି । ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ହଜାର ଚାଷୀଙ୍କଠାରୁ ୫.୧୩ ଲକ୍ଷ ମାଟ୍ରିକ୍ ଟନ୍ ଧାନ ସଂଗ୍ରହ ସରିଛି ।

ବିଭିନ୍ନ ମଣ୍ଡିମାନଙ୍କରେ ଅଧିକ ସଂଖ୍ୟାରେ ମହିଳା ସ୍ୱୟଂସହାୟକ ଗୋଷ୍ଠୀ, ଆର୍.ଏମ୍.ସି. କର୍ମଚାରୀ, ଯୋଗାଣ ସହାୟକ, କୃଷି ବିଭାଗ ଅଧିକାରୀ, ସମବାୟ ବିଭାଗ ଅଧିକାରୀ ଏବଂ ଅନ୍ୟାନ୍ୟ ବିଭାଗରୁ ଡାଟା ଏଣ୍ଟ୍ରି ଅପରେଟର ଆଦିଙ୍କୁ ମୁତୟନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ବ୍ୟବସ୍ଥାକୁ ଚାଷୀମାନଙ୍କ ନିମନ୍ତେ ଅଧିକ ସୁଗମ କରିବା ପାଇଁ ଜିଲ୍ଲାପାଳମାନେ ଜିଲ୍ଲାସ୍ତରରେ କାର୍ଯ୍ୟକରୁଥିବା ସଂସ୍ଥା ଓ ବିଭାଗମାନଙ୍କୁ ମଧ୍ୟ ମୁତୟନ କରିପାରିବେ ।

ପ୍ରମୁଖ ଶାସନ ସଚିବ ଯାଦବ କହିଥିଲେ ଯେ ଧାନକିଣା ପି-ପାସ୍ ନାମକ ଅନ୍ଲାଇନ୍ ବ୍ୟବସ୍ଥା ମାଧ୍ୟମରେ କରାଯାଇଛି । ଏହା ଏକ ସ୍ୱୟଂକ୍ରିୟ ଓ ସରଳ ବ୍ୟବସ୍ଥା । ଏଥିରେ ଦୈନିକ ଧାନକିଣା ତଥ୍ୟ ଅପ୍ଲୋଡ୍ ହୁଏ ଏବଂ ସେହି ତଥ୍ୟ ଭିତ୍ତିରେ ଚାଷୀମାନଙ୍କୁ ଧାନର ମୂଲ୍ୟ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ୍ ମାଧ୍ୟମରେ ସିଧା ସଳଖ ପଠାଇ ଦିଆଯାଏ । ଅନ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ପ୍ରକ୍ରିୟା ବିଷୟରେ ତୁରନ୍ତ ଅନ୍ଲାଇନ୍ ତାଲିମ୍ ଦିଆଯିବ। ଜିଲ୍ଲାସ୍ତରରେ ଥିବା ସମବାୟ ବିଭାଗ ଏବଂ ଯୋଗାଣ ବିଭାଗ ଅଧିକାରୀମାନେ ମଧ୍ୟ ଏଥିରେ ସକ୍ରିୟଭାବେ ସାମିଲ୍ ହେବେ ।

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ରାଜେନ୍ଦ୍ର ମିଶ୍ର ବୈଠକରେ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେ । ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ଧାନକିଣା ପ୍ରସ୍ତୁତି ଓ ଅଗ୍ରଗତି ବିଷୟ ଜଣାଇଥିଲେ । ଆବଶ୍ୟକତା ଅନୁସାରେ ଜିଲ୍ଲାମାନଙ୍କୁ ସମସ୍ତ ପ୍ରକାର ବୈଷୟିକ ଓ ପ୍ରଶାସନିକ ସହାୟତା ଯୋଗାଇ ଦିଆଯିବବୋଲି ପ୍ରମୁଖ ଶାସନ ସଚିବ ଶ୍ରୀ ଯାଦବ ଜଣାଇଥିଲେ ।

ଜିଲ୍ଲାପାଳ ଧାନ କିଣା ମୁଖ୍ୟ ଶାସନ ସଚିବ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026
Latest News

ବିନା ଛୁଞ୍ଚିରେ ଦିଆଯିବ ଇଞ୍ଜେକ୍ସନ, ଓଡିଶା ଷ୍ଟାର୍ଟଅପ କୁ ମିଳିଲା ପେଣ୍ଟଟ

February 24, 2026

ଭୁବନେଶ୍ୱର ୱାର୍ଲ୍ଡ ସ୍କିଲ୍‌ ସେଣ୍ଟର ଏବଂ ପିଆଇବି କାର୍ଯ୍ୟାଳୟ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି

February 24, 2026

ରେଳ ସୁରକ୍ଷାକୁ  ସୁଦୃଢ କରୁଛନ୍ତି କବଚ ଓ ଏଆଇ

February 24, 2026

ରାଜ୍ୟ ସରକାରଙ୍କ ୬୦୦ ଇ-ବସ୍ କିଣିବାକୁ ଯୋଜନା

February 24, 2026

୬୦ରୁ ଅଧିକ ଦେଶ ସହ ସଂସଦୀୟ ବନ୍ଧୁତ୍ୱ ଗୋଷ୍ଠୀ ଗଠନ କଲେ ଲୋକସଭା ବାଚସ୍ପତି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.