Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୨୦୨୨ ଋତୁ ପାଇଁ ଶୁଖିଲା ନଡ଼ିଆ ଶସର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି
ଜାତୀୟ ଖବର

୨୦୨୨ ଋତୁ ପାଇଁ ଶୁଖିଲା ନଡ଼ିଆ ଶସର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ କ୍ୟାବିନେଟ ମଞ୍ଜୁରି

December 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ୍‌ ଅନୁମୋଦନ
ଭାରତର ଜନଗଣନା 2027 ପରିଚାଳନା ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ ୨୦୨୨ ଋତୁ ପାଇଁ ଶୁଖିଲା ନଡ଼ିଆ ଶସ (କୋପ୍ରା)ର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ ଅନୁମୋଦନ କରାଯାଇଛି।

ଉଚ୍ଚ ହାରାହାରୀ ଗୁଣବତ୍ତା (ଏଫଏକ୍ୟୁ) ଯୁକ୍ତ ମିଲିଂ ପାଇଁ ଉଦ୍ଦିଷ୍ଟ ଶୁଖିଲା ନଡ଼ିଆ ଶସ (କୋପ୍ରା)ର ଏମଏସପି କୁଇଣ୍ଟାଲ ପ୍ରତି ୧୦,୩୩୫ ଟଙ୍କାରୁ ବଢ଼ାଇ କୁଇଣ୍ଟାଲ ପ୍ରତି ୧୦ ହଜାର ୫୯୦ ଟଙ୍କା କରି ଦିଆଯାଇଛି। ସେହିପରି ଗୋଟା ଶୁଖିଲା ନଡ଼ିଆ ବା ବଲ କୋପ୍ରାର ଏମଏସପି ୨୦୨୨ ଋତୁ ପାଇଁ କୁଇଣ୍ଟାଲ ପ୍ରତି ୧୧,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ୨୦୨୧ ଋତୁରେ ଏହାର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୦,୬୦୦ ଟଙ୍କା ଥିଲା। ଫଳରେ ନଡ଼ିଆ ଚାଷୀମାନେ ଉତ୍ପାଦନ ଖର୍ଚ୍ଚ ଉପରେ ମିଲିଂ କୋପ୍ରା ପାଇଁ ୫୧.୮୫ ପ୍ରତିଶତ ଏବଂ ବଲ କୋପ୍ରା ପାଇଁ ୫୭.୭୩ ପ୍ରତିଶତ ଲାଭ ପାଇପାରିବେ। ଚାଷୀମାନଙ୍କୁ ଉତ୍ପାଦନ ଖର୍ଚ୍ଚର ଅତିକମରେ ଦେଢ଼ଗୁଣା ଲାଭ ପ୍ରଦାନ କରିବା ଲାଗି ସରକାର ୨୦୧୮-୧୯ ସାଧାରଣ ବଜେଟରେ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଋତୁ ପାଇଁ କୋପ୍ରା ଉପରେ ଏମଏସପି ବୃଦ୍ଧି କରାଯାଇଛି।

କୃଷିଭିତ୍ତିକ ଖର୍ଚ୍ଚ ଏବଂ ମୂଲ୍ୟ ଆୟୋଗଙ୍କ ସୁପାରିସ ଆଧାରରେ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି।

୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ସର୍ବନିମ୍ନ ୫୦ ପ୍ରତିଶତ ଲାଭ ସୀମା ସୁନିଶ୍ଚିତ କରିବା ଏ ଦିଗରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ।

ନଡ଼ିଆ ଉତ୍ପାଦନ ହେଉଥିବା ରାଜ୍ୟରେ ଭାରତୀୟ ଜାତୀୟ କୃଷି ସମବାୟ ବିପଣନ ମହାସଂଘ ଏବଂ ଭାରତୀୟ ଜାତୀୟ ସମବାୟ ଉପଭୋକ୍ତା ମହାସଂଘ ମୂଲ୍ୟ ସହାୟତା ପ୍ରକ୍ରିୟାକୁ କାର୍ଯ୍ୟକାରୀ କରିବ।

କ୍ୟାବିନେଟ ମଞ୍ଜୁରି ନରେନ୍ଦ୍ର ମୋଦୀ ଶୁଖିଲା ନଡ଼ିଆ ଶସ ସର୍ବନିମ୍ନ ସହାୟକ ମୂଲ୍ୟ ସିସିଇଏ
Share. Facebook Twitter LinkedIn Email WhatsApp Copy Link

Related Posts

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026
Latest News

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026

ଉତ୍ତରାଖଣ୍ଡ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 12, 2026

‘ଜଳ ମହୋତ୍ସବ ୨୦୨୬’କୁ ସମ୍ବୋଧିତ କଲେ ରାଷ୍ଟ୍ରପତି

March 12, 2026

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.