Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଖବରକାଗଜ ହକରମାନଙ୍କୁ ହକ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପାଇଲେ ୬୦୦୦ ଟଙ୍କା ଲେଖାଏଁ
ବିଶେଷ ଖବର

ଖବରକାଗଜ ହକରମାନଙ୍କୁ ହକ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପାଇଲେ ୬୦୦୦ ଟଙ୍କା ଲେଖାଏଁ

December 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖବରକାଗଜ ହକରମାନଙ୍କୁ ହକ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପାଇଲେ ୬୦୦୦ ଟଙ୍କା ଲେଖାଏଁ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି ।

ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି। ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି।

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ। ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ବଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ।

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସଂପର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି ।

ଲୋକସେବା ଭବନ କନ୍‌ଭେନସନ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସଂପଦ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡିଶାରେ ପ୍ରଗତୀର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ବାରା ଉପକୃତ ହେବେ ବୋଲି ସେ କହିଥିଲେ । ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ଶ୍ରୀ ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ ।

କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଶ୍ରୀ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ଶ୍ରୀ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ ଯେ ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସଂପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

ଖବରକାଗଜ ନବୀନ ପଟ୍ଟନାୟକ ଭି.କେ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ମଗତ ଅସଙ୍ଗତି ସମାଧାନରେ ଶିଶୁ ଶଲ୍ୟ ଚିକିତ୍ସକଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ

November 13, 2025

Kanji Anla Nabami: ଆଜି କାଞ୍ଜିଅଁଳା ନବମୀ, ଏହି ଦିନ ଶୁଖୁଆକୁ କାହିଁକି କରାଯାଏ ପୂଜା?

November 13, 2025

Film Preservation Workshop: ଭୁବନେଶ୍ୱରରେ ଚଳଚ୍ଚିତ୍ର କର୍ମଶାଳା, ଯୋଗ ଦେଲେ ୱହିଦା ରେହମାନ

November 13, 2025

ଜନଜାତିଙ୍କ ଜୀବିକାରେ ଉନ୍ନତି ପାଇଁ କୃଷି-ସହଯୋଗୀ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ

November 12, 2025
Latest News

ଜନ୍ମଗତ ଅସଙ୍ଗତି ସମାଧାନରେ ଶିଶୁ ଶଲ୍ୟ ଚିକିତ୍ସକଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ

November 13, 2025

ଦକ୍ଷିଣ ଆଫ୍ରିକା ବିରୋଧରେ ପ୍ରଥମ ଟେଷ୍ଟରୁ ବାଦ ପଡିଲେ ନିତୀଶ ରେଡ୍ଡୀ: ଏହି ଖେଳାଳିଙ୍କୁ ମିଳିବ ସୁଯୋଗ

November 13, 2025

ଆତ୍ମଘାତୀ ବିସ୍ଫୋରଣ ପରେ ଶ୍ରୀଲଙ୍କା ଖେଳାଳି ଭୟଭୀତ, ପାକିସ୍ତାନ ଛାଡିବାକୁ କଲେ ଦାବି, ବୋର୍ଡର ଚେତାବନୀ

November 13, 2025

ସରକାର ଅନ୍ତର୍ଜାତୀୟ ବଜାରରେ ଆଦିବାସୀ ଉତ୍ପାଦକୁ ପ୍ରୋତ୍ସାହିତ କରିବେ: କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ

November 13, 2025

Kanji Anla Nabami: ଆଜି କାଞ୍ଜିଅଁଳା ନବମୀ, ଏହି ଦିନ ଶୁଖୁଆକୁ କାହିଁକି କରାଯାଏ ପୂଜା?

November 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.