Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଳାହାଣ୍ଡିର ମା ମାଣିକେଶ୍ବରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ
ବିଶେଷ ଖବର

କଳାହାଣ୍ଡିର ମା ମାଣିକେଶ୍ବରୀ ପୀଠ ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ

December 24, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
କଳାହାଣ୍ଡିର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡିର ଥୁଆମୂଳ-ରାମପୁର ମା ମାଣିକେଶ୍ବରୀ ପୀଠର ବିକାଶ କାମର ଶିଳାନ୍ୟାସ କରିଛନ୍ତି । ଏଥିରେ ଦୁଇ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମା ମାଣିକେଶ୍ବରୀଙ୍କୁ ଲକ୍ଷ ଲକ୍ଷ ଲୋକଙ୍କର ଆସ୍ଥା ଓ ବିଶ୍ବାସର ପ୍ରତୀକ ଭାବରେ ବର୍ଣ୍ଣନା କରିବା ସହିତ ଏହି ଉଦ୍ୟମ ଦ୍ବାରା ମାଙ୍କ ପୀଠର ମହିମା ଆହୁରି ବୃଦ୍ଧି କରିବା ସହ ପର୍ଯ୍ୟଟନର ମଧ୍ୟ ବିକାଶ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।  ୫-ଟି ଉପକ୍ରମ ଅଧୀନରେ ମାଙ୍କର ଏହି ପୀଠର ବିକାଶ କାମ ଆରମ୍ଭ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମା ମାଣେକେଶ୍ବରୀଙ୍କ ଆଶୀର୍ବାଦ ଆମ ସମସ୍ତଙ୍କ ଉପରେ ରହିଛି ଏବଂ ମାଙ୍କ ଆଶୀର୍ବାଦ ଓ କଳାହାଣ୍ଡିବାସୀଙ୍କର ଉଦ୍ୟମ ଆଜି କଳାହାଣ୍ଡିରେ ରୂପାନ୍ତର ଆଣିଛି। କଳାହାଣ୍ଡି ଆଜି ବିକାଶର ନୂଆ ପରିଚୟ ନେଇ ଆଗକୁ ବଢୁଛି । ଏହି ବିକାଶରେ କଳାହାଣ୍ଡିର ପ୍ରତି ପରିବାର ଓ ପ୍ରତି ଲୋକ ସିଏ ଚାଷୀ ହେଉ ବା ଶ୍ରମିକ, ଯୁବ ସମାଜ, ସାଧାରଣ ଜନତା ବା ମହିଳା – ସମସ୍ତଙ୍କର ଅବଦାନରେ କଳାହାଣ୍ଡି ଆଗେଇ ଚାଲିଛି ।

କଳାହାଣ୍ଡିର ଚାଷୀ ଆଜି ସାରା ଦେଶକୁ ଖାଦ୍ୟ ଯୋଗାଉଛି । କଳାହାଣ୍ଡି କପାର ଚାହିଦା ବଢିଛି । ଶିଳ୍ପ ନୂଆ ସୁଯୋଗ ଆଣିଛି । ଭିତ୍ତିଭୂମି ମଜବୁତ ହୋଇଛି । କଳାହାଣ୍ଡି ୟୁନିଭରସିଟି, ସରକାରୀ ମେଡିକାଲ କଲେଜ, ସରକାରୀ ଇଂଜିନିୟରିଂ କଲେଜ ଆଜି କଳାହାଣ୍ଡି ଯୁବସମାଜ ପାଇଁ ନୂଆ ପରିଚୟ ଆଣିଛି । ବିଜୁଳି ଯୋଗାଣରେ ମଧ୍ୟ ଉନ୍ନତି ଆସିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିକାଶ ସବୁବେଳେ ତାଙ୍କର ଲକ୍ଷ୍ୟ ହୋଇ ରହିଛି । କଳାହାଣ୍ଡିକୁ ସେ ସ୍ବତନ୍ତ୍ର ଗୁରୁତ୍ବ ଦେଇଆସିଛନ୍ତି ଏବଂ ଚଳିତ ବର୍ଷ ଦୁଇ ଦୁଇ ଥର କଳାହାଣ୍ଡି ଯାଇ ବିକାଶ ଓ କଲ୍ୟାଣ କାମ ଆରମ୍ଭ କରିଛନ୍ତି । ବିକାଶ ପ୍ରତି କଳାହାଣ୍ଡିବାସୀଙ୍କର ଅକୁଣ୍ଠ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇବା ସହ ଲୋକଙ୍କ ଆସ୍ଥା ଓ ବିଶ୍ବାସକୁ ସାଥିରେ ଧରି ବିକାଶ ଧାରା ଆଗକୁ ବଢିବ ବୋଲି କହିଛନ୍ତି ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସ୍ବାସ୍ଥୟ ମନ୍ତ୍ରୀ ନବ ଦାସ, ଶିଳ୍ପ, ଶକ୍ତି ଓ ସ୍ବରଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ କଳାହାଣ୍ଡିର ବିଭିନ୍ନ କ୍ଷେତ୍ରରେ ଯେଉଁ ଉନ୍ନତି ସାଧିତ ହୋଇଛି, ତାହା ଉପରେ ଆଲୋକପାତ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

କଳାହାଣ୍ଡି ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଲାଞ୍ଜିଗଡ ବିଧାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସାଂସଦ ଶ୍ରୀ ସୁଜିତ କୁମାରଙ୍କ ସମେତ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ଥିଲେ ।

କଳାହାଣ୍ଡି ଥୁଆମୂଳ ରାମପୁର ପର୍ଯ୍ୟଟନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.