Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୨୭ରେ ଭୁବନେଶ୍ୱର ଓ ଜାନୁୟାରୀ ୨୪ରେ ଦିଲ୍ଲୀରେ ରାଜ୍ୟସ୍ତରୀୟ ବିଶାଳ ପାଇକ ଜନଗର୍ଜନ ସମାବେଶ
ବିଶେଷ ଖବର

୨୭ରେ ଭୁବନେଶ୍ୱର ଓ ଜାନୁୟାରୀ ୨୪ରେ ଦିଲ୍ଲୀରେ ରାଜ୍ୟସ୍ତରୀୟ ବିଶାଳ ପାଇକ ଜନଗର୍ଜନ ସମାବେଶ

December 25, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୧୮୧୭ ମସିହାର ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଘୋଷଣା ଦାବିରେ ଓ ଖୋର୍ଦ୍ଧାରେ ପ୍ରସ୍ତାବିତ ପାଇକ ସ୍ମୃତିସ୍ତମ୍ଭ ନିର୍ମାଣ ଜାଗାକୁ ବିନା ମୂଲ୍ୟରେ ପ୍ରଦାନ କରିବା ଦାବିରେ ଓଡ଼ିଶା ବୀର ମହାସଂଘ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ ଭୁବନେଶ୍ୱରସ୍ଥ ହୋଟେଲ କେଶରୀରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବୀର ମହାସଂଘର ସଭାପତି ଡଃ ପ୍ରକାଶ ଶ୍ରୀଚନ୍ଦନ, ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ଡ. ଦିଲ୍ଲୀପ ଶ୍ରୀଚନ୍ଦନ, ମୁଖ୍ୟ ସଂଯୋଜକ ନରେନ୍ଦ୍ର ପୃଷ୍ଟି ଓ ସଂଯୋଜକ ଗଣେଶ ସାମନ୍ତ ଯୋଗଦାନ କରିଥିଲେ।

ବୀର ମହାସଂଘର ସଭାପତି ଡଃ ପ୍ରକଶ ଶ୍ରୀଚନ୍ଦନ ଓ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ଡ. ଦିଲ୍ଲୀପ ଶ୍ରୀଚନ୍ଦନ କହିଛନ୍ତି ଯେ, ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଦାବିରେ ଓ ଖୋର୍ଦ୍ଧାରେ ପାଇକ ସ୍ମୃତିସ୍ତମ୍ଭ ପାଇଁ ପ୍ରସ୍ତାବିତ ସ୍ଥାନକୁ ବିନା ମୂଲ୍ୟରେ ପ୍ରଦାନ ଦାବିରେ ଆସନ୍ତା ୨୭ରେ ଆଉ ଏକ ରାଜ୍ୟସ୍ତରୀୟ ବିଶାଳ ଜନଗର୍ଜନ ପାଇକ ସମାବେଶ ଓ ଶୋଭାଯାତ୍ରା ଦିବା ୧୨ ଘଟିକା ସମୟରେ ସ୍ଥାନୀୟ ମାଷ୍ଟର କ୍ୟାଣ୍ଟିନ ଛକରୁ ବାହାରି ରାମ ମନ୍ଦିର ଛକ ଦେଇ ଏକାମ୍ର ହାଟ ନିକଟରେ ପହଞ୍ଚିବେ। ସେଠାରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହେବ। ଯେପର୍ଯ୍ୟନ୍ତ ଏହି ଦାବିଗୁଡ଼ିକ ପୂରଣ ନହୋଇଛି, ସେପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ ଜାରି ରହିବ।

ସେହିପରି ପାଇକ ବିଦ୍ରୋହର କର୍ଣ୍ଣଧାର ବକ୍ସି ଜଗବନ୍ଧୁଙ୍କର ଶ୍ରାଦ୍ଧ ଉତ୍ସବ ଜାନୁୟାରୀ ୨୪ ତାରିଖ ଦିନ ଦେଶର ରାଜଧାନୀ ଦିଲ୍ଲୀର ଲାଲ୍ଲକିଲାରେ ପାଳନ କରାଯିବ।

ଏହି ଉତ୍ସବକୁ ବିଜେଡ଼ି ଦଳର ସମସ୍ତ ସାଂସଦ, ବିଜେପି ଦଳର ସମସ୍ତ ସାଂସଦ ଏବଂ କଂଗ୍ରେସ ଦଳର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନିମନ୍ତ୍ରଣ କରାଯିବ। ପରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ସଂସ୍କୃତିମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ। ଯଦି ଏହା ସତ୍ତ୍ୱେ ଦାବି ପୂରଣ ନ ହୁଏ, ତେବେ ପ୍ରୟୋଜନ ହେଲେ ପାର୍ଲାମେଣ୍ଟ ଘେରାଉ କରାଯିବ ବୋଲି ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏଥିରେ ଯୋଗଦାନ କରିବାକୁ ଚାହୁଁଥିବା ପାଇକ ଦଳମାନେ ଫୋନ୍ ନମ୍ବର ୯୪୩୭୨୮୭୮୦୬ ସହ ଯୋଗାଯୋଗ କରିବାକୁ ସଂଘ ପକ୍ଷରୁ କୁହାଯାଇଛି।

ଦିଲ୍ଲୀ ପାଇକ ବିଦ୍ରୋହ ପ୍ରଥମ ସ୍ୱାଧୀନତା ସଂଗ୍ରାମ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ୟୁଏଇର ମେରୁଦଣ୍ଡ ଭାଙ୍ଗିଲା ଇରାନ!: ସର୍ବବୃହତ ଗ୍ୟାସ କମ୍ପ୍ଲେକ୍ସ ଉପରେ ମାଡ଼ କଲା କ୍ଷେପଣାସ୍ତ୍ର

March 19, 2026

ଟ୍ରକ୍ ଧକ୍କାରେ ମୋଟରସାଇକେଲ ଚାଳକଙ୍କ ମୃତ୍ୟୁ

March 19, 2026
Latest News

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026

ମନ୍ଦିରର ୫୦୦ ମିଟର ମଧ୍ୟରେ ମାଂସ ଦୋକାନ ବନ୍ଦ: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ନିର୍ଦ୍ଦେଶ

March 19, 2026

ଏହି ୩ ଟି ଷ୍ଟେସନରେ ଟ୍ରେନଗୁଡ଼ିକର ହେଲା ପରୀକ୍ଷାମୂଳକ ରହଣି 

March 19, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ମାମଲା: ଫତୱା ଜାରି କଲା ମୁସଲିମ ପର୍ସନାଲ ଦାରୁଲ ଇଫ୍ତା

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.