ଜାନୁୟାରୀ ମାସ ପାଇଁ ଆସିଲା ନୂଆ ଗାଇଡଲାଇନ: ରାଜ୍ୟକୁ ପୁଣି ଫେରିଲା ନାଇଟ କର୍ଫ୍ୟୁ

Published: Dec 30, 2021, 8:02 pm IST

ଭୁବନେଶ୍ବର: ରାଜ୍ୟରେ ଜାନୁୟାରୀ ମାସ ପାଇଁ ନୂଆ ଗାଇଡ ଲାଇନ ଜାରି କରାଯାଇଛି। ଜାନୁୟାରୀ ୧ ତାରିଖ ଠାରୁ ଫେବୃୟାରି ୧ ତାରିଖ ପର୍ଯ୍ୟନ୍ତ ଏହି ଗାଇଡଲାଇନ ଜାରି ରହିବ। ଏହିପ୍ରରିପ୍ରେକ୍ଷୀରେ ରାଜ୍ୟର ସବୁ ସହରାଞ୍ଚଳରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗିବ। ରାତି ୧୦ ଟାରୁ ସକାଳ ୫ ଟା ଯାଏଁ ରାତ୍ରୀକାଳୀନ କର୍ଫ୍ୟୁ ବଳବତ୍ତର ରହିବ।

ସେହିଭଳି  ଭିଡ ଜନଗହଳି ଅଞ୍ଚଳକୁ ନଜର ରଖିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ହୋଇଛି। ଜନଗହଳି ଅଞ୍ଚଳରେ କରୋନା କଟକଣାକୁ ବାଧ୍ୟତାମୂଳକ କରାଯାଇଛି। ପାର୍କ, ବେଳାଭୂମି ଉପରେ ବଣଭୋଜିକୁ ବାରଣ କରାଯାଇଛି। ସମସ୍ତ ପ୍ରକାର ସାମାଜିକ ଓ ଧାର୍ମିକ ସମାବେଶକୁ ବାରଣ କରାଯାଇଛି। ରାଜନୈତିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି। ପ୍ରଦର୍ଶନୀ, ବାଣିଜ୍ୟ ମେଳା, ମେଳା ଆଦିକୁ ବାରଣ କରାଯାଇଛି। ହୋଟେଲ, ପାର୍କ, ମଲରେ ସାଂସ୍କୃତିକ ଏବଂ ନୃତ୍ୟ ଆଦି ଉପରେ କଟକଣା ଲାଗିଛି।

ଜାନୁୟାରୀ ମାସରେ ଶିକ୍ଷାନୁଷ୍ଠାନକୁ ବଣଭୋଜିକୁ ବାରଣ କରାଯାଇଛି। କୋଭିଡ ନିୟମ ଅନୁଯାୟୀ ଯାତ୍ରା, ମେଲୋଡି, ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇପାରିବ। ଯାତ୍ରାରେ ସର୍ବାଧିକ ୧ ହଜାର ଦର୍ଶକଙ୍କୁ ପ୍ରବେଶ ଅନୁମତି। ସିନେମା ହଲରେ ୫୦ ପ୍ରତିଶତ ଦର୍ଶକଙ୍କୁ ଅନୁମତି ମିଳିଥିବା ବେଳେ ଉଭୟ ଡୋଜ କିମ୍ବା ଟେଷ୍ଟ ରିପୋର୍ଟ ଦେଖାଇ ଦର୍ଶକଙ୍କୁ ପ୍ରବେଶ ଅନୁମତି ମିଳିବ।

ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟରେ ୨୫୦ ଲୋକଙ୍କୁ ଅନୁମତି ରହିଛି। ସର୍ବାଧିକ ୫୦ ଜଣଙ୍କୁ ନେଇ ବରଯାତ୍ରୀ ଶୋଭାଯାତ୍ରା କରାଯାଇପାରିବ। ନିୟମ ଉଲ୍ଲଂଘନ କଲେ ବଡ କାର୍ଯ୍ୟାନୁଷ୍ଠାନ ହେବ। କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଅମାନିଆଙ୍କ ଠାରୁ ମୋଟା ଅଙ୍କରେ ଫାଇନ ଆଦାୟ କରିବାକୁ ନିର୍ଦ୍ଦେଶ ହୋଇଛି।

Related posts