Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡିଶା ଡିଜିପି ପଦରୁ ବିଦାୟ ନେଲେ ଅଭୟ, ଦାୟିତ୍ବ ନେଲେ ସୁନୀଲ ବଂଶଲ
ବିଶେଷ ଖବର

ଓଡିଶା ଡିଜିପି ପଦରୁ ବିଦାୟ ନେଲେ ଅଭୟ, ଦାୟିତ୍ବ ନେଲେ ସୁନୀଲ ବଂଶଲ

December 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଡିଜିପି ପଦରୁ ବିଦାୟ ନେଲେ ଅଭୟ, ଦାୟିତ୍ବ ନେଲେ ସୁନୀଲ ବଂଶଲ

କଟକ: ଆଜି ଓଡିଶା ଡିଜିପି ଅଭୟ ତାଙ୍କ ପଦରୁ ଅବସର ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ନୂଆ ଡିଜିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ସୁନୀଲ ବଂଶଲ। ସୁନୀଲ ଓଡିଶା ଡିଜିପି ଭାବେ ଯୋଗ ଦେବେ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ସେହି ଅନୁସାରେ ସେ ଗତକାଲି ରାତିରେ ଭୁବନେଶ୍ବରରେ ପହଞ୍ଚି ସାରିଥିଲେ।

ଗତକାଲି ବିମାନ ବନ୍ଦରରେ ତାଙ୍କୁ ଓଡିଶା ପୋଲିସର ବରିଷ୍ଠ ଅଧିକାରୀମାନେ ସ୍ବାଗତ କରିଥିଲେ। ଆଜି କଟକ ପୋଲିସ ମୁଖ୍ୟାଳୟରେ ସେ ବିଧିବଧ ଭାବେ ଅଭୟଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ। ଏଥିସହିତ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

1987 ବ୍ୟାଚ୍ ଓଡିଶା କ୍ୟାଡରର ଆଇପିଏସ ହେଉଛନ୍ତି ସୁନୀଲ ବଂଶଲ। ସେ 1994 ମସିହାରେ ଓଡିଶା ଛାଡି କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ସେ କେନ୍ଦ୍ରରେ ବିଭିନ୍ନ ବିଭାଗରେ କାର୍ଯ୍ୟ କରିବା ପରେ ଶେଷରେ କେନ୍ଦ୍ରୀୟ ଗୁଇନ୍ଦା ବିଭାଗର ସ୍ବତନ୍ତ୍ର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ।

ଅଭୟ 2019 ମସିହା ଡିସେମ୍ବର 9 ତାରିଖରେ ସେ ଓଡିଶା ପୋଲିସ ଡିଜି ଭାବେ ନିଯୁକ୍ତି ପାଇଥିଲେ। ତାଙ୍କର କାର୍ଯ୍ୟକାଳ ସରିଯାଇଥିଲେ ମଧ୍ୟ  ଡିଜିପି ଭାବେ 2 ବର୍ଷ ରହିବା ନିମୟରେ ତାଙ୍କର କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା। ସେ ଆଜି ଡିଜିପି ପଦରୁ ବିଦାୟ ନେଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଥିଲେ।

ସେପଟେ ନୂଆ ଡିଜିପି ସୁନୀଲ ବଂଶଲ ପ୍ରାୟ 27 ବର୍ଷ ପରେ ଓଡିଶାକୁ ଫେରୁଛନ୍ତି। ସେ ଓଡିଶା କ୍ୟାଡରର ହୋଇଥିବାରୁ ବିଭିନ୍ନ ଜିଲ୍ଲା ତଥା ଅନ୍ୟ ପଦବୀରେ ରହି ସେ ପୂର୍ବରୁ ଓଡିଶାରେ କାର୍ଯ୍ୟ କରିଛନ୍ତି। ହେଲେ ଏତେ ଦିନ ବ୍ୟବଧାନ ଭିତରେ ସେ ଓଡିଶାର ଅପରାଧ ତଥା ସୁରକ୍ଷା ବ୍ୟବସ୍ଥା କିପରି ଦେଖିବେ ତାହା ବିଭିନ୍ନ ମହଲରେ ସନ୍ଦେହ ସୃଷ୍ଟି ହୋଇଛି।

ଅଭୟ କଟକ ସୁନୀଲ ବଂଶଲ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.