Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଉଚ୍ଚସ୍ତରୀୟ ବୈଠକରେ ଦେଶର ସୁରକ୍ଷା ପରିସ୍ଥିତି ସମୀକ୍ଷା କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା
ବିଶେଷ ଖବର

ଉଚ୍ଚସ୍ତରୀୟ ବୈଠକରେ ଦେଶର ସୁରକ୍ଷା ପରିସ୍ଥିତି ସମୀକ୍ଷା କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

January 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଦେଶର ସାମ୍ପ୍ରତିକ ସୁରକ୍ଷା ପରିସ୍ଥିତି ସମୀକ୍ଷା କରିଛନ୍ତି। ସେ ମଧ୍ୟ ଦେଶ ପ୍ରତି ରହିଥିବା ସମ୍ଭାବ୍ୟ ସୁରକ୍ଷା ଆହ୍ୱାନଗୁଡ଼ିକର ମୁକାବିଲା ପାଇଁ ବିଭିନ୍ନ ଅଂଶୀଦାରମାନଙ୍କ ସହିତ ବିଚାରବିମର୍ଶ କରିଛନ୍ତି।

ଦେଶର ପ୍ରମୁଖ ସୁରକ୍ଷା ଏଜେନ୍ସିଗୁଡ଼ିକର ମୁଖ୍ୟମାନେ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ। ବିଶେଷ କରି ବିଭିନ୍ନ କେନ୍ଦ୍ରୀୟ ଗୁଇନ୍ଦା ସଂସ୍ଥା, କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀ, ସେନାବାହିନୀର ଗୁଇନ୍ଦା ବିଭାଗ, ରାଜସ୍ୱ ଓ ଆର୍ଥିକ ଗୁଇନ୍ଦା ସଂସ୍ଥାର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ଏତଦବ୍ୟତୀତ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶର ପୁଲିସ ମହାନିର୍ଦ୍ଦେଶକମାନେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବୈଠକରେ ସାମିଲ ହୋଇଥିଲେ।

ଆତଙ୍କବାଦ ଓ ବିଶ୍ୱ ଆତଙ୍କବାଦୀ ଗୋଷ୍ଠୀ, ଆତଙ୍କବାଦକୁ ପାଣ୍ଠି ଯୋଗାଣ, ନିଶାଦ୍ରବ୍ୟ କାରବାର, ସଂଗଠିତ ଅପରାଧ-ଆତଙ୍କବାଦ ମଧ୍ୟରେ ରହିଥିବା ସମ୍ପର୍କ, ସାଇବର କ୍ଷେତ୍ରର ବେଆଇନ ଉପଯୋଗ, ବିଦେଶୀ ଆତଙ୍କବାଦୀଙ୍କ ଗତିବିଧି ଆଦି ବିପଦ ପ୍ରସଙ୍ଗରେ ଏହି ବୈଠକରେ ଆଲୋଚନା କରାଯାଇଥିଲା। ଆତଙ୍କବାଦ ମୁକାବିଲା ଏବଂ ସୁରକ୍ଷା ଆହ୍ୱାନର ପରିଦୃଶ୍ୟ କ୍ରମାଗତ ଭାବେ ବଦଳି ଚାଲିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସୁରକ୍ଷା ଏଜେନ୍ସିଗୁଡ଼ିକ ମଧ୍ୟରେ ଉନ୍ନତ ସମନ୍ୱୟ ଏବଂ ସହଭାଗିତା ଉପରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହା ଗୁରୁତ୍ୱାରୋପ କରିଥିଲେ।

ଅମିତ ଶାହା କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ମେଡାଲ ସମୀକ୍ଷା ସୁରକ୍ଷା ଏଜେନ୍ସି
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Latest News

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026

କଂଗ୍ରେସ ନେତା ଶଶି ଥରୁରଙ୍କ ଗାଡ଼ି ଉପରକୁ ଆକ୍ରମଣ: ସୁରକ୍ଷା କର୍ମୀ ଏବଂ ଡ୍ରାଇଭର ଆହତ

April 4, 2026

ଆମେରିକୀୟ ବାୟୁସେନାକୁ ବଡ଼ ଝଟକା!: A-10 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କଲା ଇରାନ 

April 4, 2026

IPL ରେ ‘ମହାନ ରେକର୍ଡ’ ସ୍ଥାପନ କଲା CSK: ପଛରେ ପଡିଲା RCB

April 4, 2026

ନୂତନ ଚିକିତ୍ସା ପଦ୍ଧତି ଅନ୍ୱେଷଣ ଲାଗି ଆଇଏଲଏସ ପକ୍ଷରୁ ଅନ୍ତର୍ଜାତୀୟ ସମ୍ମିଳନୀ ଆୟୋଜିତ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.