Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ବିଶେଷ ଖବର

ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସମସ୍ତ କୋଭିଡ ହସ୍‌ପିଟାଲ ପ୍ରସ୍ତୁତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 4, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ରାଜ୍ୟର ବିଭିନ୍ନ ବିଭାଗର ମୁଖ୍ୟ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କ ସହିତ କୋଭିଡ ମୁକାବିଲା ସଂପର୍କରେ ସମୀକ୍ଷା କରି କୋଭିଡ ପ୍ରସ୍ତୁତିକୁ ତ୍ବରାନ୍ବିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆସନ୍ତା ୧୦ ଦିନ ମଧ୍ୟରେ ରାଜ୍ୟର ସରକାରୀ ତଥା ବେସରକାରୀ ସମସ୍ତ କୋଭିଡ ହସ୍‌ପିଟାଲ ଗୁଡିକୁ ପ୍ରସ୍ତୁତ କରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦ୍ବିତୀୟ ଲହରୀର ସର୍ବୋଚ୍ଚ ସ୍ତରରେ ଯେତିକି ଶଯ୍ୟା ଓ ଆଇସିୟୁର ଆବଶ୍ୟକତା ହୋଇଥିଲା, ଅତି କମ୍‌ରେ ସେତିକି ପରିମାଣର ଶଯ୍ୟା ଓ ଆଇସିୟୁ ପ୍ରସ୍ତୁତ କରି ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି।

ଜନସାଧାରଣଙ୍କ ଟୀକାକରଣ ଲକ୍ଷ୍ୟ ପୂରଣ ପାଇଁ କ୍ୟାମ୍ପେନ ମୋଡ୍‌ରେ କାମ କରିବା ପାଇଁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ୧୫ ରୁ ୧୮ ବର୍ଷ ବର୍ଗର ପିଲାମାନଙ୍କ ଟୀକାକରଣ ଉପରେ ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଭୂତାଣୁ ସଂକ୍ରମଣକୁ କମ୍‌ କରିବା ପାଇଁ ଆମକୁ ଉଚିତ ମାତ୍ରାରେ କଟକଣା ଜାରି କରିବାକୁ ପଡିବ। ତେବେ ଏଥିରେ ଯେପରି ଜନସାଧାରଣଙ୍କର ଜୀବିକା ଉପରେ କୌଣସି ପ୍ରଭାବ ନ ପଡେ, ସେଥିପ୍ରତି ଧ୍ୟାନ ଦେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ଦେଶରେ ଓମିକ୍ରନ୍‌ ଭାରିଆଣ୍ଟ ଦ୍ରୁତ ଗତିରେ ସଂକ୍ରମଣ କରୁଛି। ଅଳ୍ପ ଦିନ ମଧ୍ୟରେ ରୋଗୀଙ୍କ ସଂଖ୍ୟା ଦୁଇ ଗୁଣ ହୋଇଯାଉଛି। ଦେଶରେ ଖୁବ ଶୀଘ୍ର ଲକ୍ଷ ଲକ୍ଷ ସଂଖ୍ୟାରେ କୋଭିଡ ରୋଗୀ ସଂକ୍ରମଣ ଦେଖା ଦେଇପାରେ। ଓଡିଶାରେ ମଧ୍ୟ ଓମିକ୍ରନ ରୋଗୀଙ୍କ ସଂଖ୍ୟା ବଢିବା ଆରମ୍ଭ ହୋଇଛି। ତେଣୁ ଜନସାଧାରଣଙ୍କୁ ବିଶେଷ ଅସୁବିଧାରେ ନ ପକାଇ କୋଭିଡର ଉତ୍ତମ ପରିଚାଳନା ପାଇଁ ଆମକୁ ତୁରନ୍ତ ପଦକ୍ଷେପ ନେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇ କହିଥିଲେ।

ଗତ ସପ୍ତାହ ସମୀକ୍ଷା ବୈଠକରେ କେତେକ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟକାରୀ କରିବାପାଇଁ ନିଷ୍ପତ୍ତି ହୋଇଥିଲା ବୋଲି ପ୍ରକାଶ କରି ଏଗୁଡିକର କାର୍ଯ୍ୟାନ୍ବୟନ ପାଇଁ ମୁଖ୍ୟ ଶାସନ ସଚିବ ପ୍ରତିଦିନ ସମୀକ୍ଷା ବୈଠକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଗତ ଲହରୀ ସମୟରେ ଅକ୍‌ସିଜେନ ପରିଚାଳନା, ସୂଚନା ଅଭିଯାନ, ଟ୍ରେନିଂ ମଡ୍ୟୁଲ ଆଦି ବ୍ୟବସ୍ଥା କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ବ ଦିଆଯାଇଥିଲା। ବର୍ତ୍ତମାନ ପୁଣି ଅଧିକାରୀ ମାନଙ୍କର ବିଭିନ୍ନ ମନିଟରିଂ ଗ୍ରୁପ ଓ ଜିଲ୍ଲାସ୍ତରୀୟ ଅବ୍‌ଜରଭର ବ୍ୟବସ୍ଥା କୁ ପୁନଃ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଯେହେତୁ ଏହି ଲହରୀରେ ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାର ସମ୍ଭାବନା ରହିଛି, ତେଣୁ ସବୁ ବ୍ୟବସ୍ଥା ତୁରନ୍ତ କାର୍ଯ୍ୟକାରୀ କରିବାର ଆବଶ୍ୟକତା ଅଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସତର୍କ ରହିବା ସହିତ ସମସ୍ତ କୋଭିଡ ନିୟମକୁ ପାଳନ କରିବା ଏବଂ ଦାୟିତ୍ବରେ ଥିବ ଅଧିକାରୀ ମାନଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ ଙ୍କୁ ନିବେଦନ କରିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପଦକ୍ଷେପ ନେବା ପାଇଁ ସମସ୍ତ ସଂପୃକ୍ତ ପଦାଧିକାରୀ ଓ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯିବ। ବରିଷ୍ଠ ଅଧିକାରୀମାନେ ଜିଲ୍ଲାକୁ ଗସ୍ତ କରି ଜିଲ୍ଲାସ୍ତରରେ ପରିସ୍ଥିତିର ସମୀକ୍ଷା କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ବ୍ୟବସ୍ଥା କରିବେ ବୋଲି ସେ କହିଥିଲେ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ. ଶର୍ମା ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ। ସେ କହିଥିଲେ ଯେ ଓଡିଶାରେ ଓମିକ୍ରନର ସଂକ୍ରମଣ ସଂପର୍କରେ ସତର୍କ ଦୃଷ୍ଟି ରଖାଯାଇଛି ଏବଂ ବିଦେଶାଗତ ଲୋକମାନଙ୍କର ନିୟମିତ ପରୀକ୍ଷା କରାଯାଉଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବଶୀଘ୍ର ଚିକିତ୍ସା ପ୍ରୋଟୋକଲ (Treatment Protocol) ପ୍ରସ୍ତୁତ କରାଯିବ ବୋଲି ସେ ସୂଚନା ଦେଇଥିଲେ। ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ଶଯ୍ୟା ଓ ଅକ୍‌ସିଜେନ ମହଜୁଦ ରହିଛି ବୋଲି ସେ କହିଥିଲେ।

ପୋଲିସ ଡିଜି ସୁନିଲ ବଂଶଲ ରାଜ୍ୟରେ ଲୋକଙ୍କ ସହଯୋଗରେ କଟକଣା ଗୁଡିକର ଅନୁପାଳନ କରାଯାଉଛି ଓ ଆଗାମୀ ଦିନରେ ଏହାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କୋଭିଡ କଟକଣା ପାଳନ ସମୟରେ ଘର ଭିତର ଓ ବାହାର (Indoor ଓ Outdoor)ରେ ଲୋକଙ୍କ ଭିଡ ଉପରେ ନଜର ରଖିବା ପାଇଁ ମତ ଦେଇଥିଲେ। ଯେଉଁ ପଦକ୍ଷପ ଦ୍ବାରା କୋଭିଡ ସଂକ୍ରମଣର ନିୟନ୍ତ୍ରଣ ହୋଇପାରିବ, ତା ଉପରେ ଧ୍ୟାନ ଦେବାକୁ ସେ କହିଥିଲେ।

ବୈଠକରେ ସୁନ୍ଦରଗଡ, ବଲାଙ୍ଗୀର, ଗଞ୍ଜାମ ଓ ବାଲେଶ୍ବର ଜିଲ୍ଲାର ଜିଲ୍ଲାପାଳ ତଥା ବିଏମସି ଓ ସିଏମସିର କମିଶନର ମାନେ ସେମାନଙ୍କ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷପ ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ।

ବୈଠକରେ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଯୋଗ ଦେଇଥିଲେ।

କୋଭିଡ଼ ହସ୍ପିଟାଲ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

ପାରାଦୀପ ବନ୍ଦରରେ ମାଲବାହୀ ଜାହାଜ ‘ଏମ୍‌ଟି ୟୁନିଟି’ ଆରେଷ୍ଟ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

September 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ପ୍ରିନ୍ସ ରହିମ୍ ଆଗା ଖାନ୍ ପଞ୍ଚମ

September 11, 2026

ସେପ୍ଟେମ୍ବର ୧୧ ରାଶିଫଳ: ଆଜି ତିନୋଟି ରାଶି ପାଇଁ ଆର୍ଥିକ ଲାଭ ସମ୍ଭାବନା

September 11, 2026

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.