Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୁବନେଶ୍ୱରରରେ ବିଡିଏ କରିବ ୪୫ ଟି ଟାଉନ୍ ପ୍ଲାନିଂ ସ୍କିମ, ଜାଣନ୍ତୁ କେଉଁଠି ହେବ
ବିଶେଷ ଖବର

ଭୁବନେଶ୍ୱରରରେ ବିଡିଏ କରିବ ୪୫ ଟି ଟାଉନ୍ ପ୍ଲାନିଂ ସ୍କିମ, ଜାଣନ୍ତୁ କେଉଁଠି ହେବ

January 5, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ୱରରରେ ବିଡିଏ କରିବ ୪୫ ଟି ଟାଉନ୍ ପ୍ଲାନିଂ ସ୍କିମ, ଜାଣନ୍ତୁ କେଉଁଠି ହେବ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୁପକ୍ଷ (ବି.ଡି.ଏ)ର ବିଭିନ୍ନ ଅଂଚଳରେ ଟାଉନ୍ ପ୍ଲାନିଂ ସ୍କିମ୍ର ଲୋକପ୍ରିୟତା ଯୋଗୁ ଏଥିରେ ବିଶେଷ ଅଗ୍ରଗତି ପରିଲକ୍ଷିତ ହୋଇଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହା ଜଣାପଡିଛି।

ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ୍ ମୋଡ୍ ରେ ଅନୁଷ୍ଠିତ ଏହି ବୈଠକରେ ବି.ଡି.ଏର ଉପାଧ୍ୟକ୍ଷ ସଂଜୟ କୁମାର ସିଂ ଟାଉନ୍ ପ୍ଲାନିଂ ସ୍କିମ୍ କାର୍ଯ୍ୟାନ୍ୱୟନ ସମ୍ବନ୍ଧିତ ପ୍ରଶାସନିକ ଏବଂ ଆର୍ଥିକ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ।

ସ୍କିମର ଅଗ୍ରଗତି ସମୀକ୍ଷାକରି ପ୍ରତି ଟାଉନ୍ ପ୍ଲାନିଂ ଅଂଚଳରେ ଗମନାଗମନ, ପାନୀୟଜଳ ଯୋଗାଣ, ବିଦ୍ୟୁତ୍ ଯୋଗାଣ ଆଦି ନିମନ୍ତେ ଉତ୍ତମ ଭିତ୍ତିଭୂମି ନିଶ୍ଚିତ କରାଇବା ପାଇଁ ମୁଖ୍ୟ ଶାସନ ସଚିବ ମହାପାତ୍ର ସଂପୃକ୍ତ ବିଭାଗ ଓ ସଂସ୍ଥାମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପ୍ରତି ସ୍କିମ୍ ଅଂଚଳରେ ମୁଖ୍ୟ ରାସ୍ତା ଗୁଡ଼ିକୁ ପୁର୍ତ୍ତ ବିଭାଗ ଏବଂ ଭିତର ରାସ୍ତାଗୁଡ଼ିକୁ ବି.ଡି.ଏ ନିର୍ମାଣ କରିବେ ବୋଲି ବୈଠକରେ ସ୍ଥିର ହୋଇଥିଲା। ଜଳ ଯୋଗାଣ ଏବଂ ନର୍ଦ୍ଦମା ପରିଚାଳନା ନିମନ୍ତେ ଦୂରଦର୍ଶୀ ଉପଯୁକ୍ତ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଓ୍ୱାଟ୍କୋଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ସ୍କିମ୍ ଅଂଚଳ ମାନଙ୍କରେ ଗୁଣାତ୍ମକ ବିଦ୍ୟୁତ ଯୋଗାଣ ନିମନ୍ତେ ସବିଶେଷ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବା ପାଇଁ ଶ୍ରୀ ମହାପାତ୍ର ଟାଟା ପାଓ୍ୱାର କେନ୍ଦ୍ରୀୟ ବିତରଣ କଂପାନୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ସମସ୍ତ କାର୍ଯ୍ୟ ସମୟାନୁବନ୍ଧିତ ଭାବେ ପୂର୍ଣ୍ଣାଙ୍ଗ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ।

ବି.ଡି.ଏ ଉପାଧ୍ୟକ୍ଷ ସଂଜୟ ସିଂ କହିଥିଲେ ଯେ ଭୁବନେଶ୍ୱର ଦୃତ ବର୍ଦ୍ଧିଷ୍ଣୁ ସ୍ଥିତି ଦୃଷ୍ଟିରୁ ବି.ଡି.ଏଦ୍ୱାରା ୪୫ ଟି ଟାଉନ୍ ପ୍ଲାନିଂ ସ୍କିମ୍ କରିବା ପାଇଁ ପ୍ରସ୍ତାବ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୪ ଟି ସ୍କିମ୍ ଆରମ୍ଭ କରାଯାଇଛି ଏବଂ କ୍ଷେତ୍ରସ୍ତରୀୟ କାର୍ଯ୍ୟାନ୍ୱୟନ ତ୍ୱରାନ୍ୱିତ ହୋଇଛି ।

ଏହା ବ୍ୟତିତ ଅନ୍ୟ ୯ ଟି ସ୍କିମ୍ର ପ୍ରାରମ୍ଭିକ ପ୍ରସ୍ତୁତି କାମ ମଧ୍ୟ ତ୍ୱରାନ୍ୱିତ ହୋଇଛି । ସ୍କିମ୍ ନମ୍ବର-୧,୨,୩, ଏବଂ ୪ ରେ କ୍ଷେତ୍ରସ୍ତରୀୟ ସର୍ଭେ, ଜମି ଏକତ୍ରୀକରଣ, ସଂଶୋଧିତ ଜମି ପଟ୍ଟା ପ୍ରସ୍ତୁତି ଏବଂ ବଣ୍ଟନ କାର୍ଯ୍ୟ ଚାଲିଛି । ଆସନ୍ତା ୧ ରୁ ୨ ମାସ ମଧ୍ୟରେ ସମସ୍ତ ସଂଶୋଧିତ ପଟ୍ଟା ଯୋଗାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଥିଲେ ।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି, ଟଉନ୍ ପ୍ଲାନିଂ ସ୍କିମ୍-୧ ସହଜପୁର, ନାରୋଗଦା, ସିଜୁପୁଟ ଏବଂ ପାଇକରାପୁର ମୌଜାରେ କରାଯାଉଛି । ସେହିପରି ସ୍କିମ୍-୨ ତମାଣ୍ଡୋ ଏବଂ ବିଜିପୁର ମୌଜା; ସ୍କିମ୍-୩ ନୂଆାଗାଁ ଓ ପାଇକରାପୁର; ଏବଂ, ସ୍କିମ୍-୪ ଶ୍ୟାମସୁନ୍ଦରପୁର ମୌଜାରେ କରାଯାଉଛି । ଏହି ୪ଟି ସ୍କିମ୍ ସମୁଦାୟ ୧୬୦୦ ଏକର ଜମି ଉପରେ କରାଯାଉଛି । ଏସବୁରେ ପ୍ରାୟ ୧.୫୦ ଲକ୍ଷରୁ ଅଧିକ ଲୋକ ବସବାସ କରିପାରିବେ ।

ପ୍ରାରମ୍ଭିକ ଆକଳନ ଅନୁସାରେ ଏହି ୪ଟି ସ୍କିମ୍ର ବିକାଶ ପାଇଁ ପ୍ରାୟ ୭୪୯ କୋଟି ଟଙ୍କାର ବିନିଯୋଗ କରାଯିବ । ମୌଳିକ ଭିତ୍ତିଭୂମି ସୃଷ୍ଟିକରାଯିବା ପରେ ଏହି ସ୍କିମ୍ ଗୁଡ଼ିକ ନିଜେ ନିଜ ପାଇଁ ରାଜସ୍ୱ ସୃଷ୍ଟି କରିବା ନିମନ୍ତେ ସମର୍ଥ ହେବେ ବୋଲି ଉପାଧ୍ୟକ୍ଷ ଶ୍ରୀ ସିଂ ଜଣାଇଥିଲେ ।

ନଗର ଏବଂ ଗୃହ ଉନ୍ନୟନ ପ୍ରମୁଖ ଶାସନ ସଚିବ ଜି. ମାଥିଭାଥାନନ୍, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ପଂଚାୟତି ରାଜ ଏବଂ ପାନୀୟ ଜଳଯୋଗାଣ ପ୍ରମୁଖ ଶାସନ ସଚିବ ଅଶୋକ କୁମାର ମୀନା, ବି.ଡି.ଏ ର ଯୋଜନା ସଦସ୍ୟ ଗୌରୀଶଙ୍କର ଭୂୟାଁଙ୍କ ସମେତ ସଂପୃକ୍ତ ବିଭାଗ ଓ ସଂସ୍ଥାର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।

bda bhubaneswar ସଂଜୟ କୁମାର ସିଂ ସୁରେଶ ଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.