Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର କଟକିଆଙ୍କୁ ମିଳିବ ୨୪ ଘଣ୍ଟିଆ ପାଇପ ପାଣି, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦୁଇଟି ଜୋନ ଲୋକାର୍ପିତ
ବିଶେଷ ଖବର

ଏଥର କଟକିଆଙ୍କୁ ମିଳିବ ୨୪ ଘଣ୍ଟିଆ ପାଇପ ପାଣି, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦୁଇଟି ଜୋନ ଲୋକାର୍ପିତ

January 6, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଥର କଟକିଆଙ୍କୁ ମିଳିବ ୨୪ ଘଣ୍ଟିଆ ପାଇପ ପାଣି, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦୁଇଟି ଜୋନ ଲୋକାର୍ପିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦ ହଜାର ପରିବାରର ୭ ଲକ୍ଷ ଲୋକ ଉପକୃତ ହୋଇଛନ୍ତି । ଏଥିପାଇଁ ୭୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରି କହିଲେ ଯେ କଟକ ସହିତ ରାଜ୍ୟର ୬୦ଟି ସହରର ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଦିଆଯାଇଛି। ଖୁବଶୀଘ୍ର ରାଜ୍ୟର ସମସ୍ତ ୧୧୪ଟି ସହରରେ ସବୁ ପରିବାରକୁ ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଟକର ଦୁଇଟି ଜୋନ୍‌ରେ Drink from Tap କାର୍ଯ୍ୟକ୍ରମର ଉଦ୍‌ଘାଟନ କରିବା ସହିତ ସାରା ସହର ପାଇଁ Drink from Tap କାର୍ଯ୍ୟକ୍ରମ ପାଇଁ ଭିତ୍ତିସ୍ଥାପନ କରିଥିଲେ । ଏହି କାର୍ଯ୍ୟକ୍ରମ ପାଇଁ ୩୬୦ କୋଟି ଟଙ୍କା ବିନିଯୋଗ କରାଯିବ। ଡିସେମ୍ବର ୨୦୨୩ ସୁଦ୍ଧା ପୁରା ସହରକୁ Drink from Tap କାର୍ଯ୍ୟକ୍ରମ ଜରିଆରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ କହିଥିଲେ ଯେ, ରାଜ୍ୟ ସରକାରଙ୍କ ୫-ଟି ଆଭିମୁଖ୍ୟରେ ଆରମ୍ଭ ହୋଇଥିବା ଆମର ଏହି କାର୍ଯ୍ୟକ୍ରମ କେବଳ ସାରା ଦେଶ ନୁହେଁ, ସାରା ପୃଥିବୀର ବିକାଶଶୀଳ ରାଷ୍ଟ୍ରମାନଙ୍କ ପାଇଁ ଏକ ରୋଲ ମଡେଲ ହୋଇପାରିଛି। ଏହି କାର୍ଯ୍ୟକ୍ରମ ପାନୀୟ ଜଳ ଯୋଗାଣ ପାଇଁ ହୋଇଥିବା ଜାତୀୟ ନୀତିରେ ମଧ୍ୟ ଅନୁସୃତ ହୋଇଛି ଏବଂ ଅମୃତ ୨.୦ରେ ସାମିଲ ମଧ୍ୟ ହୋଇଛି ବୋଲି ସେ କହିଥିଲେ।

ଏହାସହିତ ମୁଖ୍ୟମନ୍ତ୍ରୀ ୪୩୦ କୋଟି ଟଙ୍କାରେ ନିର୍ମିତ ୩ଟି Water Treatment Plantର ଉଦ୍‌ଘାଟନ ମଧ୍ୟ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଭଲ ପିଇବା ପାଣି ଆମ ସମସ୍ତଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ବିଶୁଦ୍ଧ ଓ ନିରାପଦ ପାନୀୟ ଜଳ ଯୋଗାଇ ଦେବାରେ ଆମର ଉଦ୍ୟମ ଜନସାଧାରଣଙ୍କ ଉତ୍ତମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବହୁତ ଗୁରୁତ୍ବପୂର୍ଣ୍ଣ ବୋଲି ସେ କହିଥିଲେ ।ଏହି ଅବସରରେ କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂପର୍କରେ ଜନସାଧାରଣଙ୍କୁ ସତର୍କ କରି ମୁଖ୍ୟମନ୍ତ୍ରୀ ସେମାନଙ୍କୁ କୋଭିଡ ନିୟମ ମାନିବା ପାଇଁ ଅନୁରୋଧ କରିଥିଲେ ।

କାର୍ଯ୍ୟକ୍ରମରେ ଯୋଗ ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଲେ ଯେ ମୁଖ୍ୟମନ୍ତ୍ରୀ କଟକ ସହରର ବିକାଶ ପାଇଁ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି ଏବଂ ସବୁ କାର୍ଯ୍ୟକ୍ରମ ପାଇଁ ତୁରନ୍ତ ବ୍ୟବସ୍ଥା କରିଆସିଛନ୍ତି । ୨୦୨୨ରେ କଟକରେ ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ଲୋକାର୍ପିତ ହେବ ଏବଂ କଟକ ସହରର ବିକାଶ କ୍ଷେତ୍ରରେ ଏକ ନୂଆ ଯୁଗ ଆରମ୍ଭ ହେବ ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ୍ ସ୍ବାଗତ ଭାଷଣ ଦେଇଥିଲେ ଏବଂ କଟକ ମ୍ୟୁନିସପାଲ କମିଶନର ଅନନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ସାଂସଦ ସୁବାସ ସିଂହ, ବିଧାୟକ ଚନ୍ଦ୍ରସାରଥୀ ବେହେରା, ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

କଟକ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

ଅଧର୍ମ, କୁଧର୍ମ ଓ ପରଧର୍ମ ମଧ୍ୟରେ କ’ଣ ରହିଛି ପାର୍ଥକ୍ୟ? ଏହି ପୌରାଣିକ କଥାରୁ ବୁଝନ୍ତୁ ବିବିଧତା

October 20, 2025

ତୃତୀୟ ନନ୍ଦ କିଶୋର ପଟ୍ଟନାୟକ ସ୍ମାରକୀ ଅଲ୍ ଓଡିଶା ମହିଳା ଫୁଟବଲ ପ୍ରତିଯୋଗିତା

October 20, 2025

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲର ଆଜି ଶେଷ ଦିନ

October 20, 2025
Latest News

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025

ବାଣ ଫୁଟାଇବାର ଜୋରଦାର ଶବ୍ଦ ହୃଦଘାତର କାରଣ ହୋଇପାରେ?: ଏଭଳି ନିଅନ୍ତୁ ଯତ୍ନ

October 20, 2025

ଦୀପାବଳିରେ ଉପହାର ଦିଅନ୍ତୁ ଫାସ୍‌ଟ୍ୟାଗ ବାର୍ଷିକ ପାସ୍

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.