Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକ ରେଳ ଷ୍ଟେସନ ଦ୍ଵିତୀୟ ପ୍ରବେଶ ଉନ୍ନତିକରଣର ଶିଳାନ୍ୟାଶ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ 
ବିଶେଷ ଖବର

କଟକ ରେଳ ଷ୍ଟେସନ ଦ୍ଵିତୀୟ ପ୍ରବେଶ ଉନ୍ନତିକରଣର ଶିଳାନ୍ୟାଶ କଲେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ 

January 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କେନ୍ଦ୍ର ରେଳ, ଇଲେକ୍ଟ୍ରୋନିକ୍ସ ଏବଂ ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସକାଳେ କଟକ ରେଳ ଷ୍ଟେସନର ଦ୍ୱିତୀୟ ପ୍ରବେଶ ଏବଂ ପରୀକ୍ଷେତ୍ରର ବିକାଶ ପାଇଁ ଶିଳାନ୍ୟାଶ କରିଛନ୍ତି।

କଟକ ଷ୍ଟେସନ ଦ୍ଵିତୀୟ ପ୍ରବେଶ ଓ ପରୀକ୍ଷେତ୍ରର ବିକାଶ କାର୍ଯ୍ୟ ମଧ୍ୟରେ ଦୁଇ/ ତିନି / ଚାରି ଚକିଆ ଯାନ ପାଇଁ ପାର୍କିଂ, ପିକଅପ୍ ଏବଂ ଡ୍ରପ୍ ପଏଣ୍ଟ, ଆମ୍ବୁଲାନ୍ସ ପାଇଁ ପାର୍କିଂ, ଭିଆଇପି ଯାନ ଇତ୍ୟାଦି ସୁବିଧା ଥିବାବେଳେ ଚୌଡା ଆପ୍ରୋଚ୍ ରୋଡ୍ ଅନ୍ତର୍ଭୁକ୍ତ।

କଟକ ରେଳ ଷ୍ଟେସନ ଠାରେ ଅନୁଷ୍ଠିତ ଏହି ଉତ୍ସବରେ ମାନ୍ୟବର ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଆଭାସୀ ମାଧ୍ୟମରେ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିବାବେଳେ ମାନ୍ୟବର ବିଧାୟକ ସୌଭିକ ବିଶ୍ୱାଳ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି କଟକ ରେଳ ଷ୍ଟେସନ ଉନ୍ନତି ପାଇଁ ବକ୍ତବ୍ଯରେ ରେଳ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

ଉପସ୍ଥିତ କଟକର ଜନସାଧାରଣଙ୍କୁ ଉଦବୋଧନ ଦେଇ ଶ୍ରୀ ବୈଷ୍ଣବ କହିଲେ ରେଳ ମନ୍ତ୍ରଣାଳୟ କଟକ ଷ୍ଟେସନର ବିକାଶ ପାଇଁ ପ୍ରତିବଦ୍ଧ। ଏହାର ଉନ୍ନତିକରଣ ପାଇଁ ପାଣ୍ଠି ପ୍ରତିବନ୍ଧକ ହେବ ନାହିଁ। ନିର୍ମାଣ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶିଳାନ୍ୟାଶ ପରେ ଶ୍ରୀ ବୈଷ୍ଣବ କଟକ ରେଳ ଷ୍ଟେସନ ନିରୀକ୍ଷଣ କରି ଷ୍ଟେସନରେ ପ୍ରଦାନ କରାଯାଇଥିବା ବିକାଶମୂଳକ କାର୍ଯ୍ୟ ତଥା ସୁବିଧା ବିଷୟରେ ପଚାରି ବୁଝିଥିଲେ।

ପୂର୍ବ ତଟ ଏବଂ ଦକ୍ଷିଣ ପୂର୍ବ ରେଳପଥର ମହାପ୍ରବନ୍ଧକ ଅର୍ଚ୍ଚନା ଯୋଶୀ ତାଙ୍କ ପ୍ରାରମ୍ଭିକ ଅଭିଭାଷଣରେ ପୂର୍ବ ତଟ ରେଳପଥ ପ୍ରଦର୍ଶନ କରିଥିବା ସଫଳତା ଉପରେ ଆଲୋକପାତ କରିଥିଲେ। ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ ରେଳବାଇ ପ୍ରବନ୍ଧକ ରିଙ୍କେଶ ରାୟ ଧନ୍ୟବାଦ ଅର୍ପଣ କରିଥିଲେ।

କଟକ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ସଂକଟର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ୪୦ରୁ ଅଧିକ ଦେଶ ଶକ୍ତି ସଞ୍ଚୟ ପାଇଁ ନେଲେ ପଦକ୍ଷେପ

May 12, 2026

ମାତୃତ୍ଵ ଲାଭ ପରେ ପୁଣି ଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ମହିଳାଙ୍କୁ ସଶକ୍ତ କରିଛି ଜିଓ

May 12, 2026

ଜୁଲାଇ ପହିଲାରୁ ଭିବି – ଜି ରାମ ଜି ଆଇନ୍

May 12, 2026

ସୁନା ମୂଲ୍ୟରେ ସବୁଠାରୁ ବଡ଼ ହ୍ରାସ କେବେ ଘଟିଥିଲା ? ଜାଣନ୍ତୁ ସୁନାର ମୂଲ୍ୟ ହ୍ରାସର ଇତିହାସ ବିଷୟରେ

May 12, 2026
Latest News

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.