Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଳିଲା ଘର ମରାମତି ସହାୟତା: ହିତାଧିକାରୀମାନଙ୍କ ମୁହଁରେ ହସ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ
ବିଶେଷ ଖବର

ମିଳିଲା ଘର ମରାମତି ସହାୟତା: ହିତାଧିକାରୀମାନଙ୍କ ମୁହଁରେ ହସ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

January 7, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ସହାୟତା ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

ସୂଚନାଯୋଗ୍ୟ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି । ଗତ ଡିସେମ୍ବର ୨୧ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି କରାଯାଇଥିଲା। ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ଆଜି ହିତାଧିକାରୀ ମାନଙ୍କୁ ସହାୟତା ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ। ୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍‌କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ ଆମେ କାମ କରୁଛୁ। ୨୦୧୪ରୁ ଆଜି ପର୍ଯ୍ୟନ୍ତ ଆମେ ୩୧ ଲକ୍ଷ ପରିବାରକୁ ପକ୍‌କା ଘର ଯୋଗାଇ ଦେଇଛୁ। ରାଜ୍ୟର ଶେଷ କଚ୍ଚା ଘରକୁ ପକ୍‌କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଘର ସହ ଘର ମରାମତି ମଧ୍ୟ ଗୁରୁତ୍ବପୂର୍ଣ୍ଣ। ତେଣୁ ଘରର ମରାମତି ପାଇଁ ଆଜି ୩୦୦୦ ଟଙ୍କା ଲେଖାଏ ସହାୟତା ଦିଆଗଲା। ସବୁ ଗ୍ରାମୀଣ ପକ୍‌କା ଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ ବୋଲି ସେ କହିଥିଲେ।

କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନଥିବା ବିଷୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଫନି ବାତ୍ୟା ସମୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା। ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି। ମୁଁ ମଧ୍ୟ ଏ ବିଷୟରେ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଆସୁଛି। ତା ସହିତ ଆମର ଦକ୍ଷିଣ ଓ ପଶ୍ଚିମ ଓଡିଶାର ଜନଜାତି ଭାଇଭଉଣୀମାନେ ମଧ୍ୟ କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଚାହିଁ ରହିଛନ୍ତି। ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗା ଘରେ ରହୁଛନ୍ତି, ତାର ମରାମତି ପାଇଁ ୫୦୦୦ ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଆମେ ସଂଗ୍ରହ କରୁଛୁ ଏବଂ ଖୁବଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି। ମୋ ରାଜ୍ୟର ଲୋକମାନଙ୍କୁ ମୁଁ କେବେ ବି ଅବହେଳାର ଶିକାର ହେବାକୁ ଦେବିନାହିଁ । ଘର ନ ଥିବା ଗରିବ ଲୋକଙ୍କୁ ଯଦି କେନ୍ଦ୍ର ସରକାର ସାହାଯ୍ୟ ନ କରେ, ତେବେ ଆପଣଙ୍କ ରାଜ୍ୟ ସରକାର ଆପଣଙ୍କ ସାଥିରେ ଅଛି ବୋଲି ସେ ଲୋକମାନଙ୍କୁ ଭରସା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଘର ଆମର ପରିଚୟ, ଆମର ସ୍ବାଭିମାନ। ତେଣୁ ଲୋକଙ୍କ ଆଶ୍ରୟ ସୁରକ୍ଷାକୁ ପ୍ରାଥମିକତା ଦେଇ ସମସ୍ତଙ୍କ ମୁଣ୍ଡ ଉପରେ ଏକ ସୁନ୍ଦର ଛାତ ଟିଏ ରଖିବା ଆମର ଲକ୍ଷ୍ୟ। ଏଥିପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ କରୋନା ମହାମାରୀର ଆର୍ଥିକ ଦୁଃସ୍ଥିତି ସମୟରେ ୧୨ ଲକ୍ଷ ୨୫ ହଜାର ପରିବାର ପ୍ରଧାନମନ୍ତ୍ରୀ ଆବାସ୍ ଯୋଜନା (ଗ୍ରାମୀଣ)ରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘର ପାଇନାହାନ୍ତି। ଏହି ପରିବାର ମାନେ ବର୍ତ୍ତମାନ ଯେଉଁ ଘରେ ରହୁଛନ୍ତି, ତାର ମରାମତି ପାଇଁ ବିଜୁ ପକ୍କା ଘର ଯୋଜନାରୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ account detail collection ଚାଲିଛି ଵୋଲି ଜଣାଯାଇଛି।

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ଗାଁର ଗରିବ ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ନିର୍ଦ୍ଦେଶ ଦେଇଆସିଛନ୍ତି। ଆଜି ଘର ମରାମତି ପାଇଁ ମଧ୍ୟ ସହାୟତା ଦିଆଗଲା। ଏହା ମୁଖ୍ୟମନ୍ତ୍ରୀଙ୍କ ଦରଦୀ ହୃଦୟର ପରିଚୟ ଦିଏ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ କରିବା ସମୟରେ ଗଞ୍ଜାମର ସବିତା ଭୂୟାଁ, କଳାହାଣ୍ଡିର ବିମଳା ମାଝୀ ଓ ଆହୁରି ଅନେକ ହିତାଧିକାରୀମାନେ କହିଥିଲେ ଯେ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସୁବିଧା ଅସୁବିଧା ସମୟରେ ସାହାଯ୍ୟ ପାଇ ଆସିଛନ୍ତି। ଏହି ସହାୟତା ସେମାନଙ୍କ ଘରକୁ ଆହୁରି ଦୀର୍ଘସ୍ଥୟୀ କରିବ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପଞ୍ଚାୟତି ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ରାଜ୍ୟ ମନ୍ତ୍ରୀମଣ୍ଡଳ ଅବଦଳବଦଳ ନେଇ ଆସିଲା ବଡ ଖବର, ପ୍ରଭାରୀଙ୍କ ମନ୍ତବ୍ୟ ପରେ ବଢିଲା ଚର୍ଚ୍ଚା

September 14, 2025
Latest News

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 14, 2025

ସମ୍ବଲପୁରରେ “ସ୍ଵଚ୍ଛତା ହିଁ ସେବା- ୨୦୨୫” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.