Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମିଳିଲା ଘର ମରାମତି ସହାୟତା: ହିତାଧିକାରୀମାନଙ୍କ ମୁହଁରେ ହସ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ
ବିଶେଷ ଖବର

ମିଳିଲା ଘର ମରାମତି ସହାୟତା: ହିତାଧିକାରୀମାନଙ୍କ ମୁହଁରେ ହସ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

January 7, 2022No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ଘର ପାଇଥିବା ହିତାଧିକାରୀ ମାନଙ୍କୁ ୩୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରିଛନ୍ତି। ରାଜ୍ୟର ସମୁଦାୟ ୩୧ ଲକ୍ଷ ପରିବାରକୁ ୧୪୪୪ କୋଟି ଟଙ୍କାର ସହାୟତା ଦିଆଯାଇଛି। ଏହି ସହାୟତା ହିତାଧିକାରୀମାନଙ୍କୁ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯାଇଛି।

ସୂଚନାଯୋଗ୍ୟ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ଗୃହ ନିର୍ମାଣ ଯୋଜନାର ହିତାଧିକାରୀମାନଙ୍କୁ ଘର ମରାମତି ପାଇଁ ଆର୍ଥିକ ସହାୟତା ଦିଆଯାଉଛି । ଗତ ଡିସେମ୍ବର ୨୧ ତାରିଖ ଦିନ ରାଜ୍ୟ କ୍ୟାବିନେଟ୍‌ରେ ଘର ମରାମତି ସହାୟତା ବିଷୟରେ ନିଷ୍ପତ୍ତି କରାଯାଇଥିଲା। ନିଷ୍ପତ୍ତିର ୧୫ ଦିନ ମଧ୍ୟରେ ଆଜି ହିତାଧିକାରୀ ମାନଙ୍କୁ ସହାୟତା ଦିଆଯାଇଛି।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଲୋକଙ୍କୁ ଦେଇଥିବା କଥା ଆମେ ରଖିଛୁ। ୨୦୧୪ରେ ରାଜ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ରାଜ୍ୟର ସବୁ କଚ୍ଚା ଘରକୁ ପକ୍‌କା ଘର କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟବାସୀଙ୍କୁ ଦେଇଥିବା କଥା ଅନୁଯାୟୀ ଆମେ କାମ କରୁଛୁ। ୨୦୧୪ରୁ ଆଜି ପର୍ଯ୍ୟନ୍ତ ଆମେ ୩୧ ଲକ୍ଷ ପରିବାରକୁ ପକ୍‌କା ଘର ଯୋଗାଇ ଦେଇଛୁ। ରାଜ୍ୟର ଶେଷ କଚ୍ଚା ଘରକୁ ପକ୍‌କା ନ କରିବା ପର୍ଯ୍ୟନ୍ତ ଆମର ଉଦ୍ୟମ ଜାରି ରହିବ।

ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଘର ସହ ଘର ମରାମତି ମଧ୍ୟ ଗୁରୁତ୍ବପୂର୍ଣ୍ଣ। ତେଣୁ ଘରର ମରାମତି ପାଇଁ ଆଜି ୩୦୦୦ ଟଙ୍କା ଲେଖାଏ ସହାୟତା ଦିଆଗଲା। ସବୁ ଗ୍ରାମୀଣ ପକ୍‌କା ଘର ଯୋଜନାର ହିତାଧିକାରୀମାନେ ଏହି ସହାୟତା ପାଇବେ ବୋଲି ସେ କହିଥିଲେ।

କେନ୍ଦ୍ର ଯୋଜନାରେ ଲୋକଙ୍କୁ ଘର ମିଳୁ ନଥିବା ବିଷୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଫନି ବାତ୍ୟା ସମୟରେ ରାଜ୍ୟର ୧୪ଟି ଜିଲ୍ଲାରେ ବହୁ ଲୋକଙ୍କ ଘର ଭାଙ୍ଗି ଯାଇଥିଲା। ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଅପେକ୍ଷା କରି ରହିଛନ୍ତି। ମୁଁ ମଧ୍ୟ ଏ ବିଷୟରେ କେନ୍ଦ୍ରର ଦୃଷ୍ଟି ଆକର୍ଷଣ କରିଆସୁଛି। ତା ସହିତ ଆମର ଦକ୍ଷିଣ ଓ ପଶ୍ଚିମ ଓଡିଶାର ଜନଜାତି ଭାଇଭଉଣୀମାନେ ମଧ୍ୟ କେନ୍ଦ୍ରୀୟ ଯୋଜନାରେ ଘର ଖଣ୍ଡିଏ ପାଇବା ପାଇଁ ଚାହିଁ ରହିଛନ୍ତି। ସେମାନେ ବର୍ତ୍ତମାନ ଯେଉଁ ଭଙ୍ଗା ଘରେ ରହୁଛନ୍ତି, ତାର ମରାମତି ପାଇଁ ୫୦୦୦ ଟଙ୍କା ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟର ତଥ୍ୟ ଆମେ ସଂଗ୍ରହ କରୁଛୁ ଏବଂ ଖୁବଶୀଘ୍ର ସେମାନଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଁ ସବୁବେଳେ ଆପଣମାନଙ୍କ ସାଥିରେ ଅଛି। ମୋ ରାଜ୍ୟର ଲୋକମାନଙ୍କୁ ମୁଁ କେବେ ବି ଅବହେଳାର ଶିକାର ହେବାକୁ ଦେବିନାହିଁ । ଘର ନ ଥିବା ଗରିବ ଲୋକଙ୍କୁ ଯଦି କେନ୍ଦ୍ର ସରକାର ସାହାଯ୍ୟ ନ କରେ, ତେବେ ଆପଣଙ୍କ ରାଜ୍ୟ ସରକାର ଆପଣଙ୍କ ସାଥିରେ ଅଛି ବୋଲି ସେ ଲୋକମାନଙ୍କୁ ଭରସା ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଘର ଆମର ପରିଚୟ, ଆମର ସ୍ବାଭିମାନ। ତେଣୁ ଲୋକଙ୍କ ଆଶ୍ରୟ ସୁରକ୍ଷାକୁ ପ୍ରାଥମିକତା ଦେଇ ସମସ୍ତଙ୍କ ମୁଣ୍ଡ ଉପରେ ଏକ ସୁନ୍ଦର ଛାତ ଟିଏ ରଖିବା ଆମର ଲକ୍ଷ୍ୟ। ଏଥିପାଇଁ ଆମର ଉଦ୍ୟମ ଜାରି ରହିବ।

ସୂଚନାଯୋଗ୍ୟ ଯେ କରୋନା ମହାମାରୀର ଆର୍ଥିକ ଦୁଃସ୍ଥିତି ସମୟରେ ୧୨ ଲକ୍ଷ ୨୫ ହଜାର ପରିବାର ପ୍ରଧାନମନ୍ତ୍ରୀ ଆବାସ୍ ଯୋଜନା (ଗ୍ରାମୀଣ)ରେ ଘର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଘର ପାଇନାହାନ୍ତି। ଏହି ପରିବାର ମାନେ ବର୍ତ୍ତମାନ ଯେଉଁ ଘରେ ରହୁଛନ୍ତି, ତାର ମରାମତି ପାଇଁ ବିଜୁ ପକ୍କା ଘର ଯୋଜନାରୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେମାନଙ୍କ account detail collection ଚାଲିଛି ଵୋଲି ଜଣାଯାଇଛି।

କାର୍ଯ୍ୟକ୍ରମରେ ଯୋଗ ଦେଇ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ଗାଁର ଗରିବ ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ନିର୍ଦ୍ଦେଶ ଦେଇଆସିଛନ୍ତି। ଆଜି ଘର ମରାମତି ପାଇଁ ମଧ୍ୟ ସହାୟତା ଦିଆଗଲା। ଏହା ମୁଖ୍ୟମନ୍ତ୍ରୀଙ୍କ ଦରଦୀ ହୃଦୟର ପରିଚୟ ଦିଏ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ କରିବା ସମୟରେ ଗଞ୍ଜାମର ସବିତା ଭୂୟାଁ, କଳାହାଣ୍ଡିର ବିମଳା ମାଝୀ ଓ ଆହୁରି ଅନେକ ହିତାଧିକାରୀମାନେ କହିଥିଲେ ଯେ ସେମାନେ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସୁବିଧା ଅସୁବିଧା ସମୟରେ ସାହାଯ୍ୟ ପାଇ ଆସିଛନ୍ତି। ଏହି ସହାୟତା ସେମାନଙ୍କ ଘରକୁ ଆହୁରି ଦୀର୍ଘସ୍ଥୟୀ କରିବ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପଞ୍ଚାୟତି ବିଭାଗର ପ୍ରମୁଖ ସଚିବ ଅଶୋକ ମୀନା ସ୍ବାଗତ ଭାଷଣ ଦେଇଥିଲେ ଏବଂ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଏବଂ ଜିଲ୍ଲାର ଜିଲ୍ଲାପାଳ ମାନେ ଯୋଗ ଦେଇଥିଲେ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026

ଭାରତରେ କେତେ ଲୋକ ଟ୍ରମ୍ପଙ୍କୁ ପସନ୍ଦ କରନ୍ତି?: ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଜନମତ

June 26, 2026

ରାମ ମନ୍ଦିର ଦାନ ଚୋରି ମାମଲା: ୬ ରୁ ଅଧିକ ଲୋକଙ୍କ ବିରୁଦ୍ଧରେ ମାମଲା ରୁଜୁ

June 25, 2026
Latest News

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ଏକା ବିମାନରେ ଫଡନଭିସ-ଉଦ୍ଧବ! ମହାରାଷ୍ଟ୍ର ରାଜନୀତିରେ ଚର୍ଚ୍ଚାର ଝଡ଼

June 26, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.